Odisha News

ଓଡ଼ିଶାରେ ୭୧୮ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ, ୧୬ ହଜାର ପାର୍ କଲା ଆକ୍ରାନ୍ତଙ୍କ ସଂଖ୍ୟା

ଭୁବନେଶ୍ୱର,୧୭/୭: ଓଡ଼ିଶାରେ ଆଉ ୭୧୮ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଗଞ୍ଜାମରୁ ସର୍ବାଧିକ ୨୩୧ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୧୬୧୧୦ ରେ ପହଞ୍ଚିଛି । ଏ ନେଇ ରାଜ୍ୟ ସୂଚନା ଓ ଲୋକ ସଂପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।
ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୪୭୯ ଜଣ କ୍ବାରେଣ୍ଟାଇନ୍ରେ ରହିଥିବା ବେଳେ ୨୩୯ଜଣ ସ୍ଥାନୀୟ ବାସିନ୍ଦା ରହିଛନ୍ତି ।
ନୂଆ ଆକ୍ରାନ୍ତଙ୍କ ମଧ୍ୟରେ ଅନୁଗୋଳରୁ ୯, ବାଲେଶ୍ୱରରୁ ୯, ବରଗଡରୁ ୪, ବଦ୍ରକରୁ ୧୦, କଟକରୁ ୩୨, ଢେଙ୍କାନାଳରୁ ୬, ଗଜପତିରୁ ୨୧, ଗଞ୍ଜାମରୁ ୨୩୧, ଜଗତସିଂପୁରରୁ ୧୬, ଝାରସୁଗୁଡାରୁ ୨୪, କନ୍ଧମାଳରୁ ୭, କେନ୍ଦ୍ରାପଡାରୁ ୪, କେଉଂଝରରୁ ୨୮, ଖୋର୍ଧାରୁ ୧୫୦, କୋରାପୁଟର ୨୭ ଜମ ରହିଛନ୍ତି । ସେହିପରି ମାଲକାନଗିରିରୁ ୫୪, ମୟୂରଭଞ୍ଜରୁ ୨୨, ନବରଙ୍ଗପୁରରୁ ଜଣେ, ନୟାଗଡରୁ ୧୩, ପୁରୀରୁ ୯, ରାୟଗଡାରୁ ୧୯, ସମ୍ବଲପୁରରୁ ୭, ସୋନପୁରରୁ ୫ ଓ ସୁନ୍ଦରଗଡରୁ ୧୦ ନୂଆ ପଜିଟିଭ୍ ଚିହ୍ନଟ ହୋଇଛନ୍ତି ।
ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୬୧୧୦ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥିମଧ୍ୟରୁ ୫୧୨୪ ଟି ଆକ୍ଟିଭ୍ କେସ୍ ରହିଥିବା ବେଳେ ୧୦୮୭୭ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୩୬୯୭୩୮ଟି ସାମ୍ପୁଲ ଟେଷ୍ଟ୍ ହୋଇଛି ।

Related Posts

Seo wordpress plugin by www.seowizard.org.