Odisha News

ଗଜପତି: ଜିଲ୍ଲାପାଳଙ୍କ ମିଳିତ ଜନ ଅଭିଯୋଗ ଶୁଣାଣୀ କାର୍ଯ୍ୟକ୍ରମ ଅନୁଷ୍ଠିତ

ଗଣେଶ କୁମାର ରାଜୁଙ୍କ ରିପୋର୍ଟ
ଗଜପତି,୬/୬: ଗଜପତି ଜିଲ୍ଲା ସଦର ମହକୁମା ପାରଳାଖେମୁଣ୍ଡି ସ୍ଥିତ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସମ୍ମିଳନୀ କକ୍ଷ ଠାରେ ଗ୍ରାମ୍ୟ ମୁଖୀ ପ୍ରଶାସନ ସହ ସଂଯୁକ୍ତ ଜନ ଅଭିଯୋଗ ଶୁଣାଣୀ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି ।
ଏହି ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମ ରେ ଗଜପତି ଜିଲ୍ଲାପାଳ ଶ୍ରୀ ଲିଙ୍ଗରାଜ ପଣ୍ଡା , ଆରକ୍ଷୀ ଅଧିକ୍ଷକ ସୁଶ୍ରୀ ସ୍ଵାତୀ ଏସ: କୁମାର , ମୁଖ୍ୟ ଉନ୍ନୟନ ଅଧିକାରୀ ତଥା କାର୍ଯ୍ୟନିର୍ବାହୀ ଅଧିକାରୀ ଜିଲ୍ଲାପରିଷଦ ଶ୍ରୀ ରୋମାଞ୍ଚଳ ଖମାରୀ , ଜିଲ୍ଲା ବନଖଣ୍ଡ ଅଧିକାରୀ ଶ୍ରୀ ଏସ୍.ଆନନ୍ଦ , ଅତିରିକ୍ତ ଜିଲ୍ଲାପାଳ ଶ୍ରୀ ବୀରେନ୍ଦ୍ର କୁମାର ଦାସ ଓ ଶ୍ରୀ ରାଜେନ୍ଦ୍ର ମିଞ୍ଜ ଏହି ମିଳିତ ଜନ ଅଭିଯୋଗ ଶୁଣାଣୀ\’ରେ ଯୋଗ ଦେଇଥିଲେ ।
ଏହି କାର୍ଯ୍ୟକ୍ରମରେ ପାରଳାଖେମୁଣ୍ଡି ପୌର ପରିଷଦ ସମେତ କେରାଣ୍ଡି , କତଳକଇଠା , ବାଘଶାଳ , ରାଣୀପେଣ୍ଠ ଓ ସିଧମଡ଼ଙ୍ଗା ପଞ୍ଚାୟତ\’ର ମୋଟ- ୬୨ ଗୋଟି ଅଭିଯୋଗ ପତ୍ର ଗ୍ରହଣ କରା ଯାଇଥିଲା ।
ସେଥି ମଧ୍ୟରୁ ବ୍ୟକ୍ତିଗତ ଅଭିଯୋଗ ସମସ୍ୟା- ୪୩ ଗୋଟି ଏବଂ ଗ୍ରାମ ଭିତ୍ତିକ ଅଭିଯୋଗ ସମସ୍ୟା- ୧୯ ଗୋଟି ଥିଲା । ଉଭୟ ଅଭିଯୋଗ ସମସ୍ୟା ୬୨ ମଧ୍ୟରୁ ୪ ଗୋଟି ଅଭିଯୋଗ ସମସ୍ୟାକୁ ତୁରନ୍ତ ଫୈସଲା କରାଯାଇ ସମାଧାନ କରା ଯାଇଥିଲା ।
ଆଜିର ଏହି ଅଭିଯୋଗ ଶୁଣାଣି ଶିବିର କାର୍ଯ୍ୟକ୍ରମରେ ସାମାଜିକ ସୁରକ୍ଷା , ଜମି ପଟ୍ଟା , ମନରେଗା , ଗୃହ ନିର୍ମାଣ , ରାସନ୍ କାର୍ଡ , ଶିକ୍ଷା , ଜଳ ସେଚନ ଓ ରାସ୍ତା ଭଳି ବିଭିନ୍ନ ସମସ୍ୟା ନେଇ ଅଭିଯୋଗ ଆସିଥିଲା ।
ଆଜିର ଗ୍ରାମ୍ୟ ମୁଖୀ ପ୍ରଶାସନ ସହ ସଂଯୁକ୍ତ ଜନ ଅଭିଯୋଗ ଶୁଣାଣୀ ସମୟରେ ସମନ୍ୱିତ ଅଧିବାସୀ ଉନ୍ନୟନ ସଂସ୍ଥା ପ୍ରକଳ୍ପ ପ୍ରଶାସକ ଶ୍ରୀ ଫାଲଗୁନି ମାଝୀ , ଜିଲ୍ଲା ମୁଖ୍ୟା ଚିକିତ୍ସା ଅଧିକାରୀ ଡା: ପ୍ରଦୀପ କୁମାର ପାତ୍ର , ଜନ ଅଭିଯୋଗ ଶୁଣାଣି ନୋଡାଲ ଅଧିକାରୀ ନର୍ମଦା ନାୟକ ସମେତ ବିଭିନ୍ନ ବିଭାଗର ଜିଲ୍ଲା ସ୍ତରୀୟ ଅଧିକାରୀ ଗଣ ଏହି ଅଭିଯୋଗ ଶୁଣାଣୀ କାର୍ଯ୍ୟକ୍ରମରେ ଉପସ୍ଥିତ ଥିଲେ।

Related Posts

Seo wordpress plugin by www.seowizard.org.