Odisha News

ଗଜପତି: ମୁଖ୍ୟମନ୍ତ୍ରୀ ଙ୍କ ହସ୍ତକ୍ଷେପ ଲୋଢ଼ିଲା ମିଳିତ ଅମଲା ମଞ୍ଚ

ଗଣେଶ କୁମାର ରାଜୁଙ୍କ ରିପୋର୍ଟ
ଗଜପତି,୧୩/୬: ଯଥୋଚିତ ତଥା ଯୁକ୍ତିଯୁକ୍ତ ପୂର୍ଣ୍ଣ ଯଥାର୍ଥ ଦାବୀ ପୁରଣ ଦିଗରେ ଜିଲ୍ଲା ସ୍ତରୀୟ ମିଳିତ ଅମଲା ମଞ୍ଚର ପ୍ରାୟ ଦୁଇ ସପ୍ତାହ ଧରି ଶାନ୍ତିପୂର୍ଣ୍ଣ ଆନ୍ଦୋଳନ ଜାରୀ ରହିଥିବା ଏବଂ ଏ ଦିଗରେ ସରକାରଙ୍କ ବୈମାତୃକ ମନୋଭାବ ପୋଷଣ ପରିଲକ୍ଷିତ ହେଉଥିବା ବେଳେ ଆଜି ପୁଣି ଜିଲ୍ଲା ସ୍ତରୀୟ ମିଳିତ ଅମଲା ମଞ୍ଚ ପକ୍ଷରୁ ପାରଳାଖେମୁଣ୍ଡି ଠାରେ ଏକ ଗୁରୁତ୍ୱପୂର୍ଣ୍ଣ ବୈଠକ ଅନୁଷ୍ଠିତ ହେବା ସହ ଏହା ସମସ୍ତ ଜିଲ୍ଲା ସଦର ମହକୁମା ରେ ମଧ୍ୟ ଅନୁଷ୍ଠିତ ହୋଇଯାଇଛି ।
ଉକ୍ତ ବୈଠକରେ ସମ୍ପୃକ୍ତ ଜିଲ୍ଲା ମାନଙ୍କରେ କାର୍ଯ୍ୟରତ ବିଭିନ୍ନ ବିଭାଗ\”ର ଜିଲ୍ଲା ସ୍ତରୀୟ ଅମଲା ମାନେ ବହୁ ସଂଖ୍ୟାରେ ଯୋଗ ଦେଇ ସେମାନଙ୍କ ଯଥାର୍ଥ ଓ ନ୍ୟାଯ୍ୟ ଦାବୀ ପୂରଣ ପାଇଁ ମାନ୍ୟବର ମୁଖ୍ୟମନ୍ତ୍ରୀ ଙ୍କ ହସ୍ତକ୍ଷେପ ଲୋଡିଛନ୍ତି ।
ଏଠାରେ ପ୍ରକାଶ ଯୋଗ୍ୟ ଯେ , ଶିକ୍ଷାଗତ ଯୋଗ୍ୟତା ସ୍ନାତକକୁ ଭିତ୍ତିକରି ଜିଲ୍ଲା ସ୍ତରୀୟ ଅମଲା ମାନଙ୍କର ମୂଳ ବେତନରେ ଥିବା ଅସଙ୍ଗତିକୁ ଦୂର କରାଯାଇ ଏହାକୁ ୭ମ ବେତନ କମିଶନ ଙ୍କ ସୁପାରିଶ ଅନୁଯାଇ ଲେଭେଲ-୯ ଅନୁଯାୟୀ ପ୍ରଦାନ କରାଯିବାକୁ ଏକମାତ୍ର ଦାବି ସରକାରଙ୍କ ନିକଟରେ ଉପସ୍ଥାପନ କରା ଯାଇଥିଲା ।
ବିଭିନ୍ନ ମାଧ୍ୟମରେ ଯଥା:- ୩୦ ଗୋଟି ସାଙ୍ଗଠନିକ ଜିଲ୍ଲାରୁ ସମ୍ପୃକ୍ତ ଜିଲ୍ଲାପାଳ ଙ୍କ ମାଧ୍ୟମରେ ମାନ୍ୟବର ମୁଖ୍ୟମନ୍ତ୍ରୀ ଙ୍କୁ ଅମଲା ମାନଙ୍କ ଏକମାତ୍ର ଦାବୀକୁ ଗ୍ରହଣ କରିବା ପାଇଁ ଅନୁରୋଧ କରା ଯାଇଥିଲା ।
