Feature

ବରିଷ୍ଠ ଅଭିନେତା ସାଧୁ ମେହେରଙ୍କ ବିୟୋଗ କଳା ଜଗତ ପାଇଁ ଅପୂରଣୀୟ କ୍ଷତି: ଇଂ ତାରାପ୍ରସାଦ

ଅକ୍ଷୟ ରାଉତଙ୍କ ରିପୋର୍ଟ
ଯାଜପୁର, ୩/୨: ବରିଷ୍ଠ ଅଭିନେତା ତଥା ନିର୍ଦ୍ଦେଶକ ସାଧୁ ମେହେରଙ୍କ ପରଲୋକରେ ଗଭୀର ଶୋକ ବ୍ୟକ୍ତ କରିଛନ୍ତି ବିଶିଷ୍ଟ ଲେଖକ ଇଂ ତାରାପ୍ରସାଦ ମିଶ୍ର ଏଥିସହ ଶୋକସନ୍ତପ୍ତ ପରିବାର ସଦସ୍ୟଙ୍କ ପ୍ରତି ସମବେଦନା ଜଣାଇଛନ୍ତି। ତାଙ୍କ ବିୟୋଗ କଳା ଜଗତ ପାଇଁ ଅପୂରଣୀୟ କ୍ଷତି ବୋଲି କହିଛନ୍ତି ମୁଖ୍ୟମନ୍ତ୍ରୀ।
ସାମାଜିକ ଗଣମାଧ୍ୟମ ଏକ୍ସ ଜରିଆରେ ପୋଷ୍ଟ କରିଥିବା ଶୋକ ବାର୍ତ୍ତାରେ ମିଶ୍ର କହିଛନ୍ତି, ‘‘ବିଶିଷ୍ଟ ଚଳଚ୍ଚିତ୍ର ଅଭିନେତା ତଥା ନିର୍ଦ୍ଦେଶକ ସାଧୁ ମେହେରଙ୍କ ଦେହାନ୍ତ ବିଷୟରେ ଜାଣି ମୁଁ ଦୁଃଖିତ। ନିଖୁଣ ଅଭିନୟ ଦ୍ୱାରା ସେ ଉଭୟ ଓଡ଼ିଆ ଓ ହିନ୍ଦୀ ଚଳଚ୍ଚିତ୍ରରେ ନିଜର ସ୍ୱତନ୍ତ୍ର ଛାପ ଛାଡ଼ିଯାଇଛନ୍ତି। ସେ ହେଉଛନ୍ତି ଜାତୀୟ ଚଳଚ୍ଚିତ୍ର ପୁରସ୍କାରରେ ସମ୍ମାନିତ ହୋଇଥିବା ପ୍ରଥମ ଓଡ଼ିଆ ଅଭିନେତା।
ତାଙ୍କ ବିୟୋଗ କଳା ଜଗତ ପାଇଁ ଅପୂରଣୀୟ କ୍ଷତି। ଏପରି ଦୁଃଖଦ ସମୟରେ ଶୋକସନ୍ତପ୍ତ ପରିବାର ସଦସ୍ୟଙ୍କ ପ୍ରତି ମୋର ସମବେଦନା ଜଣାଇବା ସହ ତାଙ୍କ ଅମର ଆତ୍ମାର ସଦଗତି କାମନା କରୁଛି।’’

Related Posts

Seo wordpress plugin by www.seowizard.org.