Odisha News

ଏଣିକି ସିବିଏସ୍‌ଇ ସ୍କୁଲରେ ଆଞ୍ଚଳିକ ଭାଷାରେ ପାଠ ପଢିପାରିବେ ଛାତ୍ରଛାତ୍ରୀ : ଧର୍ମେନ୍ଦ୍ର ପ୍ରଧାନ

ଭୁବନେଶ୍ୱର,୨୨/୭:ଏଣିକି CBSE ସ୍କୁଲରେ ଓଡ଼ିଆ ସମେତ ଅନ୍ୟ ଆଞ୍ଚଳିକ ଭାଷାରେ ପାଠ ପଢି ପାରିବା ପାଇଁ ଅପସନ ରହିବ । CBSE ଅନୁବନ୍ଧିତ ସବୁ ସ୍କୁଲରେ ଆଞ୍ଚଳିକ ଭାଷାରେ ପାଠପଢ଼ା ଲାଗି ସର୍କୁଲାର ଜାରି କରିଛି CBSE । ଆଜି ଯାଏଁ CBSE ସ୍କୁଲରେ କେବଳ ଇଂରାଜୀ ଓ ହିନ୍ଦୀରେ ପଢ଼ାଇବାର ବ୍ୟବସ୍ଥା ଥିଲା।
ଏବେ ପ୍ରଥମରୁ ଦ୍ୱାଦଶ ଶ୍ରେଣୀ ଯାଏଁ ପାଠ୍ୟକ୍ରମ ଏ ଦୁଇ ଭାଷା ସମେତ ଓଡ଼ିଆ ଏବଂ ଅନ୍ୟ ଆଞ୍ଚଳିକ ଭାଷାରେ ପଢାଯାଇପାରିବ ।
ଏହାଦ୍ୱାରା ଛାତ୍ରଛାତ୍ରୀ ଭଲ ଭାବେ ପାଠକୁ ବୁଝି ପାରିବେ । ଏନେଇ କୌଣସି ଛାତ୍ରଛାତ୍ରୀଙ୍କୁ ବାଧ୍ୟ କରାଯିବନି । ଯିଏ ଚାହିଁବ, ଆଞ୍ଚଳିକ ଭାଷାରେ ପାଠ ପଢ଼ି ପାରିବ।

Related Posts

Seo wordpress plugin by www.seowizard.org.