Odisha News

ଓଡ଼ିଶାବାସୀଙ୍କୁ ମତଦାନ ପାଇଁ ଅପିଲ କଲେ ମୋଦି

ଭୁବନେଶ୍ବର, ୧୩/୫: ଆଜି ରାଜ୍ୟରେ ପ୍ରଥମ ପର୍ଯ୍ୟାୟ ଭୋଟ୍ ଆରମ୍ଭ ହୋଇଥିବା ବେଳେ ଏହାକୁ ନେଇ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଓଡ଼ିଶାବାସୀଙ୍କୁ ବିନମ୍ର ନିବେଦନ କରିଛନ୍ତି। ନିଜର ମତଦାନ ଅଧିକାରକୁ ସ୍ପଷ୍ଟ ଭାବେ ସାବ୍ୟସ୍ତ କରିବାକୁ ସେ ଆହ୍ବାନ ଦେଇଛନ୍ତି।
ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ‘ଏକ୍ସ’ରେ କହିଛନ୍ତି, ଆଜି ଓଡ଼ିଶାରେ ବିଧାନସଭା ନିର୍ବାଚନ ଆରମ୍ଭ ହେବାକୁ ଯାଉଛି। ମୁଁ ରାଜ୍ୟବାସୀଙ୍କୁ ସେମାନଙ୍କ ମତାଧିକାର ସାବ୍ୟସ୍ତ କରିବାକୁ ଆହ୍ବାନ କରୁଛି। ଆପଣଙ୍କ ଭୋଟ୍ ଆପଣଙ୍କ ସ୍ଵର- ଏହାକୁ ଦୃଢ଼ ଓ ସ୍ପଷ୍ଟ ଭାବେ ଉତ୍ତୋଳନ କରନ୍ତୁ।
ସୂଚନାଯୋଗ୍ୟ, ଓଡ଼ିଶାରେ ପ୍ରଥମ ପର୍ଯ୍ୟାୟରେ କୋରାପୁଟ, ନବରଙ୍ଗପୁର, ବ୍ରହ୍ମପୁର ଓ କଳାହାଣ୍ଡି ୪ ସଂସଦୀୟ କ୍ଷେତ୍ର ଓ ୨୮ ବିଧାନସଭା କ୍ଷେତ୍ର ପାଇଁ ମଧ୍ୟ ଏକସଙ୍ଗେ ଭୋଟିଂ ଜାରି ରହିଛି। ଆଜି ରାଜ୍ୟର ୬୨ ଲକ୍ଷ ୮୭ ହଜାର ଭୋଟର ମତଦାନ ସାବ୍ୟସ୍ତ କରିବେ।

Related Posts

Seo wordpress plugin by www.seowizard.org.