Odisha News

ଗୋଛାପଡା, ଗୁନ୍ଦୁଳିଆ ଓ ଶଗଡା ସ୍ବାସ୍ଥ୍ୟ କେନ୍ଦ୍ର ପରିଦର୍ଶନ କରି ଭିତ୍ତିଭୂମିର ଅନୁଧ୍ୟାନ କଲେ ଜିଲ୍ଲାପାଳ

କମ୍ଭୁଧର କ୍ଷେତିଙ୍କ ରିପୋର୍ଟ
ବୌଦ୍ଧ, ୧୩/୩ : ଗୁରୁବାର ଦିନ ଦିବା ଘ.୧୨.୩୦ ମିନିଟ ସମୟରେ ଜିଲ୍ଲାପାଳ, ବୌଦ୍ଧ ଶ୍ରୀଯୁକ୍ତ ସୁବ୍ରତ କୁମାର ପଣ୍ଡା କଣ୍ଟାମାଳ ନିର୍ବାଚନ ମଣ୍ଡଳୀର ବିଭିନ୍ନ ସ୍ବାସ୍ଥ୍ୟ କେନ୍ଦ୍ର ପରିଦର୍ଶନ କରି ଭିତ୍ତିଭୂମିର ଅନୁଧ୍ୟାନ କରିଛନ୍ତି ।
ଅତିରିକ୍ତ ଜିଲ୍ଲାପାଳ ଅନିରୁଦ୍ଧ ପ୍ରଧାନ, ଭାରପ୍ରାପ୍ତ ସିଡିଏମଓ ଡାକ୍ତର ମଦନ ମୋହନ ପ୍ରଧାନ ଓ ବାଉଁଶୁଣୀ ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରର ଅଧିକାରୀ ଡାକ୍ତର ମଦନ ମୋହନ ପ୍ରଧାନଙ୍କ ସହ ବିଭିନ୍ନ ସ୍ବାସ୍ଥ୍ୟ ଓ ଆରୋଗ୍ୟ କେନ୍ଦ୍ର ପରିଦର୍ଶନ କରିଛନ୍ତି ।
ମିଳିଥିବା ସୂଚନା ଅନୁଯାୟୀ ବରିଷ୍ଠ ଅଧିକାରୀଙ୍କ ସହ ଗୋଛାପଡ଼ା ଆୟୁଷ୍ମାନ ଆରୋଗ୍ୟ ମନ୍ଦିର, ଗୁନ୍ଦୁଳିଆ ସ୍ୱାସ୍ଥ୍ୟ ଓ ଆରୋଗ୍ୟ କେନ୍ଦ୍ର ଓ ଶଗଡା ସ୍ବାସ୍ଥ୍ୟ ଓ ଆରୋଗ୍ୟ କେନ୍ଦ୍ର ଆଦି ପରିଦର୍ଶନ କରି ଉପଲବ୍ଧ ଭିତ୍ତିଭୂମିର ଅନୁଧ୍ୟାନ କରିଥିଲେ ।

Related Posts