Odisha News

ଗଜପତି : ଜିଲ୍ଲାପାଳଙ୍କ ମିଳିତ ଜନ ଅଭିଯୋଗ ଶୁଣାଣୀ କାର୍ଯ୍ୟକ୍ରମ ଅନୁଷ୍ଠିତ

ଗଣେଶ କୁମାର ରାଜୁଙ୍କ ରିପୋର୍ଟ
ଗଜପତି, ୩/୨: ଗଜପତି ଜିଲ୍ଲା ସଦର ମହକୁମା ପାରଳାଖେମୁଣ୍ଡି ସ୍ଥିତ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସମ୍ମିଳନୀ କକ୍ଷ ଠାରେ ଗ୍ରାମ୍ୟ ମୁଖୀ ପ୍ରଶାସନ ସହ ସଂଯୁକ୍ତ ଜନ ଅଭିଯୋଗ ଶୁଣାଣୀ ଶିବିର କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି ।
ଏହି ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମରେ ଗଜପତି ଜିଲ୍ଲାପାଳ ଶ୍ରୀ ଅକ୍ଷୟ ସୁନିଲ ଅଗ୍ରୱାଲ , ଆରକ୍ଷୀ ଅଧିକ୍ଷକ ଶ୍ରୀ ଯତୀନ୍ଦ୍ର କୁମାର ପଣ୍ଡା , ବନଖଣ୍ଡ ଅଧିକାରୀ ପାରଳାଖେମୁଣ୍ଡି ଶ୍ରୀ କେ.ନାଗାରାଜୁ , ମୁଖ୍ୟ ଉନ୍ନୟନ ଅଧିକାରୀ ତଥା ନିର୍ବାହୀ ଅଧିକାରୀ ଜିଲ୍ଲାପରିଷଦ ଶ୍ରୀ ପୃଥ୍ଵୀରାଜ ମଣ୍ଡଳ , ଉପଜିଲ୍ଲାପାଳ ପାରଳାଖେମୁଣ୍ଡି ଶ୍ରୀ ଅନୁପ ପଣ୍ଡା , ପ୍ରକଳ୍ପ ପ୍ରଶାସକ ସମନ୍ୱିତ ଆଦିବାସୀ ଉନ୍ନୟନ ସଂସ୍ଥା ପାରଳାଖେମୁଣ୍ଡି ଶ୍ରୀ ଅଂଶୁମାନ ମହାପାତ୍ର ପ୍ରମୁଖ ଅଭିଯୋଗ ଶୁଣାଣୀ ରେ ଯୋଗ ଦେଇ ଶୁଣାଣୀ କରିଥିଲେ ।
ଏହି କାର୍ଯ୍ୟକ୍ରମରେ ପାରଳାଖେମୁଣ୍ଡି ପୌରପରିଷଦ ସମେତ କେରାଣ୍ଡି , କତଳକଇଠା , ବାଘଶାଲା , ରାଣୀପେଣ୍ଠ ଓ ସିଧାମାଡ଼ଙ୍ଗ ପଞ୍ଚାୟତର ସମୁଦାୟ ମୋଟ-୯୪ ଗୋଟି ଅଭିଯୋଗ ପତ୍ର ଗ୍ରହଣ କରା ଯାଇଥିଲା। ସେଥି ମଧ୍ୟରୁ ବ୍ୟକ୍ତିଗତ ଅଭିଯୋଗ ସମସ୍ୟା- ୮୪ ଗୋଟି ଏବଂ ଗ୍ରାମ ଭିତ୍ତିକ ସମସ୍ୟା – ୧୨ ଗୋଟି ଅଭିଯୋଗ ଆସିଥିଲା । ସମସ୍ତ ଅଭିଯୋଗକୁ ତୁରନ୍ତ ସମାଧାନ କରିବା ପାଇଁ ବିଭାଗୀୟ ଅଧିକାରୀ ମାନଙ୍କୁ ଜିଲ୍ଲାପାଳ ନିର୍ଦ୍ଧେଶ ଦେଇଥିଲେ ।
ଆଜିର ଏହି ଅଭିଯୋଗ ଶୁଣାଣି ଶିବିର କାର୍ଯ୍ୟକ୍ରମରେ ସାମାଜିକ ସୁରକ୍ଷା , ଜମି ପଟ୍ଟା , ମନରେଗା , ଗୃହ ନିର୍ମାଣ , ରାସନ୍ କାର୍ଡ , ଶିକ୍ଷା , ଜଳ ସେଚନ ରାସ୍ତା ଓ ସ୍ଵାସ୍ଥ୍ୟ ଭଳି ବିଭିନ୍ନ ସମସ୍ୟା ନେଇ ଅଭିଯୋଗ ଆସିଥିଲା ।
ଆଜିର ଗ୍ରାମ୍ୟ ମୁଖୀ ପ୍ରଶାସନ ସହ ସଂଯୁକ୍ତ ଜନ ଅଭିଯୋଗ ଶୁଣାଣୀ କାର୍ଯ୍ୟକ୍ରମ ରେ ଗୋଷାଣୀ ଗୋଷ୍ଠୀ ଉନ୍ନୟନ ଅଧିକାରୀ ଶ୍ରୀ ଗୋର ଚନ୍ଦ୍ର ପଟ୍ଟନାୟକ , ସ୍ଥାନୀୟ ତହସିଲଦାର ନାରାୟଣ ବେହେରା ସମେତ ସମସ୍ତ ଜିଲ୍ଲା ସ୍ତରୀୟ ଅଧିକାରୀଗଣ ଏହି ଅଭିଯୋଗ ଶୁଣାଣୀ କାର୍ଯ୍ୟକ୍ରମରେରେ ଉପସ୍ଥିତ ଥିଲେ।

Related Posts