Odisha News

ନବ ନିର୍ମାଣ କୃଷକ ସଂଗଠନ ପକ୍ଷରୁ ୧୨ ଘଣ୍ଟିଆ ଓଡ଼ିଶା ବନ୍ଦ ପାଳନ

ଭୁବନେଶ୍ୱର, ୩୦/୯ : ନବ ନିର୍ମାଣ କୃଷକ ସଂଗଠନ ପକ୍ଷରୁ ୧୨ ଘଣ୍ଟିଆ ଓଡ଼ିଶା ବନ୍ଦ ପାଳନ ହେଉଛି। ନବ ନିର୍ମାଣ କୃଷକ ସଂଗଠନ ଏବଂ ନବ ନିର୍ମାଣ ଯୁବ ଛାତ୍ର ସଂଗଠନ ପକ୍ଷରୁ ଓଡ଼ିଶା ବନ୍ଦ ଡାକରା ଦିଆଯାଇଛି । ବିଭିନ୍ନ ଦାବିକୁ ନେଇ ସକାଳ ୬ଟାରୁ ସନ୍ଧ୍ୟା ୬ଟା ପର‌୍ୟ୍ୟନ୍ତ ୧୨ ଘଣ୍ଟିଆ ରାଜ୍ୟବ୍ୟାପୀ ସାଧାରଣ ଧର୍ମଘଟ ପାଳନ କରିବାକୁ ନିଷ୍ପତ୍ତି ନିଆଯାଇଛି । ଏହି ବନ୍ଦ ଡାକରାକୁ ସମସ୍ତ ବିରୋଧୀ ଦଳଗୁଡ଼ିକ ସମର୍ଥନ ଜଣାଇଛନ୍ତି ।
ତେବେ ବନ୍ଦ ଯୋଗୁଁ ବିଭିନ୍ନ ସ୍ଥାନରେ ପିକେଟିଂ ସହ ରାସ୍ତା ଅବରୋଧ ପାଇଁ ଗାଡି ଚଳାଚଳ ବାଧାପ୍ରାପ୍ତ ହୋଇଛି। ଭୁବନେଶ୍ବରରେ ଓଡ଼ିଶା ବନ୍ଦ୍‌ର ପ୍ରଭାବ ଅନୁଭୂତ ହୋଇଛି। ନବନିର୍ମାଣ ଯୁବ ଛାତ୍ର ସଂଗଠନ ରାଜଧାନୀର ବିଭିନ୍ନ ରାସ୍ତାରେ ଟାୟାର ଜାଳି ରାସ୍ତା ଅବରୋଧ କରିଛନ୍ତି। ବାଲେଶ୍ବର ସୋର ତଳନଗର ଛକରେ ଏନ୍ଏଚ୍-୧୬ ଅବରୋଧ ଫଳରେ ଅଟକିଛି ଶହ ଶହ ଗାଡ଼ି।
ଅନ୍ୟପଟେ ଆଜି ଓଡ଼ିଶା ବନ୍ଦ ପାଇଁ ଆଲର୍ଟରେ ରହିଛି ପ୍ରଶାସନ । ସମସ୍ତ ଜିଲ୍ଲାପାଳଙ୍କୁ ଗୃହ ବିଭାଗର ସତର୍କ ସୂଚନା । ଏହାକୁ ଦୃଷ୍ଟିରେ ରଖି ଗୃହ ବିଭାଗ ପକ୍ଷରୁ ସମସ୍ତ ଜିଲ୍ଲାର ଜିଲ୍ଲାପାଳଙ୍କୁ ସତର୍କ ରହିବାକୁ ନିର୍ଦ୍ଦେଶ ଦିଆଯାଇଛି । ଆଇନ ଶୃଙ୍ଖଳା ପରିସ୍ଥିତି ବଜାୟ ରଖିବା ପାଇଁ ଆବଶ୍ୟକୀୟ ପ୍ରତିଷେଧକ ଏବଂ ସୁରକ୍ଷାମୂଳକ ପଦକ୍ଷେପ ଗ୍ରହଣ କରିବାକୁ ନିର୍ଦ୍ଦେଶ ଦିଆଯାଇଛି । ଜରୁରୀକାଳୀନ ସେବାଗୁଡ଼ିକ ଯେପରି ପ୍ରଭାବିତ ନହୁଏ, ସେଥିପାଇଁ ପରିସ୍ଥିତି ଉପରେ କଡ଼ା ନଜର ରଖିବାକୁ ଜିଲ୍ଲା ପ୍ରଶାସନକୁ ନିର୍ଦ୍ଦେଶ ଦିଆଯାଇଛି ।

Related Posts