Odisha News

ଗତ ୨୪ ଘଣ୍ଟା ମଧ୍ୟରେ ୬୦ କରୋନା ପଜିଟିଭ ଚିହ୍ନଟ, ୧୩ ଜଣ ୧୮ ବର୍ଷରୁ କମ୍ ବର୍ଗର

ଭୁବନେଶ୍ୱର ୨୩/୩ : ବୁଧବାର ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୬୦ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୨୮୭୨୮୫ ଜଣକୁ ବୃଦ୍ଧି ପାଇଛି ।
ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ଵିଟ୍ ଯୋଗେ ସୂଚନା ଦିଆଯାଇଛି । ତେବେ ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୩୬ ଜଣ କ୍ୱାରେଣ୍ଟାଇନ୍ରୁ ରହିଥିବା ବେଳେ ୨୪ ଜଣ ସ୍ଥାନୀୟ ସଂକ୍ରମିତ ରହିଛନ୍ତି । ସେହିପରି ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରେ ୧୮ ବର୍ଷରୁ କମ୍ ବୟସର ୧୩ ଜଣ ରହିଛନ୍ତି ।
ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ବାଲେଶ୍ୱର ୬ଜଣ, ଭଦ୍ରକ ଜିଲ୍ଲାରୁ ଜଣେ, ବଲାଙ୍ଗୀର ଜିଲ୍ଲାରୁ ୪ଜଣ, ବୌଦ୍ଧ ଜିଲ୍ଲାରୁ ୪ଜଣ, କଟକ ଜିଲ୍ଲାରୁ ୩ଜଣ, ଗଜପତି ଜିଲ୍ଲାରୁ ୪ଜଣ, ଗଞ୍ଜାମ ଜିଲ୍ଲାରୁ ୩ଜଣ, ଯାଜପୁର ଜିଲ୍ଲାରୁ ୫ଜଣ, କେନ୍ଦ୍ରାପଡ଼ା ଜିଲ୍ଲାରୁ ୩ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୬ଜଣ, କୋରାପୁଟ ଜିଲ୍ଲାରୁ ୪ଜଣ, ମୟୁରଭଞ୍ଜ ଜିଲ୍ଲାରୁ ୩ଜଣ, ନୟାଗଡ଼ ଜିଲ୍ଲାରୁ ଜଣେ, ରାୟଗଡ଼ା ଜିଲ୍ଲାରୁ ଜଣେ, ସମ୍ବଲପୁର ଜିଲ୍ଲାରୁ ୨ଜଣ, ସୁନ୍ଦରଗଡ଼ ଜିଲ୍ଲାରୁ ୯ଜଣ, ଷ୍ଟେଟ ପୁଲ୍ରୁ ୨ଜଣ ରହିଛନ୍ତି ।
ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୨୮୭୨୮୫ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୫୩୬ ଟି ଆକ୍ଟିଭ୍ କେସ୍ ରହିଥିବା ବେଳେ ୧୨୭୭୫୮୦ ଜଣ ସୁସ୍ଥ ହୋଇଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୩୦୩୧୨୩୯୪ ସାମ୍ପୁଲ ଟେଷ୍ଟ୍ ହୋଇଛି ।

Related Posts

Seo wordpress plugin by www.seowizard.org.