Odisha News

ଓଡ଼ିଶା ଇତିହାସରେ ସବୁଠାରୁ ବଡ଼ ଭିଜିଲାନ୍ସ ଚଢ଼ାଉ, କଟକ ଖଣି ଉପନିର୍ଦ୍ଦେଶକ ଦେବବ୍ରତ ମହାନ୍ତିଙ୍କ ଘରୁ ୪ କୋଟିରୁ ଅଧିକ ନଗଦ ଜବତ

ଭୁବନେଶ୍ବର, ୨୫/୨ : ଓଡ଼ିଶା ଭିଜିଲାନ୍ସ ଇତିହାସରେ ଏକ ବଡ଼ ଧରଣର ନଗଦ ଟଙ୍କା ଜବତ ଘଟଣା ସାମ୍ନାକୁ ଆସିଛି। କଟକ ସର୍କଲ ଖଣି ଉପ-ନିର୍ଦ୍ଦେଶକ ଦେବବ୍ରତ ମହାନ୍ତିଙ୍କ ଘର ଏବଂ କାର୍ଯ୍ୟାଳୟରେ ଚଢ଼ାଉ କରି ଭିଜିଲାନ୍ସ ଟିମ୍ ଟଙ୍କାର ପାହାଡ଼ ଠାବ କରିଛି।
ଏବେ ସୁଦ୍ଧା ମିଳିଥିବା ସୂଚନା ଅନୁଯାୟୀ, ୪ କୋଟିରୁ ଅଧିକ ନଗଦ ଟଙ୍କା ମିଳିସାରିଛି ଏବଂ ଗଣତି ଏବେ ମଧ୍ୟ ଜାରି ରହିଛି।
ଭିଜିଲାନ୍ସ ବିଭାଗ ପକ୍ଷରୁ ଏକକାଳୀନ ଭୁବନେଶ୍ୱର, କଟକ ଏବଂ ଭଦ୍ରକର ୩ଟି ସ୍ଥାନରେ ଚଢ଼ାଉ କରାଯାଇଛି। ଟ୍ରଲି ବ୍ୟାଗ୍ ଏବଂ ଆଲମିରା ଭିତରେ ଲୁଚାଇ ରଖାଯାଇଥିବା ୪ କୋଟିରୁ ଅଧିକ ଟଙ୍କା ମିଳିଛି । ତାଙ୍କ ଅଫିସ୍ ଡ୍ରୟରରୁ ମଧ୍ୟ ୧କୋଟି ୨୦ ଲକ୍ଷ ଟଙ୍କା ମିଳିଛି ।
ଭୁବନେଶ୍ୱର ପାହଳଠାରେ ଏକ ଦୁଇ ମହଲା କୋଠା ଏବଂ ପ୍ରାୟ ୧୩୦ ଗ୍ରାମର ସୁନା ଗହଣା ଠାବ ହୋଇଛି । ଆୟ ବର୍ହିଭୁତ ସମ୍ପତ୍ତି ଯାଞ୍ଚ କରୁଛି ଭିଜିଲାନ୍ସ ।
ଭୁବନେଶ୍ୱର ଫ୍ଲାଟ୍, ଭଦ୍ରକର ପୈତୃକ ଘର ଏବଂ କଟକ ଅଫିସରେ ଏକକାଳୀନ ୩ଟି ସ୍ଥାନରେ ଚଢ଼ାଉ କରାଯାଇଥିଲା। ଜଣେ ବ୍ୟବସାୟୀଙ୍କୁ କୋଇଲା ଡିପୋରୁ ସୁରୁଖୁରୁରେ କୋଇଲା ପରିବହନ ପାଇଁ ଅନୁମତି ଦେବା ବଦଳରେ ୩୦ ହଜାର ଟଙ୍କା ଲାଞ୍ଚ ନେଉଥିଲେ । ଲାଇସେନ୍ସପ୍ରାପ୍ତ କୋଇଲା ବ୍ୟବସାୟୀଙ୍କ ଠାରୁ ଟଙ୍କା ନେଉଥିବା ବେଳେ ଭିଜିଲାନ୍ସ ତାଙ୍କୁ କାବୁ କରିଛି ।

Related Posts