ବଙ୍ଗୋପସାଗରରେ ସୃଷ୍ଟି ହୋଇପାରେ ଲଘୁଚାପ, ପ୍ରବଳ ବର୍ଷା ନେଇ ୩୦ ଜିଲ୍ଲାକୁ ଆଲର୍ଟ

ଭୁବନେଶ୍ୱର, ୨୬/୫ : ୨୭ ତାରିଖକୁ ଆସୁଛି ଲଘୁଚାପ । ଲଘୁଚାପ ସୃଷ୍ଟି ହେବାର ୨ଘଣ୍ଟା ଭିତରେ ଏହା ଅଧିକ ଘନୀଭୂତ ହେବ । ଫଳରେ ରାଜ୍ୟରେ ପ୍ରବଳ ବର୍ଷା ହେବା ନେଇ ପାଣିପାଗ ବିଭାଗ ପୂର୍ବାନୁମାନ କରିଛି । ଲଘୁଚାପ ପ୍ରଭାବରେ ସାତ ଦିନ ପର୍ୟ୍ୟନ୍ତ ଭାରି ବର୍ଷାର ସମ୍ଭାବନା ରହିଛି । ଏହି ବର୍ଷା ମୌସୁମୀ ଅଗ୍ରସରକୁ ଆହୁରି ସକ୍ରିୟ କରିବ । ସକ୍ରିୟ ରହିଲେ ଓଡ଼ିଶାରେ ମୌସୁମୀ ଆଗମନ ନେଇ ସ୍ଥିତି ଅନୁକୂଳ ରହିବ । ଶୀଘ୍ର ମୌସୁମୀ ଆସିବାକୁ ସହାୟକ ହେବ ଲଘୁଚାପ ବୋଲି ପୂର୍ବାନୁମାନ କରିଛି ପାଣିପାଗ ବିଭାଗ ।
ରାଜ୍ୟରେ କାଳବୈଶାଖୀ ସହ ପ୍ରଭାବରେ ବିଭିନ୍ନ ସ୍ଥାନରେ ବର୍ଷା ହେଉଥିବା ବେଳେ ଆଗାମୀ ସାତ ଦିନ ଯାଏଁ ବର୍ଷା ଲାଗି ରହିବ । ଆଜି ସାରା ରାଜ୍ୟରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ସହ ବିଜୁଳି ଘଡ଼ଘଡ଼ି ହେବ । ସେହପରି ଝଟକା ପବନର ବେଗ ୪୦-୫୦ କିମି ରହିବ। କାଲି ପାଇଁ ସମସ୍ତ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି ।
୨୭ ତାରିଖରେ ବଙ୍ଗୋପସାଗରରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବ । ଏହା ପ୍ରଭାବରେ ଗଞ୍ଜାମ, ଗଜପତି, ରାୟଗଡ଼ା , କଳାହାଣ୍ଡି, କନ୍ଧମାଳ ଓ କୋରାପୁଟ ଜିଲ୍ଲାରେ ପ୍ରବଳ ବର୍ଷା ହେବା । ସେହିପରି ନବରଙ୍ଗପୁର, ନୂଆପଡ଼ା, ବଲାଙ୍ଗୀର, ସୋନପୁର, ବୌଦ୍ଧ, ନୟାଗଡ଼, ଖୋର୍ଦ୍ଧା ଓ ପୁରୀ ଜିଲ୍ଲାରେ ହାଲୁକା ବର୍ଷା ସହ ବିଜୁଳି ଘଡ଼ଘଡ଼ି ହେବ । ଯାହାକୁ ନେଇ ଏ ସମସ୍ତ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି ।
୩୦ତାରିଖରେ ମୟୂରଭଞ୍ଜ, ବାଲେଶ୍ବର, ଭଦ୍ରକ, ଯାଜପୁର, କେନ୍ଦୁଝର ଓ ସୁନ୍ଦରଗଡ଼ ଜିଲ୍ଲାରେ ପ୍ରବଳ ବର୍ଷା ସହ ବିଜୁଳି ଘଡ଼ଘଡ଼ି ଓ ଝଟକା ପବନ ୪୦-୫୦ କିମି ବେଗରେ ବହିବ । ଏସବୁ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ । ସେପଟେ ୩୧ ତାରିଖରେ ମୟୂରଭଞ୍ଜ ଓ ବାଲେଶ୍ବର ଜିଲ୍ଲାରେ ପ୍ରବଳ ବର୍ଷା ପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।