Odisha News

ଗଜପତି: ଜିଲ୍ଲା ଆଇନସେବା ପ୍ରାଧିକରଣ ପକ୍ଷରୁ ଜିଲ୍ଲା ସ୍ତରୀୟ ୩ୟ ରାଷ୍ଟ୍ରୀୟ ଲୋକ ଅଦାଲତ କାର୍ଯ୍ୟକ୍ରମ ଅନୁଷ୍ଠିତ

ଗଣେଶ କୁମାର ରାଜୁଙ୍କ ରିପୋର୍ଟ
ଗଜପତି,୧୩/୮: ଗଜପତି ଜିଲ୍ଲା ଆଇନସେବା ପ୍ରାଧିକରଣ ପକ୍ଷରୁ ଆଜି ବର୍ଷର ତୃତୀୟ ଜିଲ୍ଲାସ୍ତରୀୟ ରାଷ୍ଟ୍ରୀୟ ଲୋକ ଅଦାଲତ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି ।
ଜାତୀୟ ଆଇନସେବା ପ୍ରାଧିକରଣ ଓ ରାଜ୍ୟ ଆଇନସେବା ପ୍ରାଧିକରଣଙ୍କ ନିର୍ଦ୍ଦେଶ କ୍ରମେ ଏହି ଜିଲ୍ଲା ସ୍ତରୀୟ ରାଷ୍ଟ୍ରୀୟ ଲୋକ ଅଦାଲତ କାର୍ଯ୍ୟକ୍ରମରେ ଗଜପତି ଜିଲ୍ଲା ଓ ଦୌରା ଜଜ ଶ୍ରୀ ପ୍ରଣବ କୁମାର ରାଉତରାୟ ଉପସ୍ଥିତ ରହି ବିଭିନ୍ନ କୋର୍ଟ କାର୍ଯ୍ୟ ତଦାରଖ କରିବା ସହ ନିଜ କୋର୍ଟ କାର୍ଯ୍ୟ ପରିଚାଳନା କରିଥିଲେ ।
ଆୟୋଜିତ ଏହି ରାଷ୍ଟ୍ରୀୟ ଲୋକ ଅଦାଲତ କାର୍ଯ୍ୟକ୍ରମରେ ବିଭିନ୍ନ ପ୍ରକାରର ବିଚାରଧୀନ ଥିବା ଓ ପ୍ରାକ୍ ମକଦ୍ଦମା ମାମଲାର ତ୍ୱରିତ ବିଚାର ପାଇଁ ପଦକ୍ଷେପ ସ୍ୱରୂପ ବିଭିନ୍ନ କୋର୍ଟ ବ୍ୟାଙ୍କ୍ ମାନ ପ୍ରତିଷ୍ଠା କରା ଯାଇଥିଲା ।
ଏହି ରାଷ୍ଟ୍ରୀୟ ଲୋକ ଅଦାଲତ କାର୍ଯ୍ୟକ୍ରମରେ ପ୍ରାୟତଃ ସମସ୍ତ ପ୍ରକାରର ମକଦ୍ଦମା ଯଥା: ବ୍ୟାଙ୍କ୍ ସମ୍ବନ୍ଧୀୟ , ଦେୱାନୀ , ଫୌଜଦାରୀ , ମୋଟର ଗାଡି ଜନିତ ଓ ପ୍ରାକ୍ ମକଦ୍ଦମା ସମାଧାନ ଯୋଗ୍ୟ କେଶର ସମାଧାନ କରା ଯାଇଥିଲା ।
ମୁଖ୍ୟ ବିଚାର ବିଭାଗୀୟ ମାଜିଷ୍ଟ୍ରେଟ(ସି.ଜେ.ଏମ) ଶ୍ରୀ ମାନସ କୁମାର ପଣ୍ଡା, ଲୋକ ଅଦାଲତ କାର୍ଯ୍ୟକ୍ରମରେ ପରିବାର ଅଦାଲତ ଜଜ ଶ୍ରୀ ସୁବ୍ରତ ମହାନ୍ତି , ଅତିରିକ୍ତ ଜିଲ୍ଲା ଓ ଦୌରାଜଜ ଶ୍ରୀ ପ୍ରଦୀପ କୁମାର ସାମଲ , ଆଇନସେବା ପ୍ରାଧିକରଣ ସଚିବ ଶ୍ରୀ ରବି ନାରାୟଣ ବେହେରା , ବରିଷ୍ଠ ଦେୱାନୀ ବିଚାରପତି ଶ୍ରୀ ସନ୍ତୋଷ କୁମାର ଅଗ୍ରୱାଲ , କୋର୍ଟ ରେଜିଷ୍ଟ୍ରାର ଶ୍ରୀ ସତ୍ୟବ୍ରତ ରାଣା , ଉପଖଣ୍ଡିୟ ବିଚାର ବିଭାଗୀୟ ମାଜିଷ୍ଟ୍ରେଟ ଶ୍ରୀମତୀ ବର୍ଷା ଶର୍ମା , ଏବଂ ପ୍ରଥମ ଶ୍ରେଣୀ ବିଚାର ବିଭାଗୀୟ ମାଜିଷ୍ଟ୍ରେଟ ଶ୍ରୀ ଶୁଭାଜିତ ବେହେରା ପ୍ରମୁଖ ଉପସ୍ଥିତ ରହି ନିଜ ନିଜ କୋର୍ଟ କାର୍ଯ୍ୟ ସମ୍ପାଦନ କରିଥିଲେ। ।
