Odisha News

ବାଲିଗୁଡାର ପୂର୍ବତନ ବିଜେପି ବିଧାୟକ ସୁରେନ୍ଦ୍ର କହଁରଙ୍କ ପରଲୋକ

ସଞ୍ଜୟ କୁମାର ପାଣିଗ୍ରାହୀଙ୍କ ରିପୋର୍ଟ
ବାଲିଗୁଡା,୨୩/୪: କନ୍ଧମାଳ ଜିଲ୍ଲା ବାଲିଗୁଡାର ପୂର୍ବତନ ବିଜେପି ବିଧାୟକ ସୁରେନ୍ଦ୍ର କହଁରଙ୍କ ପରଲୋକ ହୋଇଯାଇଛି । ତାଙ୍କର ଦେହାନ୍ତ ବେଳକୁ ୮୪ ବର୍ଷ ହୋଇଥିଲା ।
ନିଜ ବାସ ଭବନ ସଲାଗୁଡା ଠାରେ ତାଙ୍କର ଅନ୍ତିମ ସଂସ୍କାର କରାଯାଇଛି । ସେ ଶିକ୍ଷକ ରୁ ଅବସର ଗ୍ରହଣ କରିବା ପରେ ୨୦୦୦ ରୁ ୨୦୦୪ ପର୍ଯ୍ୟନ୍ତ ବାଲିଗୁଡା ବିଧାୟକ ଭାବେ କାର୍ଯ୍ୟ କରିଥିଲେ । ସେ ଦୀର୍ଘ ଦିନ ଧରି ଶଯ୍ୟାରେ ପଡି ରହି ଚିକିତ୍ସିତ ହେଉଥିଲେ ।
ଗୁରୁତର ହେବାରୁ ଶନିବାର ସକାଳ ସମୟରେ ମୃତ୍ୟୁ ବରଣ କରିଛନ୍ତି । ତାଙ୍କର ବିୟୋଗରେ ସମଗ୍ର ଜିଲ୍ଲା ବିଜେପି, ବିଜେଡି ଓ କଂଗ୍ରେସ ଦଳ ତଥା ବହୁ ନେତୃ ସ୍ଥାନୀୟ ବ୍ୟକ୍ତି ଙ୍କ ପକ୍ଷରୁ ଅଶ୍ରୁଳ ଶ୍ରଦ୍ଧାଞ୍ଜଳି ଜଣାଇବା ସହ ଜିଲ୍ଲାରେ ଶୋକରେ ଛାୟା ଖେଳିଯାଇଛି ।
ମୃତ୍ୟୁ ଶଯ୍ୟା ନିକଟରେ ପୁଅ, ଝିଅ, ଜୋଇଁ, ନାତି, ନାତୁଣୀ ପ୍ରମୁଖ ଉପସ୍ଥିତ ଥିଲେ । ସ୍ୱର୍ଗତ କହଁର ଙ୍କ ମର ଶରୀରକୁ ଏକ ବିରାଟ ଶୋଭାଯାତ୍ରାରେ ନିଆଯାଇ ଶେଷ କୃତ୍ୟ ସମ୍ପନ୍ନ କରାଯାଇଥିଲା ।

Related Posts

Seo wordpress plugin by www.seowizard.org.