Top Stories

ବାଣପୁର ଗାଡ଼ିଚଢ଼ା ମାମଲା : ହସ୍ପିଟାଲରୁ ବାହାରିଲା ପରେ ଗିରଫ ହେଲେ ବିଧାୟକ ପ୍ରଶାନ୍ତ ଜଗଦ୍ଦେବ

ଭୁବନେଶ୍ୱର,୨୨/୩: ଗିରଫ ହେଲେ ଚିଲିକା ବିଧାୟକ ପ୍ରଶାନ୍ତ ଜଗଦ୍ଦେବ। ମଙ୍ଗଳବାର ସେ ହସ୍ପିଟାଲରୁ ଡିସ୍ଚାର୍ଜ ହେବା ପରେ ଗିରଫ କରିଛି ପୁଲିସ୍। ଗିରଫ ନେଇ କେନ୍ଦ୍ରାଞ୍ଚଳ ଆଇଜି ନରସିଂହ ଭୋଳ ସୂଚନା ଦେଇଛନ୍ତି। ପ୍ରଶାନ୍ତଙ୍କୁ ଗିରଫ ପରେ ଭୁବନେଶ୍ୱର ଏସ୍ଡିଜେଏମ୍ କୋର୍ଟରେ ହାଜର କରାଯିବ। ପରେ ତାଙ୍କୁ ବାଣପୁର କୋର୍ଟକୁ ନିଆଯିବ।
ପଞ୍ଚାୟତ ସମିତି ଅଧ୍ୟକ୍ଷ ନିର୍ବାଚନ ଚାଲିଥିବା ବେଳେ ବାଣପୁର ବ୍ଲକ ଅଫିସ୍ ସମ୍ମୁଖରେ ସାଧାରଣ ଜନତାଙ୍କ ଉପରେ ଗାଡ଼ି ମଡ଼ାଇ ଦେଇଥିଲେ ପ୍ରଶାନ୍ତ ଜଗଦ୍ଦେବ। ଯାହାଫରେ ସାଧାରଣ ଜନତାଙ୍କ ସମେତ ପୁଲିସ୍ କର୍ମଚାରୀ ଗୁରୁତର ଆହତ ହୋଇଥିଲେ। ଏହା ପରେ ତାତି ଥିଲେ ସ୍ଥାନୀୟ ଲୋକେ।
ବିଧାୟକଙ୍କୁ ତାଙ୍କ ଗାଡ଼ିରୁ ଟାଣି ଆଣି ପ୍ରବଳ ମାଡ଼ ମାରି ଲହୁଲୁହାଣ କରିଦେଇଥିଲେ। ପରେ ତାଙ୍କୁ ଗୁରୁତର ଅବସ୍ଥାରେ ଉଦ୍ଧାର କରି ସ୍ଥାନୀୟ ମେଡ଼ିକାଲ୍ରେ ଭର୍ତ୍ତି କରିଥିଲା। ସେଠାରେ ତାଙ୍କର ସ୍ୱାସ୍ଥ୍ୟ ଅବସ୍ଥା ଗୁରୁତର ହେବାରୁ ଭୁବନେଶ୍ୱରରେ ଏକ ପ୍ରାଇଭେଟ୍ ମେଡିକାଲକୁ ସ୍ଥାନାନ୍ତରିତ କରାଯାଇଥିଲା।
ପ୍ରଶାନ୍ତ ଜଗଦ୍ଦେବଙ୍କ ଏପରି କାର୍ଯ୍ୟକୁ ବିଭିନ୍ନ ମହଲରେ ନିନ୍ଦା କରାଯାଇଥିଲା। ପୁଲିସ୍ ତାଙ୍କ ବିରୋଧରେ କଠୋର କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବ ବୋଲି କହିଛି। ବିଧାୟକ ପ୍ରଶାନ୍ତ ଜଗଦ୍ଦେବଙ୍କ ବିରୋଧରେ ହତ୍ୟା ଉଦ୍ୟମ ଦଫା ଲଗାଯାଇଥିଲା। ସେ ତାଙ୍କ କାରକୁ ଅସ୍ତ୍ର ଭାବେ ବ୍ୟବହାର କରିଥିଲେ। ସେହିଭଳି ପୁଲିସ୍ ଓ ପବ୍ଲିକ୍କୁ ଆଘାତ ଦେବା ଦଫା ବି ଲଗାଯାଇଥିଲା ପୁଲିସ୍।

Related Posts

Seo wordpress plugin by www.seowizard.org.