Odisha News

ଗଜପତି : ଜିଲ୍ଲାପାଳଙ୍କ ମିଳିତ ଜନ ଅଭିଯୋଗ ଶୁଣାଣୀ କାର୍ଯ୍ୟକ୍ରମ ଅନୁଷ୍ଠିତ

ଗଣେଶ କୁମାର ରାଜୁଙ୍କ ରିପୋର୍ଟ
ଗଜପତି,୨୬/୬: ଗଜପତି ଜିଲ୍ଲା କାଶୀନଗର ବ୍ଲକ ଅନ୍ତର୍ଗତ ଖାରଡା ସ୍ଥିତ ପଞ୍ଚାୟତ ସମ୍ମିଳନୀ କକ୍ଷଠାରେ ଗ୍ରାମ୍ୟ ମୁଖୀ ପ୍ରଶାସନ ସହ ସଂଯୁକ୍ତ ଜନ ଅଭିଯୋଗ ଶୁଣାଣୀ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି ।
ଏହି ଅଭିଯୋଗ ଶୁଣାଣିରେ ଗଜପତି ଜିଲ୍ଲାପାଳ ଶ୍ରୀ ସ୍ମୃତିରଞ୍ଜନ ପ୍ରଧାନ ଓ ଆରକ୍ଷୀ ଅଧିକ୍ଷକ ସୁଶ୍ରୀ ସ୍ଵାତୀ ଏସ୍ କୁମାର ମିଳିତ ଜନ ଅଭିଯୋଗ ଶୁଣାଣୀରେ ଯୋଗ ଦେଇ ଶୁଣାଣୀ କରିଥିଲେ ।
ଏହି ଅଭିଯୋଗ ଶୁଣାଣୀ କାର୍ଯ୍ୟକ୍ରମରେ ଖାରଡା , କିଡିଗାମ୍ , ହାଡ଼ଭାଙ୍ଗି ଓ କେ.ସୀତାପୁର ଗ୍ରାମ ପଞ୍ଚାୟତର ମୋଟ ୬୫ ଗୋଟି ଅଭିଯୋଗ ପତ୍ର ଗ୍ରହଣ କରା ଯାଇଥିଲା । ସେଥିମଧ୍ୟରୁ ବ୍ୟକ୍ତିଗତ ଅଭିଯୋଗ ସମସ୍ୟା- ୩୨ ଗୋଟି ଏବଂ ଗ୍ରାମ ଭିତ୍ତିକ ସମସ୍ୟା- ୩୩ ଗୋଟି ଅଭିଯୋଗ ଆସିଥିବା ବେଳେ ଓ ଗୋଟିଏ ଅଭିଯୋଗକୁ ତୁରନ୍ତ ଫୈସଲା କରାଯାଇ ସମାଧାନ କରାଯାଇଛି । କାଶୀନଗର ବିଜ୍ଞାପିତ ଅଞ୍ଚଳ ପରିଷଦର ପି.ରାମ ରାଓଙ୍କୁ ମୁଖ୍ୟମନ୍ତ୍ରୀ ରିଲିଫ ପାଣ୍ଠିରୁ ଦଶ ହଜାର ଟଙ୍କା ପ୍ରଦାନ କରାଯାଇଛି ।
ଆଜିର ଏହି ଅଭିଯୋଗ ଶୁଣାଣି ଶିବିରରେ ସାମାଜିକ ସୁରକ୍ଷା , ଜମି ପଟ୍ଟା , ଜଳ ସେଚନ , ଗୃହ ନିର୍ମାଣ , ରାସନ୍ କାର୍ଡ , ମନରେଗା , ଶିକ୍ଷା , ରାସ୍ତା ସମସ୍ୟା ଭଳି ବିଭିନ୍ନ ସମସ୍ୟା ନେଇ ଅଭିଯୋଗ ଆସିଥିଲା ।
ସେଥି ମଧ୍ୟରୁ ୩୬ ଜଣ ହିତଧିକାରୀଙ୍କୁ ଜଙ୍ଗଳ ଜମି ପଟ୍ଟା ବଣ୍ଟନ କରା ଯାଇଥିଲା। ଅଜିର ମିଳିତ ଜନ ଅଭିଯୋଗ ଶୁଣାଣିରେ ଆବେଦନର ତୁରନ୍ତ ଫଇସଲା କରିବା ନିମନ୍ତେ ସମ୍ପୃକ୍ତ ବିଭାଗୀୟ ଅଧିକାରୀ ମାନଙ୍କୁ ଜିଲ୍ଲାପାଳ ନିର୍ଦ୍ଦେଶ ଦେଇଥିଲେ ଏବଂ ଅନ୍ୟ ସମସ୍ତ ଅଭିଯୋଗକୁ ତୁରନ୍ତ ସମାଧାନ କରାଯିବ ବୋଲି ଜିଲ୍ଲାପାଳ ଶ୍ରୀ ପ୍ରଧାନ କହିଛନ୍ତି ।
ଆଜିର ଗ୍ରାମ୍ୟ ମୁଖୀ ପ୍ରଶାସନ ସହ ସଂଯୁକ୍ତ ଜନ ଅଭିଯୋଗ ଶୁଣାଣୀ ଶିବିର ସମୟରେ କାଶୀନଗର ବ୍ଲକ ଅଧ୍ୟକ୍ଷା ଶ୍ରୀମତୀ ବାଲା ସାୟାମ୍ମା , ସ୍ଥାନୀୟ ସରପଞ୍ଚ ଶ୍ରୀ ଅଖିଳ ପାତ୍ର , ସ୍ଥାନୀୟ ଗୋଷ୍ଠୀ ଉନ୍ନୟନ ଅଧିକାରୀ ଶ୍ରୀ କପିଳେଶ୍ୱର ତାଣ୍ଡି , ତହସିଲଦାର ଶ୍ରୀ ଆଶିଷ ପ୍ରଧାନ , ଜନ ଅଭିଯୋଗ ଶୁଣାଣି ନୋଡାଲ ଅଧିକାରୀ ଓ ସମସ୍ତ ଜିଲ୍ଲା ସ୍ତରୀୟ ଅଧିକାରୀଗଣଙ୍କ ସମେତ ସ୍ଥାନୀୟ ଜନପ୍ରତିନିଧି ଉପସ୍ଥିତ ଥିଲେ ।

Related Posts

Seo wordpress plugin by www.seowizard.org.