Odisha News

ଗଜପତି : ଜିଲ୍ଲାପାଳଙ୍କ ମିଳିତ ଜନ ଅଭିଯୋଗ ଶୁଣାଣୀ କାର୍ଯ୍ୟକ୍ରମ ଅନୁଷ୍ଠିତ

ଗଣେଶ କୁମାର ରାଜୁଙ୍କ ରିପୋର୍ଟ
ଗଜପତି,୨୪/୩ : ଗଜପତି ଜିଲ୍ଲା କାଶୀନଗର ବ୍ଲକ ଅନ୍ତର୍ଗତ ଶିଆଳି ଗ୍ରାମସ୍ଥିତ ପଞ୍ଚାୟତ କାର‌୍ୟ୍ୟାଳୟର ସମ୍ମିଳନୀ କକ୍ଷ ଠାରେ ଗ୍ରାମ୍ୟ ମୁଖୀ ପ୍ରଶାସନ ସହ ସଂଯୁକ୍ତ ଜନ ଅଭିଯୋଗ ଶୁଣାଣୀ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି ।
ଏହି ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମରେ ଗଜପତି ଆରକ୍ଷୀ ଅଧିକ୍ଷକ ଶ୍ରୀ ଯତୀନ୍ଦ୍ର କୁମାର ପଣ୍ଡା , ମୁଖ୍ୟ ଉନ୍ନୟନ ଅଧିକାରୀ ତଥା ନିର୍ବାହୀ ଅଧିକାରୀ ଜିଲ୍ଲାପରିଷଦ ଶ୍ରୀ ଶଙ୍କର କେରକେଟା ଓ ସମନ୍ଵିତ ଆଦିବାସୀ ଉନ୍ନୟନ ସଂସ୍ଥା ପାରଳାଖେମୁଣ୍ଡି , ଶ୍ରୀ ଅଂଶୁମାନ ମହାପାତ୍ର ପ୍ରମୁଖ ଯୋଗ ଦେଇ ଶୁଣାଣୀ କରିଥିଲେ ।
ଏହି ଜନ ଅଭିଯୋଗ ଶିବିର କାର୍ଯ୍ୟକ୍ରମରେ ଶିଆଳି ଗ୍ରାମ ପଞ୍ଚାୟତ ସମେତ ଅଲଡା , କିଡ଼ିଗାଁ , ଖାଣ୍ଡବା ଓ ଗୋରିବନ୍ଧା ପଞ୍ଚାୟତର ମୋଟ- ୭୯ ଗୋଟି ଅଭିଯୋଗ ପତ୍ର ଗ୍ରହଣ କରା ଯାଇଥିଲା।
ସେଥି ମଧ୍ୟରୁ ବ୍ୟକ୍ତିଗତ ଅଭିଯୋଗ ସମସ୍ୟା- ୫୦ ଗୋଟି ଏବଂ ଗ୍ରାମ ଭିତ୍ତିକ ଅଭିଯୋଗ ସମସ୍ୟା- ୨୯ ଟି ରହିଥିଲା ।
ଆସିଥିବା ଉଭୟ ମୋଟ ୭୯ଟି ଅଭିଯୋଗ ସମସ୍ୟା ମଧ୍ୟରୁ ଗୋଟି ଅଭିଯୋଗକୁ ତୁରନ୍ତ ସମାଧାନ କରା ଯାଇଥିଲା ।
ଆଜିର ଏହି ଜନ ଅଭିଯୋଗ ଶୁଣାଣି ଶିବିର କାର୍ଯ୍ୟକ୍ରମ ମୁଖ୍ୟତଃ ପ୍ରଧାନମନ୍ତ୍ରୀ ଆବାସୀ ଯୋଜନା , ସାମାଜିକ ସୁରକ୍ଷା , ଜମି ପଟ୍ଟା , ମନରେଗା , ଗୃହ ନିର୍ମାଣ , ରାସନ୍ କାର୍ଡ , ଶିକ୍ଷା , ଜଳ ସେଚନ , ସ୍ଵାସ୍ଥ୍ୟ ଓ ରାସ୍ତା ଭଳି ବିଭିନ୍ନ ସମସ୍ୟା ନେଇ ଅଭିଯୋଗ ଆସିଥିଲା ।
ଆଜିର ଗ୍ରାମ୍ୟ ମୁଖୀ ପ୍ରଶାସନ ସହ ସଂଯୁକ୍ତ ଜନ ଅଭିଯୋଗ ଶୁଣାଣୀ କାର୍ଯ୍ୟକ୍ରମ ସମୟରେ କାଶୀନଗର ପଞ୍ଚାୟତ ସମିତି ଅଧ୍ୟକ୍ଷା ଶ୍ରୀମତୀ ବାଲା ସାୟାମା , ସ୍ଥାନୀୟ ଗୋଷ୍ଠୀ ଉନ୍ନୟନ ଅଧିକାରୀ ଶ୍ରୀ ଡମ୍ବରୁଧର ମଲ୍ଲିକ , ଜିଲ୍ଲା ମୁଖ୍ୟ ଚିକିତ୍ସା ଓ ଜନସ୍ବାସ୍ଥ୍ୟ ଅଧିକାରୀ ଡ଼ାଃ ଏମ: ମୁବାର ଅଲ୍ଲୀ , ଜିଲ୍ଲା ସାମାଜିକ ସୁରକ୍ଷା ଓ ଭିନ୍ନକ୍ଷମ ସଶକ୍ତିକରଣ ଅଧିକାରୀ ଶ୍ରୀ ସନ୍ତୁଷ୍ଟ କୁମାର ନାୟକ ଓ ସ୍ଥାନୀୟ ସରପଞ୍ଚଙ୍କ ସମେତ ଜନପ୍ରତିନିଧି ଏବଂ ସମସ୍ତ ଜିଲ୍ଲା ସ୍ତରୀୟ ଅଧିକାରୀଗଣ ଅଭିଯୋଗ ଶୁଣାଣୀ ରେ ଉପସ୍ଥିତ ଥିଲେ।

Related Posts