ଏସିଏଫ୍ ସୌମ୍ୟରଞ୍ଜନ ମୃତ୍ୟୁ ମାମଲା: ରୋଷେୟା ଗିରଫ
ପାରଳାଖେମୁଣ୍ଡି , ୩୦/୯ : ବହୁ ଚର୍ଚ୍ଚିତ ପାରଳାଖେମୁଣ୍ଡି ACF ସୌମ୍ୟରଞ୍ଜନ ମୃତ୍ୟୁ ମାମଲାରେ ତତ୍କାଳୀନ ରୋଷେୟା ତଥା ଅନ୍ୟତମ ଅଭିଯୁକ୍ତ ମନ୍ମଥ କୁମ୍ଭଙ୍କୁ ବୁଧବାର ଗିରଫ କରାଯାଇଛି। ଜାମିନ ବିହୀନ ଗିରଫ ପରୱାନା (NBW) ଆଧାରରେ ମନ୍ମଥ କୁମ୍ଭଙ୍କୁ ଗିରଫ କରିଛି ପାରଳାଖେମୁଣ୍ଡି ପୁଲିସ।
ଗତ ଜୁଲାଇ ମାସରେ ଏହି ମାମଲାର ଅନ୍ୟତମ ଅଭିଯୁକ୍ତ ତତ୍କାଳୀନ ଗଜପତି ଡିଏଫ୍ଓ ସଂଗ୍ରାମ କେଶରୀ ବେହେରା ଆତ୍ମସମର୍ପଣ କରିଥିଲେ। ସେହି ଦିନଠାରୁ ସେ ପାରଳାଖେମୁଣ୍ଡି ଜେଲ୍ରେ ଅଛନ୍ତି।




