Odisha News

ବୁଧବାରଠୁ ରାଜ୍ୟରେ ବର୍ଷା, ବିଭିନ୍ନ ଜିଲ୍ଲାକୁ ପାଣିପାଗ ବିଭାଗର ଆଲର୍ଟ

ଭୁବନେଶ୍ୱର,୧୯/୨:ରାଜ୍ୟରେ ଗ୍ରୀଷ୍ମପ୍ରବାହ ଜାରି ରହିଥିବାବେଳେ ମଙ୍ଗଳବାର ସର୍ବାଧିକ ତାପମାତ୍ରା ବୌଦ୍ଧରେ ୩୬.୮ ଡିଗ୍ରୀ ରେକର୍ଡ କରାଯାଇଛି। ତେବେ ବୁଧବାରଠାରୁ ସପ୍ତାହେ ପର୍ଯ୍ୟନ୍ତ ବିଭିନ୍ନ ଜିଲାରେ ଘଡ଼ଘଡ଼ି ବିଜୁଳି ସହ ବର୍ଷା ହେବାର ସମ୍ଭାବନା ରହିଛି।
ବୁଧବାର ବାଲେଶ୍ୱର ଓ ମୟୂରଭଞ୍ଜ ଜିଲାରେ ହାଲୁକାରୁ ମଧ୍ୟମଧରଣ ବର୍ଷା ହୋଇପାରେ। ଗୁରୁବାର ମୟୂରଭଞ୍ଜ, ବାଲେଶ୍ୱର, କେନ୍ଦୁଝରଗଡ଼, ଭଦ୍ରକ, ଯାଜପୁର, କେନ୍ଦ୍ରପଡ଼ା ଆଦି ଜିଲାରେ ବିଜୁଳି ଓ ଘଡ଼ଘଡ଼ି ସହ ହାଲୁକାରୁ ମଧ୍ୟମଧରଣର ବର୍ଷା ହେବ।
ଏଥିପାଇଁ ସମ୍ପୃକ୍ତ ଜିଲାଗୁଡ଼ିକୁ ୟେଲୋ ଓ୍ବାର୍ନିଂ ଜାରି କରାଯାଇଛି। ୨୦ ଓ ୨୧ ତାରିଖରେ ମୟୂରଭଞ୍ଜ, କେନ୍ଦୁଝରଗଡ଼, ସୁନ୍ଦରଗଡ଼, ବାଲେଶ୍ୱର, ଭଦ୍ରକ, ଯାଜପୁର, ଢେଙ୍କାନାଳ, କେନ୍ଦ୍ରାପଡ଼ା, ଜଗତ୍‌ସିଂହପୁର, କଟକ, ଅନୁଗୋଳ, ଦେବଗଡ଼, ସମ୍ବଲପୁର, ଝାରସୁଗୁଡ଼ାର ସହ ଖୋର୍ଦ୍ଧା, ପୁରୀ, ନୟାଗଡ଼, ଗଞ୍ଜାମ ଓ ଗଜପତି ଜିଲାର କିଛି ସ୍ଥାନରେ ହାଲୁକାରୁ ମଧ୍ୟମଧରଣର ବର୍ଷା ହୋଇପାରେ। ୨୫ ତାରିଖ ପର୍ଯ୍ୟନ୍ତ ବିଭିନ୍ନ ସ୍ଥାନରେ ବର୍ଷା ଓ ଘଡ଼ଘଡ଼ିର ସମ୍ଭାବନା ରହିଥିବା ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ପୂର୍ବାନୁମାନ କରାଯାଇଛି।

Related Posts