Odisha News

ଖଲ୍ଲିକୋଟ ନିର୍ବାଚନୀ ହିଂସାକୁ ନିନ୍ଦା କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ

ଖଲିକୋଟ,୧୬/୫: ଖଲ୍ଲିକୋଟରେ ନିର୍ବାଚନୀ ହିଂସାକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ନିନ୍ଦା କରିଛନ୍ତି। ସୋସିଆଲ ମିଡ଼ିଆ ଏକ୍ସରେ ମୁଖ୍ୟମନ୍ତ୍ରୀ କହିଛନ୍ତି, ଖଲ୍ଲିକୋଟ ଅଞ୍ଚଳରେ ଘଟିଥିବା ଘଟଣା ଅତ୍ୟନ୍ତ ଦୁର୍ଭାଗ୍ୟଜନକ ତଥା ଦୁଃଖଦ। ମୁଁ ଏନେଇ ଗଭୀର ବିବ୍ରତ ଓ ଦୁଃଖିତ। ଏଭଳି ହିଂସା ଘଟଣାର ଆମ ଗଣତନ୍ତ୍ର ଏବଂ ନାଗରିକ ସମାଜରେ କୌଣସି ସ୍ଥାନ ନାହିଁ।ଖଲିକୋଟ ବ୍ଲକ ଅନ୍ତର୍ଗତ ଶ୍ରୀକୃଷ୍ଣସାନପୁର ଗ୍ରାମରେ ବ୍ୟାନର ଲଗାଇବାକୁ କେନ୍ଦ୍ରକରି ଦୁଇ ଗୋଷ୍ଠୀ ମଧ୍ୟରେ ମାରପିଟ ହୋଇଥିବା କୁହାଯାଉଛି।
ଆହତମାନଙ୍କୁ ତୁରନ୍ତ ଖଲିକୋଟ କମ୍ୟୁନିଟି ସ୍ୱାସ୍ଥ୍ୟ କେନ୍ଦ୍ରକୁ ନିଆଯାଇଥିଲା। ପରେ ସେମାନଙ୍କ ଅବସ୍ଥା ଖରାପ ଥିବାରୁ ସେମାନଙ୍କୁ ବ୍ରହ୍ମପୁର ଏମକେସିଜି ମେଡିକାଲ କଲେଜ ଏବଂ ହସ୍ପିଟାଲକୁ ସ୍ଥାନାନ୍ତର କରାଯାଇଥିଲା।
ତେବେ ଚିକିତ୍ସା ଚାଲିଥିବା ବେଳେ ସେମାନଙ୍କ ମଧ୍ୟରୁ ଜଣେ ପ୍ରାଣତ୍ୟାଗ କରିଥିଲେ। ମୃତକଙ୍କ ନାମ ଦିଲୀପ ପହହାନ ବୋଲି ଜଣାପଡିଛି। ଜଣେ ରୋଗୀଙ୍କୁ ଭୁବନେଶ୍ୱରକୁ ପଠାଯାଇଥିବା ବେଳେ ଅନ୍ୟ ଦୁଇଜଣ ବ୍ରହ୍ମପୁର ଚିକିତ୍ସିତ ହେଉଛନ୍ତି।
ତେବେ ଗଞ୍ଜାମରେ ପ୍ରାକନିର୍ବାଚନୀ ହିଂସାକୁ ନେଇ ଉଦ୍ବେଗ ପ୍ରକାଶ କରିଛନ୍ତି ନିର୍ବାଚନ ଆୟୋଗ। ରାଜ୍ୟରେ କୌଣସି ପ୍ରକାର ହିଂସାକୁ ବରଦାସ୍ତ କରାଯିବ ନାହିଁ। ହିଂସା ନିୟନ୍ତ୍ରଣ ପାଇଁ ବିଧି ସମ୍ମତ ପଦକ୍ଷେପ ନେବାକୁ ଜିଲାପାଳ ଏବଂ ଏସପିଙ୍କୁ ନିର୍ଦ୍ଦେଶ ଦେଇଛନ୍ତି ସିଇଓ ନିକୁଞ୍ଜ ଧଳ ।

Related Posts

Seo wordpress plugin by www.seowizard.org.