Odisha News

ଏସିଏଫ୍ ସୌମ୍ୟରଞ୍ଜନ ମୃତ୍ୟୁ ମାମଲା: ଡିଏଫ୍ଓ ସଂଗ୍ରାମ କେଶରୀ ବେହେରାଙ୍କ ଆତ୍ମସମର୍ପଣ

ଗଜପତି, ୨୭/୭ : ବହୁ ଚର୍ଚ୍ଚିତ ଏସିଏଫ୍ ସୌମ୍ୟରଞ୍ଜନ ମହାପାତ୍ର ମୃତ୍ୟୁ ମାମଲାରେ ତତ୍କାଳୀନ ଗଜପତି ଡିଏଫ୍ଓ ସଂଗ୍ରାମ କେଶରୀ ବେହେରା ଆତ୍ମସମର୍ପଣ କରିଛନ୍ତି । ସୋମବାର ପାରଳାଖେମୁଣ୍ଡି ଏସଡିଜେଏମ୍ (ଝଊଔଗ) କୋର୍ଟରେ ନିଜ ଓକିଲଙ୍କ ଜରିଆରେ ସେ ଆତ୍ମସମର୍ପଣ କରିଥିବା ସୂଚନା ମିଳିଛି ।
କୋର୍ଟଙ୍କ ପକ୍ଷରୁ ଜାରି ହୋଇଥିବା ଗିରଫ ପରୱାନା ପରେ ସଂଗ୍ରାମ ବେହେରା ଆତ୍ମସମର୍ପଣ କରିଥିବା ଜଣାପଡ଼ିଛି । ମାମଲାର ପରବର୍ତ୍ତୀ ଶୁଣାଣି ଓ ଜାମିନ ଆବେଦନକୁ ନେଇ କୋର୍ଟରେ ଆଇନଗତ ପ୍ରକ୍ରିୟା ଜାରି ରହିଛି ।
ଉଲ୍ଲେଖଯୋଗ୍ୟ ଯେ, ୨୦୨୧ ମସିହାରେ ଗଜପତି ଜିଲ୍ଲାରେ କାର‌୍ୟ୍ୟରତ ଏସିଏଫ୍ ସୌମ୍ୟରଞ୍ଜନ ମହାପାତ୍ରଙ୍କ ସନ୍ଦେହଜନକ ମୃତ୍ୟୁ ଘଟିଥିଲା । ଯାହା କି ସାରା ରାଜ୍ୟରେ ଚର୍ଚ୍ଚାର ବିଷୟ ପାଲଟିଥିଲା । ଏହି ମାମଲାରେ ଏସିଏଫ୍ ସୌମ୍ୟରଞ୍ଜନଙ୍କ ପତ୍ନୀ ବିଦ୍ୟାଭାରତୀ ଏବଂ ତତ୍କାଳୀନ ଗଜପତି ଡିଏଫ୍ଓ ସଂଗ୍ରାମ କେଶରୀ ବେହେରାଙ୍କ ଭୂମିକାକୁ ନେଇ ପ୍ରଶ୍ନ ଉଠିଥିଲା । ଏନେଇ ହାଇକୋର୍ଟଙ୍କ ଦ୍ବାରସ୍ଥ ହୋଇଥିଲେ ମୃତ ସୌମ୍ୟରଞ୍ଜନଙ୍କ ବାପା । ଏହି ଘଟଣାର ତଦନ୍ତ ଆଧାରରେ ମାମଲାରେ ବିଭିନ୍ନ ପର‌୍ୟ୍ୟାୟରେ ଆଇନଗତ କାର‌୍ୟ୍ୟାନୁଷ୍ଠାନ ଚାଲିଆସୁଛି ।

Related Posts