Odisha News

ଆଉ ୫ ବର୍ଷ ବଢିଲା ଖାଦ୍ୟ ସୁରକ୍ଷା ଯୋଜନା, ୨୦୨୯ ଡିସେମ୍ବର ୩୧ ପର୍ଯ୍ୟନ୍ତ ମିଳିବ ରାସନ

ଭୁବନେଶ୍ୱର,୧୫/୧୨: ରାଜ୍ୟ ଖାଦ୍ୟସୁରକ୍ଷା ଯୋଜନାର ଅବଧିକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଉ ୫ ବର୍ଷକୁ ବୃଦ୍ଧି କରିଛନ୍ତି।
ସୂଚନାଯୋଗ୍ୟ ଯେ, ରାଜ୍ୟ ଖାଦ୍ୟସୁରକ୍ଷା ଯୋଜନାରେ ରାଜ୍ୟର ୩,୧୪,୯୨୩ ପରିବାରର ୯,୯୭,୦୫୫ ଜଣ ବ୍ୟକ୍ତି ଅନ୍ତର୍ଭୁକ୍ତ ହୋଇଛନ୍ତି। ସେମାନେ ପ୍ରତ୍ୟେକ ମାଗଣାରେ ମାସକୁ ୫ କେଜି ଲେଖାଏ ଚାଉଳ ପାଉଛନ୍ତି। ଯୋଜନାର ଅବଧି ଆଉ ୫ ବର୍ଷ ବଢ଼ିବା ଦ୍ୱାରା ଏହି ହିତାଧିକାରୀମାନେ ୨୦୨୪ ଜାନୁଆରୀ ୧ ଠାରୁ ୨୦୨୮ ଡିସେମ୍ବର ୩୧ ପର୍ଯ୍ୟନ୍ତ ଏହି ସୁବିଧା ପାଇବେ।
ଏଥିପାଇଁ ରାଜ୍ୟ ସରକାର ବର୍ଷକୁ ୨୫୦ କୋଟି ଟଙ୍କା ହିସାବରେ ୫ ବର୍ଷରେ ୧୨୫୦ କୋଟି ଟଙ୍କା ନିଜ ପାଣ୍ଠିରୁ ଖର୍ଚ୍ଚ କରିବେ। ରାଜ୍ୟର ଜଣେ ବି ଗରିବ ଲୋକ ଯେପରି ଖାଦ୍ୟସୁରକ୍ଷାରୁ ବଞ୍ଚିତ ନ ହୁଏ, ସେଥିପ୍ରତି ଦୃଷ୍ଟି ରଖିବାକୁ ମୁଖ୍ୟମନ୍ତ୍ରୀ ଦୃଢ଼ ନିର୍ଦ୍ଦେଶ ଦେଇଛନ୍ତି।

Related Posts

Seo wordpress plugin by www.seowizard.org.