Odisha News

ଟ୍ରକକୁ ପଛରୁ ପିଟିଲା ବସ୍ : ଜଣେ ମୃତ, ୧୦ ଆହତ

ଖୋର୍ଦ୍ଧା,୧୨/୭: ଖୋର୍ଦ୍ଧା ଜିଲ୍ଲା ୧୬ ନମ୍ବର ଜାତୀୟ ରାଜପଥ ନିକଟରେ ଏକ ଟ୍ରକ୍କୁ ଯାତ୍ରୀବାହୀ ବସ୍ ପଛରୁ ଧକ୍କା ଦେବାରୁ ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ ୧୦ ଜଣ ଆହତ ହୋଇଛନ୍ତି।
ଆହତମାନଙ୍କୁ ଖୋର୍ଦ୍ଧା ଜିଲ୍ଲା ଡାକ୍ତରଖାନାରରେ ଭର୍ତ୍ତି କରାଯାଇଛି। ଆହତଙ୍କ ମଧ୍ୟରେ କେତେ ଜଣଙ୍କ ଅବସ୍ଥା ଗୁରୁତର ରହିଛି। ସେମାନଙ୍କୁ ଭୁବନେଶ୍ୱର ଏମ୍ସକୁ ପଠାଯିବ ବୋଲି ସୂଚନା ମିଳିଛି। ତେବେ ମୃତ ବ୍ୟକ୍ତିଙ୍କର ପରିଚୟ ମିଳିନାହିଁ।
ଆଜି ସକାଳ ପ୍ରାୟ ୮ଟା ସମୟରେ ଓମ୍ ଶାନ୍ତି ନାମକ ବସ୍ଟି ଭୁବନେଶ୍ୱରରୁ ବୁଗୁଡା ଯାଉଥିଲା। ଏହି ସମୟରେ ୧୬ ନମ୍ବର ଜାତୀୟ ରାଜପଥ ନିକଟରେ ଏକ ଟ୍ରକ୍କୁ ପଛରୁ ଧକ୍କା ଦେଇଥିଲା।
ଘଟଣାସ୍ଥଳରେ ଜଣେ ଯାତ୍ରୀଙ୍କର ମୃତ୍ୟୁ ଘଟିଥିଲା ବେଳେ ଆହତମାନଙ୍କୁ ସ୍ଥାନୀୟ ଲୋକ ଓ ପୁଲିସ ଆମ୍ବୁଲାନ୍ସ ସାହାଯ୍ୟରେ ଡାକ୍ତରଖାନାରେ ଭର୍ତ୍ତି କରିଥିଲେ।
ବସ୍ରେ ୪୦ରୁ ଅଧିକ ଯାତ୍ରୀ ଥିଲେ। ଦୁର୍ଘଟଣାରେ ବସ୍ର ସମ୍ମୁଖ ଅଂଶଟି ନଷ୍ଟ ହୋଇଯାଇଛି। ପୁଲିସ ବସ୍କୁ ଜବତ କରି ଘଟଣାର ତଦନ୍ତ କରୁଛି। ତେବେ ଟ୍ରକରେ ଥିବା ଡ୍ରାଇଭର ଓ ହେଲପରଙ୍କର କିଛି ହୋଇନାହିଁ।

Related Posts

Seo wordpress plugin by www.seowizard.org.