ସେହିପରି ଭାବେ ରସ ଉଦୟଗିରି କୋର୍ଟଠାରେ ଆୟୋଜିତ ରାଷ୍ଟ୍ରୀୟ ଲୋକ ଅଦାଲତ କାର୍ଯ୍ୟକ୍ରମରେ ଦେୱାନୀ ବିଚାରପତି ତଥା ସବଜଜ୍ ଶ୍ରୀ ପୁଣ୍ୟଶ୍ଲୋକ ରଥ ଓ ପ୍ରଥମ ଶ୍ରେଣୀ ବିଚାର ବିଭାଗୀୟ ମାଜିଷ୍ଟ୍ରେଟ ଶ୍ରୀ ପାରସ ପାଢ଼ୀ , ମୋହନା ପ୍ରଥମଶ୍ରେଣୀ ବିଚାର ବିଭାଗୀୟ ମାଜିଷ୍ଟ୍ରେଟ ଶ୍ରୀ ବିରଜା ପ୍ରସାଦ ପଣ୍ଡା ଓ କାଶୀନଗର କୋର୍ଟ ପ୍ରଥମଶ୍ରେଣୀ ବିଚାର ବିଭାଗୀୟ ମାଜିଷ୍ଟ୍ରେଟ ଅଙ୍କିତା ଗୁରୁ ପ୍ରମୁଖ ଉପସ୍ଥିତ ରହି ନିଜ ନିଜ କୋର୍ଟ କାର୍ଯ୍ୟ ସମ୍ପାଦନ କରିଥିଲେ ।
ସେହିଭଳି ଆଞ୍ଚଳିକ ପରିବହନ ବିଭାଗର ବରିଷ୍ଠ ଅଧିକାରୀ ଶ୍ରୀ ତୁଷାର ହେମ୍ରମ ଉପସ୍ଥିତ ରହି ଯାନବାହାନ ଯାଞ୍ଚ ସମ୍ବନ୍ଧୀୟ କେଶ ଗୁଡ଼ିକର ତ୍ୱରିତ ଫାଇସଲା ଓ ସମାଧାନ କରିଥିଲେ ।
ଆୟୋଜିତ ଲୋକ ଅଦାଲତ କାର୍ଯ୍ୟକ୍ରମରେ ରାଜ୍ୟ ଆଇନସେବା ପ୍ରାଧିକରଣଙ୍କ ନିର୍ଦ୍ଦେଶ କ୍ରମେ ବିଭିନ୍ନ ରାଷ୍ଟ୍ରାୟତ ବ୍ୟାଙ୍କ୍ ର ଅଧିକାରୀ ମାନେ ମଧ୍ୟ ଉପସ୍ଥିତ ରହି ବିଭିନ୍ନ ବ୍ୟାଙ୍କ୍ ସମ୍ବନ୍ଧୀୟ ବିଭିନ୍ନ ମାମଲାର ସମାଧାନ ପାଇଁ ଚେଷ୍ଟା କରିଥିଲେ ।
ବିଭିନ୍ନ ତହସିଲଦାର କୋର୍ଟ ମାନଙ୍କରେ ମଧ୍ୟ ଲୋକ ଅଦାଲତ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା ।
ଏହି ଲୋକ ଅଦାଲତ କାର‌୍ୟ୍ୟକ୍ରମରେ ଜିଲ୍ଲା କୋର୍ଟ ଓକିଲ ସଂଘର ଓକିଲବୃନ୍ଦ ଓ ବରିଷ୍ଠ ଆଇନଜୀବି ମାନେ ଯଥା:- ଅଶୋକ କୁମାର ପାଣିଗ୍ରାହୀ , ଶ୍ରୀ ହିରାଚାନ୍ଦ୍ ପଟ୍ଟନାୟକ , ଶ୍ରୀ ପ୍ରମୋଦ ପାଣିଗ୍ରାହୀ , ଶ୍ରୀ ସ୍ୱରୂପ କୁମାର ପାଳ , ଜିତେନ୍ଦ୍ର ପଟ୍ଟନାୟକ , ଉମେଶ ରଥ ପ୍ରମୁଖ ଉପସ୍ଥିତ ରହି ବିଭିନ୍ନ କୋର୍ଟରେ ନିଜ ନିଜ ମକଦ୍ଦମା ପରିଚାଳନାରେ ସହଯୋଗ କରିଥିଲେ ।
ଏହି ରାଷ୍ଟ୍ରୀୟ ଲୋକ ଅଦାଲତ କାର୍ଯ୍ୟକ୍ରମରେ ସମୁଦାୟ ୨ ହଜାର ୭୫୫ ଟି କେଶର ତ୍ୱରିତ ବିଚାରକୁ ନିଆଯାଇ ମୋଟ ୨ ହଜାର ୪୨୧ ଟି କେଶର ସମାଧାନ କରାଯାଇ ସର୍ବମୋଟ ୨୧ ଲକ୍ଷ ୮୬ ହଜାର ୫୨୭ ଟଙ୍କା ଆଦାୟ କରା ଯାଇଥିଲା ।
ଏହି ରାଷ୍ଟ୍ରୀୟ ଲୋକ ଅଦାଲତ କାର୍ଯ୍ୟକ୍ରମକୁ ଜିଲ୍ଲା ଆଇନସେବା ପ୍ରାଧିକରଣର କର୍ମଚାରୀ ଶ୍ରୀ ରମେଶ ଚନ୍ଦ୍ର ସେଠୀ , ଶ୍ରୀ ରଘୁ ନନ୍ଦନ ଦାସ , ଶ୍ରୀ ଶିବ ପ୍ରସାଦ ସେନାପତି ଓ ଶ୍ରୀ କାହ୍ନୁ ଚରଣ ପଣ୍ଡା ପ୍ରମୁଖ ଉପସ୍ଥିତ ରହି ପରିଚାଳନାରେ ସହଯୋଗ ପ୍ରଦାନ କରିଥିଲେ ।

Related Posts

Seo wordpress plugin by www.seowizard.org.