Odisha News

ଗଜପତି : ଜିଲ୍ଲା ସ୍ତରୀୟ ଲୋକନୃତ୍ୟ ପ୍ରତିଯୋଗିତା -୨୦୨୩-୨୪ କାର୍ଯ୍ୟକ୍ରମ

ଗଣେଶ କୁମାର ରାଜୁଙ୍କ ରିପୋର୍ଟ
ଗଜପତି,୨୨/୯: ପାରଳାଖେମୁଣ୍ଡି ସ୍ଥିତ ମହାରାଜାଙ୍କ ବାଳକ ଉଚ୍ଚ ବିଦ୍ୟାଳୟର ସଭାଗୃହ ଠାରେ ଶିକ୍ଷକ ଶିକ୍ଷା ନିର୍ଦ୍ଦେଶାଳୟ , ରାଜ୍ୟ ଶିକ୍ଷା ପ୍ରଶିକ୍ଷଣ ପରିଷଦ , ଓଡ଼ିଶା-ଭୁବନେଶ୍ୱର ଆନୁକୁଲ୍ୟରେ ଓ ଜିଲ୍ଲା ଶିକ୍ଷା ଅଧିକାରୀ ଶ୍ରୀ ପ୍ରଦୋଷ କୁମାର ନାୟକଙ୍କ ନିର୍ଦ୍ଦେଶ କ୍ରମେ ଗଜପତି ଜିଲ୍ଲା ସ୍ତରୀୟ ଲୋକ ନୃତ୍ୟ ପ୍ରତିଯୋଗିତା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି ।
ଏହି କାର୍ଯ୍ୟକ୍ରମରେ ଅତିରିକ୍ତ ଜିଲ୍ଲା ଶିକ୍ଷା ଅଧିକାରୀ ଶ୍ରୀ ମନୋଜ ରଞ୍ଜନ ଦଳାଇ ମୁଖ୍ୟ ଅତିଥି ଭାବେ ଯୋଗଦେଇ କାର୍ଯ୍ୟକ୍ରମକୁ ଉଦଘାଟନ କରିଥିଲେ ।
ବିଦ୍ୟାଳୟର ପ୍ରଧାନ ଶିକ୍ଷୟତ୍ରୀ ଶ୍ରୀମତୀ ମୋନାଲିସା ଦାଶ କାର୍ଯ୍ୟକ୍ରମ ପ୍ରାରମ୍ଭରେ ସ୍ବାଗତ ଭାଷଣ ଦେଇଥିବା ବେଳେ ଜିଲ୍ଲା ବିଜ୍ଞାନ ନୀରିକ୍ଷକ ଶ୍ରୀ ଆମ୍ପୋଲୁ ରବି କୁମାର , କାର୍ଯ୍ୟକ୍ରମର ଉଦ୍ଦେଶ୍ୟ ଜ୍ଞାପନ କରିବା ସଙ୍ଗେ ସଙ୍ଗେ ଲୋକ ନୃତ୍ୟର ନିୟମାବଳୀର ବିଭିନ୍ନ ଦିଗ ସମ୍ପର୍କରେ ବିସ୍ତୃତ ବିବରଣୀ ପ୍ରଦାନ କରିଥିଲେ ଯଥା:- ଲୋକ ନୃତ୍ୟ ଯେ କୌଣସି ଦେଶର ସଂସ୍କୃତିର ଏକ ଗୁରୁତ୍ୱପୂର୍ଣ୍ଣ ଅଂଶ , କାରଣ ଏହା ଲୋକଙ୍କ ପିତୃପୁରୁଷଙ୍କୁ ପ୍ରତିଫଳିତ କରିଥାଏ ।
