Odisha News

ଆସିଲା ରୁଚିକାଙ୍କ ବ୍ୟବଚ୍ଛେଦ ରିପୋର୍ଟ: ଶ୍ୱାସରୁଦ୍ଧ ଯୋଗୁ ହୋଇଛି ମୃତ୍ୟୁ

ଭୁବନେଶ୍ବର, ୫/୭: ବିଜେବି କଲେଜ ଛାତ୍ରୀ ରୁଚିକା ମହାନ୍ତିଙ୍କ ବ୍ୟବଚ୍ଛେଦ ରିପୋର୍ଟ ଆସିଛି। ଶ୍ୱାସରୁଦ୍ଧ ହୋଇ ରୁଚିକାଙ୍କ ମୃତ୍ୟୁ ହୋଇଥିବା ରିପୋର୍ଟରେ ଉଲ୍ଲେଖ ହୋଇଛି।
ରୁଚିକା ଗଳାରେ ରଶି ଲଗାଇ ଝୁଲି ପଡିଥିବାରୁ ତାଙ୍କର ମୃତ୍ୟୁ ହୋଇଥିବା ରିପୋର୍ଟରେ ଉଲ୍ଲେଖ କରାଯାଇଛି ।
ଶବ ବ୍ୟବଚ୍ଛେଦ ରିପୋର୍ଟ ନେଇ କମିସନରେଟ ପୁଲିସ ପକ୍ଷରୁ କୁହାଯାଇଛି ଯେ, ଅଧିକ ତଥ୍ୟ ପାଇଁ ଭିସେରା ନମୂନା ପରୀକ୍ଷାଗାରକୁ ପଠାଯାଇଛି।
ବିଜେବି କଲେଜ କାରୁବାକି ଛାତ୍ରୀ ନିବାସର ୨୨୧ ନମ୍ବର ରୁମ୍ରେ ରୁଚିକା ଶନିବାର ଆତ୍ମହତ୍ୟା କରିବା ପୂର୍ବରୁ ଏକ ସୁଇସାଇଡ ନୋଟ ଲେଖିଥିଲେ, ସିନିଅର ଛାତ୍ରୀଙ୍କ ନିର୍ଯ।ତନା ଟପିଯାଇଛି।
ଜୀବନ ରଖିବାକୁ ଆଉ ଚାହୁଁନାହିଁ। ତେବେ ରୁଚିକା ଆତ୍ମହତ୍ୟା କରିବାର ୪ ଦିନ ଭିତରେ ଅଭିଯୁକ୍ତ ୩ ଜଣ ସିନିୟର ଛାତ୍ରୀ ଧରାପଡ଼ି ନାହାନ୍ତି।
ପୁଲିସ ରୁଚିକାଙ୍କ ସାଙ୍ଗ ଓ କଲେଜ କର୍ମଚାରୀଙ୍କୁ ଜେରା କରିଛି। ଅନ୍ୟପକ୍ଷରେ ରୁଚିକାଙ୍କୁ ନ୍ୟାୟ ଦାବିରେ ବିଭିନ୍ନ ଛାତ୍ର ସଂଗଠନ ସହିତ ରୁଚିକାଙ୍କ ବାପା, ମା’ ଓ ଭାଇ ଆନ୍ଦୋଳନ ଜାରି ରଖିଛନ୍ତି।

Related Posts

Seo wordpress plugin by www.seowizard.org.