ନବୀନଙ୍କ ସ୍ୱାଗତ ପାଇଁ ସେଲିବ୍ରେଶନ ଆରମ୍ଭ

ଭୁବନେଶ୍ବର : ‘ଜୀବନବ୍ୟାପୀ ସାଧନା ସମ୍ମାନ’ରେ ସମ୍ମାନିତ ମୁଖ୍ୟମନ୍ତ୍ରୀଙ୍କୁ ସ୍ୱାଗତ କରିବା ପାଇଁ ହଜାର ହଜାର ବିଜେଡି କର୍ମୀ ଭୁବନେଶ୍ବରରେ ଆସି ପହଁଞ୍ଚିଛନ୍ତି ।ମୁଖ୍ୟମନ୍ତ୍ରୀଙ୍କ ସ୍ୱାଗତ ପାଇଁ ବିଜେଡି ପକ୍ଷରୁ ଭବ୍ୟ ଆୟୋଜନର ବ୍ୟବସ୍ଥା କରାଯାଇଛି। ବିଜେଡିର ଏହି ସ୍ୱାଗତ ଉତ୍ସବ କାର୍ଯ୍ୟକ୍ରମରେ ୫୦ ହଜାରରୁ ଅଧିକ ଲୋକଙ୍କ ସମାଗମ ହେବ ବୋଲି ଅନୁମାନ କରାଯାଉଥିବାରୁ କମିଶନରେଟ ପୁଲିସ ପକ୍ଷରୁ ବ୍ୟାପକ ସୁରକ୍ଷା ବ୍ୟବସ୍ଥା ଗ୍ରହଣ କରାଯାଇଛି। ସେପଟେ ଟ୍ରାଫିକ୍ ବ୍ୟବସ୍ଥା ସହ ସୁରକ୍ଷା ବ୍ୟବସ୍ଥାକୁ ପୁରା କଡ଼ାକଡ଼ି କରାଯାଇଛି। ବିଜୁ ପଟ୍ଟନାୟକ ଅନ୍ତର୍ଜାତୀୟ ବିମାନବନ୍ଦରର ଦୁଇଟି ରାସ୍ତାରୁ ଗୋଟେ ରାସ୍ତାରେ ଜନସାଧାରଣଙ୍କ ପାଇଁ ଖୋଲା ରଖାଯାଇଥିବା ବେଳେ.ଆଉ ଗୋଟେ ରାସ୍ତା କର୍ମୀମାନଙ୍କ ପାଇଁ ରହିଛି। ଏଥିଲାଗି ରାଜଧାନୀରେ ୪୦ପ୍ଲାଟୁନ ପୁଲିସ୍ ଫୋର୍ସ ମୁତୟନ କରାଯାଇଛି।
ଆଜି ମୁଖ୍ୟମନ୍ତ୍ରୀ ଶ୍ରୀ ପଟ୍ଟନାୟକ ବିଜୁ ପଟ୍ଟନାୟକ ଅନ୍ତର୍ଜାତୀୟ ବିମାନବନ୍ଦରରେ ପହଞ୍ଚିବା ପରେ ସେଠାରେ ସାଂସଦ, ବିଧାୟକ ଓ ଦଳୀୟ ନେତାଙ୍କ ସହ ହଜାର ହଜାର କର୍ମୀ ପାରମ୍ପରିକ ବାଦ୍ୟ, ନୃତ୍ୟର ତାଳେତାଳେ ମୁଖ୍ୟମନ୍ତ୍ରୀଙ୍କୁ ସ୍ବାଗତ କରିବେ।