Odisha News

ଗଜପତି : ଜିଲ୍ଲାପାଳଙ୍କ ମିଳିତ ଜନ ଅଭିଯୋଗ ଶୁଣାଣୀ କାର୍ଯ୍ୟକ୍ରମ ଅନୁଷ୍ଠିତ

ଗଣେଶ କୁମାର ରାଜୁଙ୍କ ରିପୋର୍ଟ
ଗଜପତି, ୨୨/୧୨ : ଗଜପତି ଜିଲ୍ଲା ଗୋସାଣୀ ବ୍ଲକ ଅନ୍ତର୍ଗତ ଲାବଣ୍ୟଗଡ଼ ଗ୍ରାମ ପଞ୍ଚାୟତ ସମ୍ମିଳନୀ କକ୍ଷ ଠାରେ ଗ୍ରାମ୍ୟ ମୁଖୀ ପ୍ରଶାସନ ସହ ସଂଯୁକ୍ତ ଜନ ଅଭିଯୋଗ ଶୁଣାଣୀ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି ।
ଏହି ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମରେ ଭାରପ୍ରାପ୍ତ ଜିଲ୍ଲାପାଳ ଶ୍ରୀ ମୁନୀନ୍ଦ୍ର ହୋନାଗା , ଆରକ୍ଷୀ ଅଧିକ୍ଷକ ଶ୍ରୀ ଯତୀନ୍ଦ୍ର କୁମାର ପଣ୍ଡା , ଅତିରିକ୍ତ ନିର୍ବାହୀ ଅଧିକାରୀ ଜିଲ୍ଲାପରିଷଦ ଶ୍ରୀ ପୃଥ୍ୱୀରାଜ ମଣ୍ଡଳ ଓ ଉପଜିଲ୍ଲାପାଳ ପାରଳାଖେମୁଣ୍ଡି ଶ୍ରୀ ଅନୁପ ପଣ୍ଡା ଏହି ମିଳିତ ଜନ ଅଭିଯୋଗ ଶୁଣାଣୀରେ ଯୋଗ ଦେଇଥିଲେ ।
ଏହି କାର୍ଯ୍ୟକ୍ରମରେ ଲାବଣ୍ୟଗଡ଼ ଗ୍ରାମ ପଞ୍ଚାୟତ ସମେତ , ରମ୍ଫା , ଗାରାବନ୍ଧ ଓ ସୋବରା ଗ୍ରାମ ପଞ୍ଚାୟତର ସମୁଦାୟ ମୋଟ- ୬୪ ଗୋଟି ଅଭିଯୋଗ ପତ୍ର ଗ୍ରହଣ କରା ଯାଇଥିଲା।
ସେଥି ମଧ୍ୟରୁ ବ୍ୟକ୍ତିଗତ ଅଭିଯୋଗ ସମସ୍ୟା -୩୬ ଗୋଟି ଏବଂ ଗ୍ରାମ ଭିତ୍ତିକ ସମସ୍ୟା- ୨୮ ଗୋଟି ଅଭିଯୋଗ ଆସିଥିଲା ।
ଉଭୟ ସମସ୍ତ ଅଭିଯୋଗ ସମସ୍ୟା ୬୪ ଟି ମଧ୍ୟରୁ ୪ଗୋଟି ଅଭିଯୋଗକୁ ତୁରନ୍ତ ସମାଧାନ କରା ଯାଇଥିଲା। ଅନ୍ୟ ସମସ୍ତ ଅଭିଯୋଗ ଗୁଡ଼ିକୁ ତୁରନ୍ତ ସମାଧାନ କରିବା ପାଇଁ ବିଭାଗୀୟ ଅଧିକାରୀ ମାନଙ୍କୁ ନିର୍ଦ୍ଧେଶ ଦିଆ ଯାଇଥିଲା ।
ସେଥିମଧ୍ୟରୁ ନୂତନ ଭାବେ ଅନୁମୋଦନ ହୋଇଥିବା ବାର୍ଦ୍ଧକ୍ୟ ଓ ଭିନ୍ନ କ୍ଷମ ଭତ୍ତା ୧୦ ଜଣଙ୍କୁ ପ୍ରଦାନ କରା ଯାଇ ଥିବା ବେଳେ ୩୮ ଜଣଙ୍କୁ ପଟ୍ଟା ବଣ୍ଟନ କରା ଯାଇଥିଲା।
ଆଜିର ଏହି ଅଭିଯୋଗ ଶୁଣାଣି ଶିବିର କାର୍ଯ୍ୟକ୍ରମରେ ପ୍ରଧାନମନ୍ତ୍ରୀ ଆବାସୀ ଯୋଜନା , ସାମାଜିକ ସୁରକ୍ଷା , ଜମି ପଟ୍ଟା , ମନରେଗା , ଗୃହ ନିର୍ମାଣ , ରାସନ୍ କାର୍ଡ , ଶିକ୍ଷା , ଜଳ ସେଚନ , ସ୍ଵାସ୍ଥ୍ୟ ଓ ରାସ୍ତା ଭଳି ବିଭିନ୍ନ ସମସ୍ୟା ନେଇ ଅଭିଯୋଗ ଆସିଥିଲା ।
ଆଜିର ଗ୍ରାମ୍ୟ ମୁଖୀ ପ୍ରଶାସନ ସହ ସଂଯୁକ୍ତ ଜନ ଅଭିଯୋଗ ଶୁଣାଣୀ କାର୍ଯ୍ୟକ୍ରମ ସମୟରେ ଗୋସାଣୀ ପଞ୍ଚାୟତ ସମିତି ଅଧ୍ୟକ୍ଷ ଶ୍ରୀ ଏନ: ବୀରାରାଜୁ , ଗୋଷାଣୀ ଗୋଷ୍ଠୀ ଉନ୍ନୟନ ଅଧିକାରୀ ଶ୍ରୀ ଗୌର ଚନ୍ଦ୍ର ପଟ୍ଟନାୟକ , ତହସିଲଦାର ଶ୍ରୀ ନାରାୟଣ ବେହେରା , ସ୍ଥାନୀୟ ଜନପ୍ରତିନିଧି ସମେତ ସମସ୍ତ ଜିଲ୍ଲା ସ୍ତରୀୟ ଓ ବ୍ଲକ୍ ସ୍ତରୀୟ ଅଧିକାରୀଗଣ ଅଭିଯୋଗ ଶୁଣାଣୀ କାର୍ଯ୍ୟକ୍ରମ ସମୟରେ ଉପସ୍ଥିତ ଥିଲେ।

Related Posts