Odisha News

କେନ୍ଦ୍ରୁ ପତ୍ର ତୋଳାଳିଙ୍କ ପାଇଁ ମୁଖ୍ୟନ୍ତ୍ରୀଙ୍କ ପ୍ୟାକେଜ୍ ଘୋଷଣା, ପ୍ରଥମ ପର୍ଯ୍ୟାୟରେ ମିଳିବ ୧୦୦୦ ଟଙ୍କା

ଭୁବନେଶ୍ୱର,୨୩/୧୧: କେନ୍ଦୁପତ୍ର ତୋଳାଳିଙ୍କ ପାଇଁ ପ୍ୟାକେଜ ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ପ୍ରଥମ ପର୍ଯ୍ୟାୟରେ ପ୍ରତି ତୋଳାଳିଙ୍କୁ ଦିଆଯିବ ୧ ହଜାର ଟଙ୍କା। ସେହିପରି ପ୍ରତି ସିଜିନାଲ ଷ୍ଟାଫ୍ଙ୍କୁ ୧୫୦୦ ଟଙ୍କା ଲେଖାଏଁ ପ୍ରଦାନ କରାଯିବ। କେନ୍ଦୁପତ୍ର ତୋଳାଳି ଓ କର୍ମଚାରୀଙ୍କ ପିଲାମାନଙ୍କୁ ବୃତ୍ତି ପ୍ରଦାନ କରାଯିବ ବୋଲି ଆଜି ମୁଖ୍ୟମନ୍ତ୍ରୀ ଘୋଷଣା କରିଛନ୍ତି।
ରାଜ୍ୟରେ ଆଠ ଲକ୍ଷ କେନ୍ଦୁପତ୍ର ତୋଳାଳି ଓ କର୍ମଚାରୀଙ୍କ ଅଛନ୍ତି। ଏମାନେ ସମସ୍ତେ ଗରିବ ଶ୍ରେଣୀର ଲୋକ। ବହୁ ଜନଜାତି ମାଆମାନେ ମଧ୍ୟ କେନ୍ଦୁପତ୍ର ତୋଳିବା କାମ କରନ୍ତି। କେନ୍ଦୁପତ୍ର ତୋଳାଳି ଓ କର୍ମଚାରୀଙ୍କ କଲ୍ୟାଣ ପାଇଁ ରାଜ୍ୟ ସରକାର ସବୁବେଳେ କାମ କରି ଆସୁଛି। ଓଡିଶା ହେଉଛି ଦେଶର ପ୍ରଥମ ରାଜ୍ୟ ଯେଉଁଠାରେ କେନ୍ଦୁପତ୍ର ତୋଳାଳିମାନଙ୍କୁ ବୋନସ୍ ଦିଆଯାଉଛି। ଆମର ଏହି ନୀତି ଅନ୍ୟ ରାଜ୍ୟମାନଙ୍କ ପାଇଁ ମଡେଲ ହୋଇଛି। ଗତ ସପ୍ତାହ ମଧ୍ୟରେ କେନ୍ଦୁପତ୍ର ତୋଳାଳିମାନଙ୍କ ବିଭିନ୍ନ ସମସ୍ୟା ସଂପର୍କରେ ତିନିଥର ଆଲୋଚନା କରିଛି। ଏହି ଆଲୋଚନା ପରେ କେନ୍ଦୁପତ୍ର ତୋଳାଳି ଓ କର୍ମଚାରୀଙ୍କ ସ୍ୱାର୍ଥକୁ ଦୃଷ୍ଟିରେ ରଖି ଏହି ପ୍ୟାକେଜ ଘୋଷଣା କରୁଛି ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି।
ମୁଖ୍ୟମନ୍ତ୍ରୀ ଆହୁରି କହିଛନ୍ତି, ରାଜ୍ୟର ସମସ୍ତ କେନ୍ଦୁପତ୍ର ତୋଳାଳିମାନଙ୍କୁ ପରିଚୟପତ୍ର ପ୍ରଦାନ କରାଯିବ। କେନ୍ଦୁପତ୍ର ବ୍ୟବସାୟ ଉପରେ କେନ୍ଦ୍ର ସରକାର ୧୮% ଜିଏସ୍ଟି ରଖିଛନ୍ତି। କେନ୍ଦୁପତ୍ର ଉପରୁ ଏଝଞ ଉଠାଇ ଦେବା ପାଇଁ କେନ୍ଦ୍ର ସରକାରଙ୍କୁ ବାରମ୍ଵାର ଅନୁରୋଧ କରିଛି। ଗରିବ ଲୋକଙ୍କ ହିତ ଦୃଷ୍ଟିରୁ ଜିଏସଟି ସମ୍ପୂର୍ଣ୍ଣ ଉଚ୍ଛେଦ କରିବାକୁ ମୁଁ ପୁଣିଥରେ କେନ୍ଦ୍ର ସରକାରଙ୍କ ନିକଟରେ ଦାବି କରୁଛି ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି

Related Posts

Seo wordpress plugin by www.seowizard.org.