ଏ ଦିଗରେ ସରକାରଙ୍କ ପକ୍ଷରୁ କୌଣସି ପ୍ରକାର ଆଶ୍ୱସନା ନ ପାଇ ବାଧ୍ୟ ହୋଇ ଜିଲ୍ଲା ସ୍ତରୀୟ ଅମଲା ମଞ୍ଚ ମୁଖ୍ୟ ଶାସନ ସଚିବଙ୍କୁ ଏକ ୨୧ ଦିନିଆ ଚରମପତ୍ର ଗତ ମଇ ମାସ ୧ ତାରିଖରେ ପ୍ରଦାନ କରିଥିଲେ ।
ସେଥିରେ ମଇ ମାସ ୨୧ ତାରିଖ ମଧ୍ୟରେ ଦାବୀ ପୂରଣ କରାଯିବାକୁ ସମ୍ମାନୀୟ ମୁଖ୍ୟ ଶାସନ ସଚିବଙ୍କୁ ଅନୁରୋଧ କରା ଯାଇଥିଲା କ୍ଷ ନଚେତ ମଇ ମାସ ୨୨ ତାରିଖ ଠାରୁ ମେ ମାସ ୩୧ ତାରିଖ ପର୍ଯ୍ୟନ୍ତ ଜିଲ୍ଲା ସ୍ତରରେ କାର୍ଯ୍ୟରତ ସମସ୍ତ ଜିଲ୍ଲା ସ୍ତରୀୟ ଅମଲା କଳା ବ୍ୟାଜ୍ ପରିଧାନ ପୂର୍ବକ କାର୍ଯ୍ୟ କରିବେ ଏବଂ ଦିଆଯାଇଥିବା ସମୟ ସୀମା ମଧ୍ୟରେ ଯଦି ସରକାର ଅମଲା ମାନଙ୍କର ଦାବି ପ୍ରତି ଉଦାସୀନତା ଦେଖାଇବେ , ତେବେ ଜୁନ ମାସ ୧ ତାରିଖ ଠାରୁ ସମସ୍ତ ଜିଲ୍ଲା ସ୍ତରୀୟ ଅମଲା ସମୁହ ଛୁଟି ରେ ଯିବେ ବୋଲି ସରକାରଙ୍କୁ ଅବଗତ କରାଇ ଥିଲେ ।
ତେବେ ଏତେ ସବୁ ହେବା ଓ ଦେବା ସତ୍ତ୍ୱେ ସରକାର ଏ ଦିଗରେ ଉଦାସୀନ ରହି ଏହି ନ୍ୟାଯ୍ୟ ଦାବି ଗୁଡ଼ିକ ପ୍ରତି ବୈମାତୃକ ମନୋଭାବ ପୋଷଣ କରି ଅମଲା ମାନଙ୍କ ଦାବୀ ଉପରେ କୌଣସି ପ୍ରକାର ପ୍ରତିକ୍ରିୟା ପ୍ରକାଶ ପାଇ ନ ଥିଲା ଓ
ଯାହାର ଫଳ ସ୍ୱରୂପ ଜିଲ୍ଲା ସ୍ତରୀୟ ମିଳିତ ଅମଲା ମଞ୍ଚର ନିଷ୍ପତ୍ତି ଅନୁଯାୟୀ ଓଡିଶାରେ କାର୍ଯ୍ୟ ରତ ସମସ୍ତ ଜିଲ୍ଲା ସ୍ତରୀୟ ଅମଲା ଗତ ଜୁନ ୧ ତାରିଖ ଠାରୁ ସମୁହ ଛୁଟିରେ ଅଛନ୍ତି ।
ଏହା ମଧ୍ୟରେ ରାଜ୍ୟ ସରକାରଙ୍କ ସହ ଦୁଇ ଦୁଇ ଥର ଆଲୋଚନା ହୋଇ ସାରିଥିଲେ ମଧ୍ୟ କୌଣସି ପ୍ରକାର ନିଷ୍କର୍ଷ ବାହାରି ପାରି ନାହିଁ ।
ଏଠାରେ ଉଲ୍ଲେଖ ଯୋଗ୍ୟ ଯେ, ମିଳିତ ମଞ୍ଚର ପ୍ରତିନିଧିଙ୍କ ସହିତ ଦାବୀ ସମ୍ପର୍କରେ ଆଲୋଚନା କରିବା ପାଇଁ ରାଜ୍ୟ ସରକାରଙ୍କ ତରଫରୁ ପତ୍ର ସଂଖ୍ୟା ୧୬୫୫୩ ତା:-୬.୬.୨୦୨୩ ରିଖରେ କର୍ମକର୍ତ୍ତା ଙ୍କୁ ଅବଗତ କରା ଯାଇଥିଲା । ଏହି ବୈଠକ ୭ ଜୁନ ୨୦୨୩ ଦିବା ୧୨.୪୫ ମିନିଟ କୁ ସମୟ ଧାର୍ଯ୍ୟ କରା ଯାଇଥିଲା ।
