Odisha News

ଆଜି ହେଉଛି ପବିତ୍ର ଜନ୍ମାଷ୍ଟମୀ

ପୁରୀ ୧୮/୮: ଆଜି ଭାଦ୍ରବ ମାସ କୃଷ୍ଣପକ୍ଷ ଅଷ୍ଟମୀ ତିଥି ଅର୍ଥାତ ପବିତ୍ର ଜନ୍ମାଷ୍ଟମୀ। ପ୍ରଭୁ ଶ୍ରୀକୃଷ୍ଣଙ୍କ ଆଜି ଜନ୍ମ ଉତ୍ସବ। ଏଥିପାଇଁ ଶ୍ରୀମନ୍ଦିରରେ ଆଜି ସଂନ୍ଧ୍ୟା ଆଳତି ସମୟରେ ଠାକୁରଙ୍କୁ ଛଅମୂର୍ତ୍ତି ଅଳଙ୍କାର ଲାଗି କରାଯିବ।
ଖବର ଅନୁଯାୟୀ, ସଂନ୍ଧ୍ୟାଧୂପ ପରେ ଜୟବିଜୟ ଦ୍ୱାର ବନ୍ଦ କରାଯାଇ ଟେରା ବନ୍ଧା ହେବା ପରେ ମହାପ୍ରଭୁଙ୍କ ନିକଟରେ ଯେଉଡ ଭୋଗ ଅର୍ଥାତ ସାଗ, ତରକାରୀ, ପିଠା,ଝିଲି, ଖିରି ଆଦି ରୋଷଘରୁ ଆସି ଅଣସର ପିଣ୍ଡିରେ ରଖାଯିବ। ମୁଦିରସ୍ତ ସେବାୟତ ମହାପ୍ରଭୁଙ୍କ ଶ୍ରୀଅଙ୍ଗରେ ପ୍ରସାଦ ଲାଗି କରିବେ।
ତିନି ପୂଜାପଣ୍ଡା ପଞ୍ଚାକ୍ଷର ମନ୍ତ୍ରରେ ପୂଜା କରିବା ସହ ପୂଜାପଣ୍ଡା, ପତି ମହାପାତ୍ର ଓ ମୁଦିରସ୍ତ ତିନିବାଡରେ ବନ୍ଦାପନା କରିବେ ।
ଏହାକୁ ଗର୍ଭଉଦକ ବନ୍ଦାପନା କୁହାଯାଇଥାଏ। ସ୍ୱୟଂ ଶ୍ରୀଜଗନ୍ନାଥ ମହାପ୍ରଭୁ ଦେବକୀ ରୂପ ଧାରଣକରି ଗର୍ଭଧାରଣ କରିଥିବାରୁ ସୁଖ ପ୍ରସବ ଲାଗି ତାଙ୍କୁ ଜେଉଡ ପ୍ରସାଦ ଲାଗି କରାଯାଇଥାଏ

Related Posts

Seo wordpress plugin by www.seowizard.org.