Odisha News

କନ୍ଧମାଳ ଜିଲା ସ୍ତରୀୟ କ୍ରୀଡ଼ା ମହୋତ୍ସବ ଉଦଯାପିତ

ସଞ୍ଜୟ କୁମାର ପାଣିଗ୍ରାହୀଙ୍କ ରିପୋର୍ଟ
କନ୍ଧମାଳ,୧୮/୧: କନ୍ଧମାଳ ଜିଲା ସଦରମହକୁମା ଫୁଲବାଣୀରେ ଗତ ୫ ଦିନ ଧରି ଆରମ୍ଭ ହୋଇଥିବା କ୍ରୀଡ଼ା ମହୋତ୍ସବ ଉଦଯାପିତ ହୋଇଯାଇଛି ।
ଜିଲାର ୧୨ ଟି ବ୍ଳକରୁ ୭୦୦ରୁ ଊର୍ଦ୍ଧ୍ୱ ପ୍ରତିଯୋଗୀ ଏଥିରେ ଭାଗନେଇଥିଲେ । ଉଦଯାପନୀ ଉତ୍ସବରେ ମୁଖ୍ୟ ଅତିଥି ଭାବେ ଜିଲା ପରିଷଦ ଅଧ୍ୟକ୍ଷା ସୁଶ୍ରୀ ନଳିନୀ ମଳ୍ଲିକ ଓ ସମ୍ମାନିତ ଅତିଥିଭାବେ ଫୁଲବାଣୀ ବିଧାୟକ ଅଙ୍ଗଦ କହଁର , ସ୍ୱତନ୍ତ୍ର ଉନ୍ନୟନ ପରିଷଦର ଅଧ୍ୟକ୍ଷ ରୋଦନ ମଲିକ , ଫୁଲବାଣୀ ପୌର ପରିଷଦର ଅଧ୍ୟକ୍ଷା ଶ୍ରୀମତି ସ୍ମିତାରାଣି ମହାନ୍ତି , କନ୍ଧମାଳ ଜିଲାପାଳ ଆଶିଷ ଇଶ୍ୱର ପାଟିଲ୍ ଓ ଜିଲା କ୍ରିଡ଼ା ଅଧିକାରୀ ସମୀର କୁମାର ନାୟକ ପ୍ରମୁଖ ଯୋଗଦେଇ ଉଦ୍ବୋଧନ ଦେଇଥିଲେ ।ଦିବ୍ୟାଙ୍ଗ , ବରିଷ୍ଠ ନାଗରିକ ଓ କିନ୍ନର ମାନଙ୍କୁ ନେଇ ହୋଇଥିବା ପ୍ରତିଯୋଗିତା ମାନଙ୍କରେ କୃତିତ୍ୱ ଲାଭ କରିଥିବା କୃତୀ ପ୍ରତିଯୋଗୀ ମାନଙ୍କୁ ପ୍ରଥମେ ପୁରସ୍କାର ପ୍ରଦାନ କରିବା ପରେ ପରେ ଜିଲାର ବିଭିନ୍ନ ଅଞ୍ଚଳରୁ ଆସିଥିବା ଛାତ୍ରଛାତ୍ରୀ ମାନଙ୍କୁ ପୁରସ୍କାର ବିତରଣ କରାଯାଇଥିଲା ।
ବାଲିଗୁଡା : ଗାଜଲବାଡ଼ି ଘାଟି ରେ ଦୁଇ ବସ୍ ମୁହାଁମୁହିଁ: ଅଳ୍ପକେ ବର୍ତ୍ତିଲେ ଯାତ୍ରୀ
ବାଲିଗୁଡା,୧୮/୧: କନ୍ଧମାଳ ଜିଲା ବାଲିଗୁଡା ଉପଖଣ୍ଡ ଅନ୍ତର୍ଗତ ଦାରିଙ୍ଗବାଡିକୁ ସଂଯୋଗ କରୁଥିବା ୫୯ନଂ ଜାତୀୟ ରାଜପଥ ଗାଜଲବାଡ଼ି ଘାଟିର ୯ନଂ ବୁଲାଣିରେ ବୁଧବାର ଏକ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି। ୨ଟି ବସ୍ ମୁହାଁମୁହିଁ ପରିସ୍ଥିତି ହେବା ଫଳରେ ଉଭୟ ବସ୍ର ଯାତ୍ରୀ ମାନେ ବଡ ଅଘଟଣରୁ ରକ୍ଷା ପାଇଯାଇଛନ୍ତି।
ଖବରପାଇ ନିକଟସ୍ଥ ସୋରଡ଼ା ପୋଲିସ ଘଟଣାର ଅନୁଧ୍ୟାନ କରୁଥିବା ଜଣାପଡିଛ। ଘଟଣାରୁ ପ୍ରକାଶ ଯେ,ଦାରିଙ୍ଗବାଡି ରୁ ଏକ ସରକାରୀ ବସ ଭଞ୍ଜନଗର ଯାଉଥିବା ବେଳେ ବିପରୀତ ଦିଗରୁ ଏକ ଘରୋଇ ବସ ଛତିଶଗଡ଼, ବିହାର ରାଜ୍ୟ ରୁ କିଛି ପର‌୍ୟ୍ୟଟକଙ୍କୁ ନେଇ ଦାରିଙ୍ଗବାଡି ଅଭିମୁଖେ ଯାତ୍ରା କରୁଥିଲା।
ତେବେ ବାହାର ରାଜ୍ୟର ବସ୍ ଚାଳକ ଉକ୍ତ ଅଣ ଓସାରିଆ ଘାଟି ରାସ୍ତା ସମ୍ପର୍କରେ ଅଜଣା ରହିଥିବା ବେଳେ ୯ ନମ୍ବର ବୁଲାଣିରେ ସରକାରୀ ବସ୍ ସହ ମୁହାଁ ମୁହିଁ ହୋଇଥିଲା। ତେବେ ସରକାରୀ ବସ୍ର ଚାଳକଙ୍କ ଉପସ୍ଥିତ ବୁଦ୍ଧି ଯୋଗୁ ଏକ ବଡ ଧରଣର ଦୁର୍ଘଟଣା ଟଳିଯାଇଛ। ଘାଟିରେ ଛତିଶଗଡ଼ ବସ୍ଟି ଅଟକି ରହିଥିବାରୁ ଏବେ ସେହି ରାସ୍ତାରେ ଗାଡିଚଳାଚଳ ବାଧାପ୍ରାପ୍ତ ହୋଇଛି। ଅନ୍ୟପଟେ, ସରକାରୀ ବସ୍ଟି ଗନ୍ତବ୍ୟସ୍ଥଳକୁ ଯାତ୍ରା କରିଥିବା ଜଣାପଡିଛି କ୍ଷ

Related Posts

Seo wordpress plugin by www.seowizard.org.