Odisha News

ଗଜପତି: ଜିଲ୍ଲା ସ୍ତରୀୟ ଗୁରୁ ଦିବସ ଉତ୍ସବ ଓ ବିଦ୍ୟାର୍ଥୀ ସମ୍ବର୍ଦ୍ଧିନା ଉତ୍ସଵ ମହସମାରୋହରେ ପାଳିତ

ଗଣେଶ କୁମାର ରାଜୁଙ୍କ ରିପୋର୍ଟ
ଗଜପତି, ୫/୯ : ଗଜପତି ଜିଲ୍ଲାସ୍ତରୀୟ ମୁଖ୍ୟମନ୍ତ୍ରୀ ଶିକ୍ଷା ପୁରସ୍କାର ସମ୍ବର୍ଦ୍ଧନା ସମାରୋହ ପାରଳାଖେମୁଣ୍ଡି ସ୍ଥିତ ଗଜପତି ଷ୍ଟାଡିୟମ୍ ଠାରେ ଅନୁଷ୍ଠିତ ହୋଇଯାଇଅଛି।
ଏହି ସମ୍ବର୍ଦ୍ଧନା ସମାରୋହ କାର୍ଯ୍ୟକ୍ରମରେ ଜିଲ୍ଲାପାଳ ଶ୍ରୀ ବିଜୟ କୁମାର ଦାସ ଅଧ୍ୟକ୍ଷତା କରିଥିବା ବେଳେ ସମ୍ମାନିତ ଅତିଥି ଭାବରେ ମୋହନା ବିଧାୟକ ଶ୍ରୀ ଦାଶରଥି ଗମାଙ୍ଗ , ପାରଳାଖେମୁଣ୍ଡି ବିଧାୟକ ଶ୍ରୀ ରୁପେଶ କୁମାର ପାଣଗ୍ରାହୀ , ମୁଖ୍ୟ ବକ୍ତା ଭାବେ ମୁଖ୍ୟ ଉନ୍ନୟନ ଅଧିକାରୀ ତଥା ନିର୍ବାହୀ ଅଧିକାରୀ ଜିଲ୍ଲାପରିଷଦ ଡ଼ଃ ଗୁଣନିଧି ନାୟକ , ଗଜପତି,ଜିଲ୍ଲା ଶିକ୍ଷା ଅଧିକାରୀ ଡ଼.ମାୟାଧର ସାହୁ ଓ ଅତିରିକ୍ତ ଜିଲ୍ଲା ଶିକ୍ଷା ଅଧିକାରୀ ଶ୍ରୀ ମନୋଜ ରଞ୍ଜନ ଦଳେଇ ପ୍ରମୁଖ ମଞ୍ଚାସିନ ଥିଲେ।
ଆଜିର ଏହି କାର୍ଯ୍ୟକ୍ରମରେ ଶିକ୍ଷକ ଶିକ୍ଷୟତ୍ରୀ ଓ ଛାତ୍ରଛାତ୍ରୀ ଉପସ୍ଥିତ ଥିଲେ। ଆଜିର ଏହି ପବିତ୍ର ଗୁରୁଦିବସ ରେ ସମସ୍ତ ଅତିଥି ମାନେ ଗୁରୁର ମହତ୍ତ୍ଵ ଓ ଆବଶ୍ୟକତା ଉପରେ କହି ଶିକ୍ଷକ ମାନେ ହିଁ ବ୍ୟକ୍ତି ନିର୍ମାଣ ଓ ଚରିତ୍ର ଗଠନରେ ପ୍ରମୁଖ ଭୂମିକା ରହିଛି । ସେମାନେ ଶିକ୍ଷା ଜରିଆରେ ସମାଜରେ ବୈପ୍ଲବିକ ପରିବର୍ତ୍ତନ ଆଣିବାରେ ସହାୟକ ହୋଇଥାନ୍ତି ।
ସମସ୍ତ ଛାତ୍ରଛାତ୍ରୀ ଭବିଷ୍ୟତରେ ଜଣେ ଜଣେ ଭଲ ମଣିଷ ହେବା ଓ ଭଲ କାମ କରିବାକୁ ପରାମର୍ଶ ଦେଇ ଥିଲେ ।
ଏହି ଅବସରରେ ମୁଖ୍ୟମନ୍ତ୍ରୀଙ୍କ ଦ୍ୱାରା ପ୍ରଥମ ଥର ପାଇଁ ମୁଖ୍ୟମନ୍ତ୍ରୀ ଶିକ୍ଷା ପୁରସ୍କାର ଯୋଜନାରେ ଗଜପତି ଜିଲ୍ଲାର ୯୨୫ ଜଣ ଛାତ୍ରଛାତ୍ରୀ ମାନଙ୍କୁ ଏହି ପୁରସ୍କାର ପ୍ରଦାନ କରାଯାଇଛି।
୭୧୧ ଜଣଙ୍କୁ ମୁଖ୍ୟମନ୍ତ୍ରୀ ଶିକ୍ଷା ପୁରସ୍କାର ୫ ହଜାର ଟଙ୍କା ଲେଖାଏଁ, ୧୫୫ ଜଣଙ୍କୁ ମୁଖ୍ୟମନ୍ତ୍ରୀ ଭାଷାବୃତ୍ତି ପୁରସ୍କାର ସ୍ୱରୂପ ୭,୫୦୦ ଟଙ୍କା ଲେଖାଏଁ ଓ ୫୯ ଜଣଙ୍କୁ ଯୋଗ୍ୟତା ଛାତ୍ରବୃତ୍ତି ପୁରସ୍କାର ସ୍ୱରୂପ ୧୦ ହଜାର ଟଙ୍କା ଲେଖାଏଁ ପ୍ରଦାନ କରାଯାଇଛି। ଯାହାକି ଏହି ପୁରସ୍କାର ରାଶି ସେମାନଙ୍କ ବ୍ୟାଙ୍କ ଏକାଉଣ୍ଟ କୁ ସିଧା ସଳଖ ପଠା ଯାଇଛି ।