ଲୋକ ନୃତ୍ୟ ହୁଏତ ଶହ ଶହ ବର୍ଷ କିମ୍ବା ହଜାରେ ବର୍ଷ ବିତି ଯାଇପାରେ କିନ୍ତୁ, ବିଭିନ୍ନ ଅଞ୍ଚଳ ତଥା ସଂସ୍କୃତି\’ର ଲୋକ ନୃତ୍ୟ ସହିତ ଜଡିତ ସମୃଦ୍ଧ ସାଂସ୍କୃତିକ ଉତ୍ତରାଧିକାରୀ ଏବଂ ପରମ୍ପରାକୁ ସଂରକ୍ଷଣ , ପ୍ରୋତ୍ସାହନ ଏବଂ ପାଳନ କରିବା ସହ ଛାତ୍ରମାନଙ୍କୁ ସେମାନଙ୍କର ନୃତ୍ୟ ଦକ୍ଷତା ଏବଂ ସୃଜନଶୀଳତାର ବିକାଶ ପାଇଁ ଏକ ସୁଯୋଗ ପ୍ରଦାନ କରିବା ଏହାର ମୁଖ୍ୟ ଉଦ୍ଦେଶ୍ୟ ।
ମଞ୍ଚ ନିର୍ଦ୍ଦେଶକ ଏବଂ ନାଟ୍ୟକାର ଶ୍ରୀ ମନୋଜ ପାଢ଼ୀ ଓ ମଞ୍ଚ କଳାକାର ତଥା ନୃତ୍ୟ ନିର୍ଦ୍ଦେଶକ ଶ୍ରୀ ଶୁଭ୍ରାଂଶୁ ଶେଖର ପଟ୍ଟନାୟକ ଗଜପତି ଜିଲ୍ଲାର ବିଚାରକ ଭାବେ ଯୋଗ ଦେଇଥିଲେ।
ପ୍ରତି ବ୍ଲକରୁ ମନୋନୀତ ହୋଇଥିବା ଛାତ୍ରମାନେ ଏହି ଜିଲ୍ଲା ସ୍ତରୀୟ ପ୍ରତିଯୋଗିତାରେ ଅଂଶ ଗ୍ରହଣ କରିଥିଲେ । ସେମାନଙ୍କ ମଧ୍ୟରୁ ସରକାରୀ ଉଚ୍ଚ ବିଦ୍ୟାଳୟ , ରାୟଗଡ଼ା ଦଳ ପ୍ରଥମ ସ୍ଥାନ ଅଧିକାର କରିଥିଲେ । ସରକାରୀ ଉଚ୍ଚ ବିଦ୍ୟାଳୟ , କେ.ଏମ: ଭାଲିଆ ସାହି ଦ୍ୱିତୀୟ ସ୍ଥାନ ଅଧିକାର କରିଛନ୍ତି ।
ମହାରାଜାଙ୍କ ବାଳକ ଉଚ୍ଚ ବିଦ୍ୟାଳୟ, ପାରଳାଖେମୁଣ୍ଡି ଏବଂ ଲକ୍ଷ୍ମୀ ନୃସିଂହ ବିଦ୍ୟାପୀଠ , ନୂଆଗଡ ଉଭୟ ତୃତୀୟ ସ୍ଥାନ ଅଧିକାର କରିଛନ୍ତି। ସେଥିରୁ ପ୍ରଥମ ସ୍ଥାନ ଅଧିକାର କରିଥିବା ଦଳ ରାଜ୍ୟ ସ୍ତରୀୟ ପ୍ରତିଯୋଗିତା ଅଂଶ ଗ୍ରହଣ କରିବା ପାଇଁ ମନୋନୀତ ହୋଇଛନ୍ତି।
ସ୍ଥାନୀୟ ବିଦ୍ୟାଳୟର ବିଜ୍ଞାନ ଶିକ୍ଷୟିତ୍ରୀ ଶ୍ରୀମତୀ ସୁଲତା ଶୁଭଦର୍ଶିନୀ କାର୍ଯ୍ୟକ୍ରମକୁ ପରିଚାଳନା କରିଥିଲେ ଏବଂ ଏନ୍.ଜଗଦୀଶ ଓ ବିଦ୍ୟାଳୟର ସମସ୍ତ ଶିକ୍ଷକ ଓ ଶିକ୍ଷୟିତ୍ରୀ ଏହି କାର୍ଯ୍ୟକ୍ରମ ପରିଚାଳନାରେ ସହଯୋଗ କରିଥିଲେ।

Related Posts

Seo wordpress plugin by www.seowizard.org.