Odisha News

ଜଗନ୍ନାଥ ଦର୍ଶନ ସାରି ଫେରୁଥିଲେ ୮୦ ଯାତ୍ରୀ, ଓଲଟିଲା ବସ୍

ଯାଜପୁର,୨୦/୯ : ୧୬ ନମ୍ବର ଜାତୀୟ ରାଜପଥ ଯାଜପୁର ଜିଲ୍ଲା ପାଣିକୋଇଲି ଥାନା ସାହାପୁର ନିକଟରେ ଦୁର୍ଘଟଣା । ଭାରସାମ୍ୟ ହରାଇ ଓଲଟିଲା ତ୍ରୀର୍ଥଯାତ୍ରୀ ବସ୍ ।
ଯାହାଫଳରେ ବସ୍ରେ ଥିବା ୮୦ରୁ ଅଧିକ ଯାତ୍ରୀ ଆହତ ହୋଇଛନ୍ତି । ସମସ୍ତ ଆହତମାନଙ୍କୁ ଚିକିତ୍ସା ନିମନ୍ତେ ଯାଜପୁର ରୋଡ଼ ମେଡିକାଲରେ ଭର୍ତ୍ତି କରାଯାଇଛି । ମଙ୍ଗଳବାର ଭୋର ସମୟରେ ଘଟିଛି ଏହି ଦୁର୍ଘଟଣା ।
ଖବର ଅନୁଯାୟୀ, ସାହାରା ନାମକ ଏକ ଘରୋଇ ବସରେ ଉତ୍ତରପ୍ରଦେଶ ଅଞ୍ଚଳର ୮୦ ଜଣ ପୁରୁଷ ଓ ମହିଳା ତୀର୍ଥଯାତ୍ରୀଙ୍କୁ ନେଇ ପୁରୀ ଆସିଥିଲେ। ପୁରୀରେ ଜଗନ୍ନାଥ ଦର୍ଶନ ସାରି ସମସ୍ତ ଉତ୍ତରପ୍ରଦେଶ ଫେରୁଥିଲା ।
ଏହା ସମୟରେ ମଙ୍ଗଳବାର ଭୋରୁ ଯାଜପୁର ସାହାପୁର ନିକଟରେ କୌଣସି କାରଣରୁ ବସଟି ଭାରସାମ୍ୟ ହରାଇ ରାସ୍ତା ଓଲଟି ପଡିଥିଲା। ଫଳରେ ବସରେ ଥିବା ଅଧିକାଂଶ ଯାତ୍ରୀ ଆହତ ହୋଇଥିଲେ। ଦୁର୍ଘଟଣା ସମ୍ପର୍କରେ ସ୍ଥାନୀୟ ଲୋକେ ନିକଟସ୍ଥ ପାଣିକୋଇଲି ପୋଲିସକୁ ଖବର ଦେଇଥିଲେ।
ଖବର ପାଇ ପୋଲିସ ଘଟଣାସ୍ଥଳରେ ପହଞ୍ଚି ଗୁରୁତର ଆହତଙ୍କୁ ଆମ୍ବୁଲାନ୍ସ ଯୋଗେ ଯାଜପୁର ରୋଡ଼ ମେଡିକାଲକୁ ପଠାଇଥିଲେ। ତେବେ ଆହତ ଥିବା ୨ ମହିଳା ଓ ଜଣେ ପୁରୁଷଙ୍କ ସ୍ୱାସ୍ଥ୍ୟବସ୍ଥା ଗୁରୁତର ଥିବାରୁ ସେମାନଙ୍କୁ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟକୁ ସ୍ଥାନାନ୍ତର କରାଯାଇଥିବା ସୂଚନା ମିଳିଛି।

Related Posts

Seo wordpress plugin by www.seowizard.org.