ମିଳିତ ଅମଲା ମାନଙ୍କ ପ୍ରତିନିଧି ମାନେ ଧାର୍ଯ୍ୟ ସମୟରେ ପତ୍ର ଦିଆ ଯାଇଥିବା ସ୍ଥାନରେ ଉପସ୍ଥିତ ହୋଇ ବୈଠକରେ ଯୋଗ ଦେଇଥିଲେ । ଉକ୍ତ ବୈଠକରେ ମୁଖ୍ୟ ଶାସନ ସଚିବ , ଅମଲା ମାନଙ୍କ ଦାବୀ ସମ୍ପର୍କରେ କୌଣସି ପ୍ରକାର ଆଲୋଚନାକୁ ନ ଯାଇ ପ୍ରତିନିଧି ମାନଙ୍କୁ କେବଳ ଧମକ ଚମକ ଦେଇ ଭୟଭୀତ କରିଥିଲେ ।
ଅମଲା ମାନଙ୍କ ପ୍ରତିନିଧି ମାନେ ମୁଖ୍ୟ ଶାସନ ସଚିବଙ୍କୁ ଯେତେ ବୁଝାଇବାକୁ ଚେଷ୍ଟା କରିଥିଲେ ମଧ୍ୟ ସେ ବୁଝିବାକୁ ପ୍ରସ୍ତୁତ ନ ଥିଲେ କ୍ଷ ଯାହାକି , ଏହା ଅମଲା ପ୍ରତିନିଧି ମାନଙ୍କ ମନରେ ଗଭୀର ଆଘାତ ଆଣିଥିଲା ଏବଂ ନିରାଶ ହୋଇ ସେମାନେ ବିନା କୌଣସି ଆଲୋଚନା ପ୍ରତିଶ୍ରୁତି ରେ ଫେରି ଆସିଥିଲେ ।
ଏହା ପ୍ରଘଟ ହେବା ପରେ ମୁଖ୍ୟ ଶାସନ ସଚିବଙ୍କ ଏତାଦୃଶ୍ୟ ମନୋଭାବ ବିରୁଦ୍ଧରେ ସାରା ଓଡିଶାରେ ଅମଲା ମଧ୍ୟରେ ତୀବ୍ର ଅସନ୍ତୋଷ ପ୍ରକାଶ ପାଇବା ସହିତ ଆନ୍ଦୋଳନ କୁ ଜୋରଜାର କରାଯିବା ଏବଂ ଦାବି ପୂରଣ ହେବା ପର୍ଯ୍ୟନ୍ତ ଆନ୍ଦୋଳନ ଚାଲୁ ରହିବା ଉପରେ ସମସ୍ତ ୩୦ ଗୋଟି ଜିଲ୍ଳାରୁ ମତ ପ୍ରକାଶ ପାଇଥିଲା ଏବଂ ମାନ୍ୟବର ମୁଖ୍ୟମନ୍ତ୍ରୀ ଏହା ଉପରେ ହସ୍ତକ୍ଷେପ କରିବା ପାଇଁ ବହୁମତ ପ୍ରକାଶ ପାଇଥିଲା ।
ଅମଲା ମାନଙ୍କ ଆନ୍ଦୋଳନ ପାଇଁ ଜିଲ୍ଲା ମାନଙ୍କରେ ସାଧାରଣ ଲୋକ ମାନେ ନାହିଁ ନ ଥିବା ଅସୁବିଧାର ସମ୍ମୁଖୀନ ହେଉଛନ୍ତି । ମାନ୍ୟବର ମୁଖ୍ୟମନ୍ତ୍ରୀ ଏହା ଉପରେ ତୁରନ୍ତ ହସ୍ତକ୍ଷେପ କରି ଶୀଘ୍ର ସମାଧାନ କରିବା ପାଇଁ ବୁଦ୍ଧିଜୀବି ମହଲରେ ମତ ପ୍ରକାଶ ପାଇଛି ।

Related Posts

Seo wordpress plugin by www.seowizard.org.