ବିଶିଷ୍ଟ ଭାଷାବିତ୍ ଡକ୍ଟର ଦେବୀପ୍ରସନ୍ନ ପଟ୍ଟନାୟକଙ୍କୁ ମିଳିବ ପ୍ରଥମ ବିଶ୍ଵ ଓଡିଆ ଭାଷା ସମ୍ମାନ

ଭୁବନେଶ୍ୱର,୩୧/୧: ପ୍ରଥମ ବିଶ୍ୱ ଓଡ଼ିଆ ଭାଷା ସମ୍ମିଳନୀ ଅବସରରେ ବିଶିଷ୍ଟ ଭାଷାବିତ୍ ତକ୍ଟର ଦେବୀପ୍ରସନ୍ନ ପଟ୍ଟନାୟକଙ୍କୁ ପ୍ରଥମ ବିଶ୍ୱ ଓଡ଼ିଆ ଭାଷା ସମ୍ମାନରେ ସମ୍ମାନିତ କରାଯିବ।
ଏହି ଅବସରରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ବିଶିଷ୍ଟ ଭାଷାବିତ୍ ପଦ୍ମଶ୍ରୀ ଡକ୍ଟର ଦେବୀପ୍ରସନ୍ନ ପଟ୍ଟନାୟକଙ୍କୁ ଓଡ଼ିଆ ଭାଷା ଉପରେ ତାଙ୍କର ଉଚ୍ଚକୋଟୀର ଗବେଷଣା ଦିଗରେ ତାଙ୍କର ଜୀବନ ବ୍ୟାପୀ ସାଧନାର ସ୍ବୀକୃତି ସରୂପ ତାଙ୍କୁ ବିଶ୍ୱ ଓଡ଼ିଆ ସମ୍ମାନରେ ସମ୍ମାନିତ କରିବେ।
ପୁରସ୍କାର ବାବଦରେ ତାଙ୍କୁ ୨୦ ଲକ୍ଷ ଟଙ୍କା ଓ ମାନପତ୍ର ପ୍ରଦାନ କରାଯିବ। ଡକ୍ଟର ପଟ୍ଟନାୟକଙ୍କ ଗବେଷଣା ଓଡ଼ିଆ ଭାଷାକୁ ବହୁ ଭାବରେ ସମୃଦ୍ଧ କରିଛି।