Odisha News

ଏପ୍ରିଲ ୧୦ରୁ ଯୁକ୍ତ୨ ଖାତା ଦେଖା, ମେ’ ୭ ପର୍ଯ୍ୟନ୍ତ ଜାରି ରହିବ ମୂଲ୍ୟାୟନ

ଭୁବନେଶ୍ୱର,୫/୪:ଆସନ୍ତା ୧୦ ତାରିଖରୁ ଆରମ୍ଭ ହେବ ଯୁକ୍ତ ଦୁଇ ଖାତାଦେଖା । ଖାତାଦେଖାକୁ ସରଳୀକରଣ କରିବାକୁ ଯାଇ ଚଳିତ ବର୍ଷ ଦୁଇଟି ପର୍ଯ୍ୟାୟରେ ଏହାକୁ ବିଭକ୍ତ କରାଯାଇଛି।
ପ୍ରଥମ ପର୍ଯ୍ୟାୟ ଏପ୍ରିଲ ୧୦ରୁ ୨୨ ପ୍ରଥମ ପର୍ଯ୍ୟାୟ ଚାଲିବ । ଏହାପରେ ଦ୍ୱିତୀୟ ପର୍ଯ୍ୟାୟ ଖାତା ଦେଖା ଏପ୍ରିଲ ୨୩ରୁ ମେ\’ ୭ ତାରିଖ ପର୍ଯ୍ୟନ୍ତ ହେବ ବୋଲି ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ ପକ୍ଷରୁ କୁହାଯାଇଛି। ଚଳିତ ବର୍ଷ ଉଭୟ ଅନ୍ଲାଇନ ଓ ଅଫ୍ଲାଇନ ଜରିଆରେ ହେବ ମୂଲ୍ୟାୟନ ।
ସୂଚନାଯୋଗ୍ୟ, ମାର୍ଚ୍ଚ ୧ରେ ଯୁକ୍ତ ଦୁଇ ପରୀକ୍ଷା ଆରମ୍ଭ ହୋଇଥିବା ବେଳେ ୧୧୪୫ ପରୀକ୍ଷା କେନ୍ଦ୍ରରେ ସାଢେ଼ ୩ଲକ୍ଷ ଛାତ୍ରଛାତ୍ରୀ ପରୀକ୍ଷା ଦେଇଥିଲେ।
ଏଥର କଳାରେ ୨ଲକ୍ଷ ୧୯ହଜାର ୧୧୦, ବିଜ୍ଞାନରେ ୯୧,୩୭୯, ବାଣିଜ୍ୟରେ ୨୩,୧୪୮ଜଣ ଓ ଧନ୍ଦାମୂଳକ ଶିକ୍ଷାରେ ୫ହଜାର ପରୀକ୍ଷାର୍ଥୀ ପରୀକ୍ଷା ଦେଇଥିଲେ। ଏଥିନିମନ୍ତେ ସାରା ରାଜ୍ୟରେ ମୋଟ୍ ୧୧ ଶହ ୪୫ଟି ପରୀକ୍ଷା କେନ୍ଦ୍ର ଓ ୨୦୨ଟି ହବ୍ କରାଯାଇଥିଲା।

Related Posts

Seo wordpress plugin by www.seowizard.org.