Odisha News

ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୨୫୨ ଜଣ କରୋନା ପଜିଟିଭ୍ ଚିହ୍ନଟ, ୧୮ ବର୍ଷରୁ କମ୍ ବୟସ୍କ ୫୪ ଜଣ ଶିଶୁ ଓ କିଶୋର

ଭୁବନେଶ୍ବର,୨/୧୨: ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୨୫୨ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ଏମାନଙ୍କ ମଧ୍ୟରୁ ୧୪୮ ଜଣ ସଙ୍ଗରୋଧ କେନ୍ଦ୍ରରୁ ଚିହ୍ନଟ ହୋଇଥିବାବେଳେ ସ୍ଥାନୀୟ ସଂକ୍ରମଣରୁ ୧୦୪ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି। ଏଥିଭିତରେ ୧୮ ବର୍ଷରୁ କମ୍ ବୟସ୍କ ୫୪ ଜଣ ଶିଶୁ ଓ କିଶୋର କରୋନା ପଜିଟିଭ ଅଛନ୍ତି। ଗୁରୁବାର ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୧୧୩ ଜଣ ଆକ୍ରାନ୍ତ ଥିବା ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ତଥ୍ୟ ପ୍ରଦାନ କରାଯାଇଛି।
ଗତ ୨୪ ଘଣ୍ଟା ମଧ୍ୟରେ ବାଲେଶ୍ୱର ଜିଲ୍ଲାରୁ ୫ ଜଣ, ଭଦ୍ରକରୁ ୨ ଜଣ, ବଲାଙ୍ଗୀର ଜିଲ୍ଲାରୁ ୬ ଜଣ, ବୌଦ୍ଧରୁ ୧ ଜଣ, କଟକରୁ ୧୯ ଜଣ, ଢେଙ୍କାନାଳରୁ ୩ ଜଣ, ଗଞ୍ଜାମରୁ ୧ ଜଣ, ଜଗତସିଂହପୁରରୁ ୩ ଜଣ, ଯାଜପୁରରୁ ୮ ଜଣ, ଝାରସୁଗୁଡ଼ାରୁ ୪ ଜଣ, କେନ୍ଦ୍ରାପଡ଼ାରୁ ୩ ଜଣ, କେନ୍ଦୁଝରରୁ ୧ ଜଣ, ଖୋର୍ଦ୍ଧାରୁ ୧୧୩ ଜଣ, ମୟୂରଭଞ୍ଜରୁ ୮ ଜଣ, ନୟାଗଡ଼ରୁ ୨ ଜଣ, ପୁରୀରୁ ୩ ଜଣ, ରାୟଗଡ଼ାରୁ ୩ ଜଣ, ସମ୍ୱଲପୁରରୁ ୧୩ ଜଣ, ସୁନ୍ଦରଗଡ଼ରୁ ୧୬ ଜଣ ଓ ଷ୍ଟେଟ ପୁଲରୁ ୨୭ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି।
ବର୍ତ୍ତମାନ ପର୍ଯ୍ୟନ୍ତ ରାଜ୍ୟରେ ୧୦ ଲକ୍ଷ ୪୯ ହଜାର ୫୯୭ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି। ଏମାନଙ୍କ ଭିତରୁ ୧୦ ଲକ୍ଷ ୩୮ ହଜାର ୬୯୫ ଜଣ ସୁସ୍ଥ ହୋଇଛନ୍ତି। ଏବେ ବି ୨ ହଜାର ୪୩୪ ଜଣ ସକ୍ରିୟ ସଂକ୍ରମିତ ଅଛନ୍ତି।

Related Posts

Seo wordpress plugin by www.seowizard.org.