Odisha News

ଆଜିଠୁ ଆରମ୍ଭ ହେଉଛି ପଞ୍ଚୁକ : ଶ୍ରୀବିଗ୍ରହଙ୍କ ଲକ୍ଷ୍ମୀନାରାୟଣ ବେଶ, ଆସିବେ ଲକ୍ଷାଧିକ ଭକ୍ତ

ପୁରୀ,୨୩/୧୧ : ଆଜିଠୁ ଆରମ୍ଭ ହେଉଛି ପଞ୍ଚୁକ। ଯେଉଁମାନେ ମାସକ ଯାକ କାର୍ତ୍ତିକ ବ୍ରତ କରି ନଥାନ୍ତି ସେହିମାନେ ଏହି ପଞ୍ଚୁକ ପାଞ୍ଚଦିନ ନିଷ୍ଠାର ସହ ବ୍ରତ ପାଳନ କଲେ ସମପରିମାଣର ପୁଣ୍ୟ ମିଳିଥାଏ ବୋଲି ବିଶ୍ୱାସ ରହିଛି ।
ପଞ୍ଚୁକ ପାଞ୍ଚ ଦିନରେ ଦାରୁ ଦେବତାଙ୍କର ୫ଟି ସ୍ୱତନ୍ତ୍ର ବେଶ ଅନୁଷ୍ଠିତ ହେବାର ପରମ୍ପରା ରହିଛି। ପଞ୍ଚୁକର ପ୍ରଥମ ଦିନ ଅର୍ଥାତ୍ ଆଜି ବଡ଼ଏକାଦଶୀ ତିଥିରେ ଲକ୍ଷ୍ମୀନାରାୟଣ ବେଶ ଅନୁଷ୍ଠିତ ହେବ। ଅବକାଶ ନୀତି ପରେ ପାଟବସ୍ତ୍ର, ସ୍ୱର୍ଣ୍ଣ ଅଳଙ୍କାର ଓ ପୁଷ୍ପମାଲ୍ୟ ପରିଧାନ କରି ଶ୍ରଦ୍ଧାଳୁଙ୍କୁ ଦର୍ଶନ ଦେବେ ଶ୍ରୀଜିଉ । ସେହିପରି ଦ୍ୱାଦଶୀରେ ବାଙ୍କଚୁଡ଼, ତ୍ରୟୋଦଶୀରେ ତ୍ରିବିକ୍ରମ ବେଶ, ଚତୁର୍ଦ୍ଦଶୀରେ ଲକ୍ଷ୍ମୀ ନୃସିଂହ ବେଶ ଓ ପୂର୍ଣ୍ଣିମୀରେ ରାଜରାଜେଶ୍ୱରୀ ବେଶ ବା ସୁନାବେଶ ଅନୁଷ୍ଠିତ ହେବ ।
ପଞ୍ଚୁକ ପାଞ୍ଚ ଦିନ ଭିଡ଼ ପରିଚାଳନା ପାଇଁ ସ୍ୱତନ୍ତ୍ର ବ୍ୟବସ୍ଥା କରିଛି ଶ୍ରୀମନ୍ଦିର ପ୍ରଶାସନ । ଶୃଙ୍ଖଳିତ ଦର୍ଶନ ପାଇଁ ମରିଚକୋଟ ଛକ ଯାଏଁ ବ୍ୟାରିକେଟ ବଢାଯାଇଛି । ବରିଷ୍ଠ ଏବଂ ଦିବ୍ୟାଙ୍ଗ ଶ୍ରଦ୍ଧାଳୁଙ୍କ ପାଇଁ ୩ ସିଫ୍ଟରେ ସ୍ୱେଚ୍ଛାସେବୀ ନିୟୋଜିତ ହେବେ। ଭକ୍ତଙ୍କ ସୁରକ୍ଷାକୁ ଦୃଷ୍ଟିରେ ରଖି ମରିଚିକୋଟ ଛକଠାରୁ ସିଂହଦ୍ୱାର ଆଡକୁ କୌଣସି ଗାଡ଼ି ଛଡାଯିବ ନାହିଁ। ଭକ୍ତ ଏବଂ ଜନସାଧାରଣ ପାଦରେ ଚାଲି ଚାଲି ଯିବେ।

Related Posts

Seo wordpress plugin by www.seowizard.org.