କରୋନା: ୮ରାଜ୍ୟରେ ୧୦୦ରୁ ଅଧିକ ଲେଖାଏଁ ସଂକ୍ରମିତ, ଦିନକରେ ୪ ଜଣଙ୍କ ମୃତ୍ୟୁ

ଭୁବନେଶ୍ୱର,୩୧/୫: ରାଜ୍ୟରେ ଚଳିତ ବର୍ଷର ପ୍ରଥମ କୋଭିଡ୍ ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଥିବା ସୂଚନା ମିଳିଛି। ଭୁବନେଶ୍ବରରେ ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି। କିଛି ଦିନ ତଳେ ଜଣେ ବୃଦ୍ଧ କୋଭିଡ୍ ପଜିଟିଭ ଚିହ୍ନଟ ହୋଇଥିଲେ।
ପରେ ସେ ଘରେ ରହି ଚିକିତ୍ସିତ ହେଉଥିଲେ। ଚିକିତ୍ସିତ ଅବସ୍ଥାରେ ତାଙ୍କର ମୃତ୍ୟୁ ଘଟିଥିବା ଜଣାପଡିଛି। ମୃତକ କୋଭିଡ୍ ସହ ବହୁବିଧ ରୋଗରେ ଆକ୍ରାନ୍ତ ଥିଲେ। ଏନେଇ ସ୍ବାସ୍ଥ୍ୟ ବିଭାଗ ପକ୍ଷରୁ କୌଣସି ପ୍ରତିକ୍ରିୟା ମିଳିପାରି ନାହିଁ।