Odisha News

ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟର ୬ଟି ଜିଲ୍ଲାରୁ ୧୦ ଜଣ କରୋନା ପଜିଟିଭ ଚିହ୍ନଟ

ଭୁବନେଶ୍ୱର, ୧୬/୪ : ଶନିବାର ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୬ଟି ଜିଲ୍ଲାରୁ ୧୦ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୨୮୭୯୧୨ ଜଣକୁ ବୃଦ୍ଧି ପାଇଛି ।
ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ଵିଟ୍ ଯୋଗେ ସୂଚନା ଦିଆଯାଇଛି । ତେବେ ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୬ ଜଣ କ୍ୱାରେଣ୍ଟାଇନ୍ରୁ ରହିଥିବା ବେଳେ ୪ ଜଣ ସ୍ଥାନୀୟ ସଂକ୍ରମିତ ରହିଛନ୍ତି ।
ସେହିପରି ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରେ ୧୮ ବର୍ଷରୁ କମ୍ ବୟସର କୌଣସି ସଂକ୍ରମିତ ଚିହ୍ନଟ ହୋଇନାହାନ୍ତି ।
ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରେ ବାଲେଶ୍ୱର ଜିଲ୍ଲାରୁ ୨ଜଣ, ବଲାଙ୍ଗୀର ଜିଲ୍ଲାରୁ ୩ଜଣ, କଟକ ଜିଲ୍ଲାରୁ ଜଣେ, ଖୋର୍ଦ୍ଧା ଜିଲ୍ଲାରୁ ୨ଜଣ, ସମ୍ବଲପୁର ଜିଲ୍ଲାରୁ ଜଣେ, ସୁନ୍ଦରଗଡ଼ ଜିଲ୍ଲାରୁ ଜଣେ ରହିଛନ୍ତି ।
ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୨୮୭୯୧୨ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୧୧୪ଟି ଆକ୍ଟିଭ୍ କେସ୍ ରହିଥିବା ବେଳେ ୧୨୭୮୬୨୨ ଜଣ ସୁସ୍ଥ ହୋଇଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୩୧୦୨୭୮୩୪ସାମ୍ପୁଲ ଟେଷ୍ଟ୍ ହୋଇଛି ।

Related Posts

Seo wordpress plugin by www.seowizard.org.