Odisha News

ବିଧାନସଭାର ଶୀତକାଳୀନ ଅଧିବେଶନ ଆରମ୍ଭ: ଦିବଙ୍ଗତ ସଦସ୍ୟମାନଙ୍କୁ ଶ୍ରଦ୍ଧାଞ୍ଜଳି

ଭୁବନେଶ୍ବର, ୨୪/୧୧: ଗୁରୁବାର ଦିନଠାରୁ ବିଧାନସଭାର ଶୀତକାଳୀନ ଅଧିବେଶନ ଆରମ୍ଭ ହୋଇଛି। ଗୃହରେ ଦିବଙ୍ଗତ ସଦସ୍ୟମାନଙ୍କୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶ୍ରଦ୍ଧାଞ୍ଜଳି ଜ୍ଞାପନ କରିବା ପାଇଁ ଶୋକ ପ୍ରସ୍ତାବ ଆଗତ କରିଛନ୍ତି। ଏହାପରେ ଗୃହକୁ ଅପରାହ୍ଣ ୫ଟା ଯାଏ ମୁଲତବୀ ଘୋଷଣା କରିଛନ୍ତି ବାଚସ୍ପତି। ଆଜି ଧାମନଗରର ନୂଆ ବିଧାୟକ ସୂର‌୍ୟ୍ୟବଂଶୀ ସୂରଜ ସ୍ଥିତପ୍ରଜ୍ଞଙ୍କୁ ପ୍ରଥମ ଥର ଲାଗି ବିଧାନସଭାରେ ଦେଖିବାକୁ ମିଳିଛି।
ପୂର୍ବତନ ମନ୍ତ୍ରୀ ବିଜୟ ରଞ୍ଜନ ସିଂ ବରିହା, ବିରୋଧୀ ଦଳର ଉପନେତା ବିଷ୍ଣୁ ସେଠୀ, ପୂର୍ବତନ ମନ୍ତ୍ରୀ ଗୋଲକ ବିହାରୀ ନାୟକ ଏବଂ ଅନ୍ୟ ତିନି ସଦସ୍ୟଙ୍କ ଉଦ୍ଧେଶ୍ୟରେ ଶୋକ ପ୍ରସ୍ତାବ ପାରିତ ହୋଇଛି । ଅନ୍ୟପଟେ ବିଷ୍ଣୁ ସେଠୀଙ୍କ କଥା ମନେ ପକାଇ ଗୃହରେ ଭାବ ବିହ୍ଵଳ ହେଲେ ବିରୋଧୀ ଦଳ ନେତା ଜୟ ନାରାୟଣ ମିଶ୍ର ।
ବିଧାନସଭାର ଶୀତକାଳୀନ ଅଧିବେଶନ ଡିସେମ୍ବର ୩୧ ତାରିଖ ଯାଏ ଚାଲିବ। ଅଧିବେଶନରେ ମୋଟ୍ ୩୩ଟି କାର‌୍ୟ୍ୟଦିବସ ରହିଛି। ଅଧିବେଶନର ପ୍ରଥମ ଦିନରେ ଅର୍ଥାତ ଆସନ୍ତାକାଲି ୨୦୨୨-୨୩ ଆର୍ଥିକ ବର୍ଷର ପ୍ରଥମ ଅତିରିକ୍ତ ବଜେଟ୍ ଆଗତ କରାଯିବ। ୩୦ ଓ ୧ ତାରିଖ ଦୁଇ ଦିନ ଧରି ଖର୍ଚ୍ଚଦାବି ଉପରେ ଆଲୋଚନା ହେବ। ଡିସେମ୍ବର ୨ ତାରିଖରେ ବ୍ୟୟମଞ୍ଜୁରି ବିଲ୍ ପାରିତ ହେବ। ଏହି ଅଧିବେଶନରେ କୋଭିଡ୍ କଟକଣା ଉଠାଇ ଦିଆଯାଇଛି। କୋଭିଡ୍ ପୂର୍ବରୁ ଯେପରି ଗୃହ କାର‌୍ୟ୍ୟ ଚାଲୁଥିଲା, ଏବେ ସେହିପରି ଚାଲିବ।ଏଥର ପ୍ରେସ ଗ୍ୟାଲେରୀରେ ସାମ୍ବାଦିକମାନେ ପୂର୍ବପରି ବସି ଖବର ପରିବେଷଣ କରିବେ।

Related Posts

Seo wordpress plugin by www.seowizard.org.