Odisha News

ଓଡ଼ିଶାକୁ ଫେରିଲା କରୋନା, ପ୍ରଥମ ଆକ୍ରାନ୍ତ ରାଜଧାନୀ ଭୁବନେଶ୍ୱରର

ଭୁବନେଶ୍ୱର ୨୨/୫: ପୁଣି ଓଡିଶାକୁ ଫେରିଛି କରୋନା । ୩ ବର୍ଷର ବ୍ୟବଧାନ ପରେ ଓଡ଼ିଶାକୁ କରୋନା ଫେରିଛି । ଓଡିଶାରେ ଚିହ୍ନଟ ହୋଇଛନ୍ତି ପ୍ରଥମ କରୋନା ଆକ୍ରାନ୍ତ ।
ଆକ୍ରାନ୍ତ ଜଣଙ୍କ ରାଜଧାନୀ ଭୁବନେଶ୍ୱରର ବୋଲି ଜଣାଯାଇଛି। ନିକଟରେ ସେ ଦିଲ୍ଲୀରୁ ଫେରିଥିଲେ। ଆକ୍ରାନ୍ତ ଜଣଙ୍କ ପୁରୁଷ ଥିବା ବେଳେ ଏବେ ସେ ହୋମ୍ କ୍ୱାରେଣ୍ଟାଇନରେ ଥିବା ସୂଚନା ମିଳିଛି । ଓଡିଶାକୁ କରୋନାର ନୂଆ ମାମଲା ସାମନାକୁ ଆସିବା ପରେ ରାଜ୍ୟବାସୀଙ୍କ ମଧ୍ୟରେ ଛନକା ପସିଛି ।
ସୂଚନାଯୋଗ୍ୟ, ଦକ୍ଷିଣ ଏସିଆର ଚୀନ ଓ ସିଙ୍ଗାପୁରରେ କୋଭିଡ୍‌-୧୯ କାୟା ବିସ୍ତାର କରିଥିବା ବେଳେ ଭାରତକୁ ମଧ୍ୟ ବ୍ୟାପିଛି ସଂକ୍ରମଣ ।
କୋଭିଡ-୧୯ରେ ସଂକ୍ରମିତ ହୋଇ ମୁମ୍ବାଇରେ ଦୁଇ ଜଣଙ୍କର ମୃତ୍ୟୁ ଘଟିଛି । ଭାରତରେ ୨୫୭ କୋଭିଡ୍ ଆକ୍ରନ୍ତ ଚିହ୍ନଟ କରାଯାଇଥିବା ବେଳେ ଭୁବନେଶ୍ୱରରେ ଜଣେ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଯାହା ଏବେ ଚିନ୍ତାର କାରଣ ପାଲଟିଛି।

Related Posts