Odisha News

ଆସନ୍ତା ଜୁଲାଇ ୩୧ ସୁଦ୍ଧା ବଙ୍ଗୋପସାଗରରେ ଆଉ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହେବାର ସମ୍ଭାବନା

ଭୁବନେଶ୍ୱର, ୨୭/୭ : ଆସନ୍ତା ଜୁଲାଇ ୩୧ ସୁଦ୍ଧା ବଙ୍ଗୋପସାଗରରେ ଆଉ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହେବାର ସମ୍ଭାବନା ରହିଛି। ଏନେଇ ଆଜି ପାଣିପାଗ ବିଜ୍ଞାନୀ ସଞ୍ଜୀବ ଦ୍ୱିବେଦୀ ସୂଚନା ଦେଇଛନ୍ତି।
ତାଙ୍କ କହିବା କଥା ଯେ ୩ ପର୍ଯ୍ୟନ୍ତ ଉତ୍ତର ଓ ଆଭ୍ୟନ୍ତରୀଣ ଓଡ଼ିଶାରେ ପ୍ରବଳ ବର୍ଷାର ଆଶଙ୍କା ରହିଛି। ସେହିପରି ୩୧ରୁ ୨ ଯାଏ ଛତିଶଗଡ଼ରେ ପ୍ରବଳ ବର୍ଷା ନେଇ ପୂର୍ବାନୁମାନ କରାଯାଇଛି।
ଏହାବାଦ ଆସନ୍ତା ୨୪ ଘଣ୍ଟା ଯାଏ ୬ ଜିଲ୍ଲାରେ ପ୍ରବଳ ବର୍ଷା ଆଶଙ୍କା ରହିଛି। ତେଣୁ ବାଲେଶ୍ୱର, ଭଦ୍ରକ, ମୟୂରଭଞ୍ଜ, କେନ୍ଦୁଝର, ସୁନ୍ଦରଗଡ଼, ଯାଜପୁର ପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ଏହି ୬ ଜିଲ୍ଲାରେ ୭୦ରୁ ୧୧୦ ମିମି ପର‌୍ୟ୍ୟନ୍ତ ବର୍ଷା ହେବାର ଆଶଙ୍କା ରହିଛି।
୩୧ ତାରିଖ ସକାଳ ୮.୩୦ ଯାଏ ୧୪ ଜିଲ୍ଲାରେ ପ୍ରବଳ ବର୍ଷା ନେଇ ଆକଳନ କରାଯାଇଛି। ସେସବୁ ଜିଲ୍ଲାଗୁଡ଼ିକ ହେଲା ମୟୂରଭଞ୍ଜ, କେନ୍ଦୁଝର, ବାଲେଶ୍ୱର, ଭଦ୍ରକ, ଯାଜପୁର, ସୁନ୍ଦରଗଡ଼, ଅନୁଗୁଳ, ଢେଙ୍କାନାଳ, କଟକ, କେନ୍ଦ୍ରାପଡ଼ା, ଦେବଗଡ଼, ମାଲକାନାଗିରି, କୋରାପୁଟ ଓ ରାୟଗଡ଼ା। ଏହି ସବୁ ଜିଲ୍ଲାଗୁଡ଼ିକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ଏଠାରେ ୭ରୁ ୧୧ ସେମି ଯାଏ ବର୍ଷା ହୋଇପାରେ।
ଅନ୍ୟପକ୍ଷରେ ମତ୍ସ୍ୟଜୀବୀଙ୍କୁ ମଧ୍ୟ ସମୁଦ୍ର ମଧ୍ୟକୁ ଯିବାକୁ ବାରଣ କରାଯାଇଛି।

Related Posts

Seo wordpress plugin by www.seowizard.org.