ଗତ ହାଇ ସ୍କୁଲ ପରୀକ୍ଷା ଫଳାଫଳ ଆଧାରରେ ମୁଖ୍ୟମନ୍ତ୍ରୀ ଶିକ୍ଷା ପୁରସ୍କାର ଓ ଓଡ଼ିଆ ବିଷୟରେ ୯୦ ନମ୍ୱରରୁ ଉର୍ଦ୍ଧ୍ବ ରଖିଥିବା ଛାତ୍ରଛାତ୍ରୀଙ୍କୁ ମୁଖ୍ୟମନ୍ତ୍ରୀ ଭାଷାବୃତ୍ତି ପୁରସ୍କାର ପ୍ରଦାନ କରାଯାଇଛି।
ସେହିପରି ଏହି ଅବସରରେ ୫ ଜଣ ଅବସରପ୍ରାପ୍ତ ଶିକ୍ଷକ ଯଥା:- ଆଚାର୍ଯ୍ୟ ବିନୋଦ ଚନ୍ଦ୍ର ଜେନା , ସାତ୍ମିକ କୁମାର ପଟ୍ଟନାୟକ ସିଏଚ: ଭେଙ୍କଟ ରାଓ , କୁମୁଦ ରଞ୍ଜନ ଦାସ , ପଣ୍ଡିତ ନରସିଂହ ଗୌଡ ଏବଂ କେ: ସାହୁଙ୍କୁ ଉପଢୌକନ ଓ ପୁଷ୍ପଗୁଚ୍ଛ ଦେଇ ସମ୍ବର୍ଦ୍ଧିତ କରା ଯାଇଥିଲା।
ଏହି ଅବସରରେ ଭୁବନେଶ୍ୱର ଠାରୁ ମୁଖ୍ୟମନ୍ତ୍ରୀ ପୁରସ୍କାର ପ୍ରଦାନ କରାଯାଉଥିବା ରାଜ୍ୟସ୍ତରୀୟ ଉତ୍ସବକୁ ସିଧା ପ୍ରସାରଣ କରା ଯାଇଥିଲା।
ଜିଲ୍ଲା ଶିକ୍ଷାଧିକାରୀ ଡ଼ଃ ମାୟାଧର ସାହୁ କାର୍ଯ୍ୟକ୍ରମର ଆଭିମୁଖ୍ୟ ସମ୍ପର୍କରେ କହି ଗୁରୁ ଶିଷ୍ୟ ପରମ୍ପରା ଓ ଛାତ୍ରଛାତ୍ରୀଙ୍କ ଚରିତ୍ର ଗଠନରେ ଶିକ୍ଷକ ମାନଙ୍କ ଭୂମିକା ସମ୍ପର୍କରେ କହିଥିଲେ ।
ଛାତ୍ରୀ ମାନେ ପ୍ରାରମ୍ଭିକ ସଙ୍ଗୀତ ଓ ବନ୍ଦେ ଉତ୍କଳ ଜନନୀ ସଙ୍ଗୀତ ଗାନ କରିଥିଲେ ।
ସଭା କାର୍ଯ୍ୟକ୍ରମକୁ ଶିକ୍ଷକ ଶ୍ରୀ ରମାକାନ୍ତ ପଟ୍ଟନାୟକ ଏବଂ ଶିକ୍ଷୟତ୍ରୀ ଶ୍ରୀମତୀ ସୁଲତା ଶୁଭଦର୍ଶନୀ ସଂଯୋଜନା କରିଥିଲେ ଏବଂ ଶେଷରେ ମହେନ୍ଦ୍ରଗିରି ପୌର ଉଚ୍ଚବିଦ୍ୟାଳୟ ର ପ୍ରଧାନଶିକ୍ଷକ ଶ୍ରୀ ପୂର୍ଣ୍ଣଚନ୍ଦ୍ର ପ୍ରଧାନ ଉପସ୍ଥିତ ସମସ୍ତଙ୍କୁ ଧନ୍ୟବାଦ୍ ଅର୍ପଣ କରିଥିଲେ ।
କାର୍ଯ୍ୟକ୍ରମ ଶେଷରେ ରଙ୍ଗାରଙ୍ଗ ସାଂସ୍କୃତିକ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା ।
ସମସ୍ତ କାର୍ଯ୍ୟକ୍ରମକୁ ଜିଲ୍ଲା ବିଜ୍ଞାନ ସୁପରଭାଇଜର ଶ୍ରୀ ରବି କୁମାର , ପିଇଆଇ ଶ୍ରୀ ସୁରେନ୍ଦ୍ର କୁମାର ପାତ୍ର ଏବଂ ଗୌରୀ ପ୍ରସାଦ ଚୌଧୁରୀ ପ୍ରମୁଖ ପରିଚାଳନା ଓ ସହଯୋଗ କରିଥିଲେ ।

Related Posts

Seo wordpress plugin by www.seowizard.org.