Odisha News

ବୌଦ୍ଧ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ଠାରେ ବେଆଇନ ଲିଙ୍ଗ ନିରୂପଣ ରୋକିବା ସମ୍ପର୍କିତ ଜିଲ୍ଲା ଉପଦେଷ୍ଟା କମିଟି ବୈଠକ ଅନୁଷ୍ଠିତ

କମ୍ଭୁଧର କ୍ଷେତିଙ୍କ ରିପୋର୍ଟ
ବୌଦ୍ଧ, ୧୮/୧୦: ବୌଦ୍ଧ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ଠାରେ ବୁଧବାର ଦିନ ବେଆଇନ ଲିଙ୍ଗ ନିରୂପଣ ରୋକିବା ସମ୍ପର୍କିତ ଜିଲ୍ଲା ଉପଦେଷ୍ଟା କମିଟି ର ବୈଠକ ଅନୁଷ୍ଠିତ ହୋଇଛି ।
ଜିଲାପାଳ ନୃସିଂହ ଚରଣ ସ୍ୱାଇଁଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ବୈଠକରେ ଜିଲାରେ ବେଆଇନ ଲିଙ୍ଗ ନିରୂପଣ ରୋକିବା ନେଇ ଗ୍ରହଣ କରାଯାଇଥିବା ବବ୍ୟବସ୍ଥା ସମ୍ପର୍କରେ ସମୀକ୍ଷା କରିଥିଲେ । ଜିଲ୍ଲାରେ ଥିବା ବେସରକାରୀ ଅଲଟ୍ରାସାଉଣ୍ଡ କେନ୍ଦ୍ର ଗୁଡିକୁ ନିୟମିତ ଯାଞ୍ଚ କରିବାକୁ ଜିଲାପାଳ ନିର୍ଦ୍ଦେଶ ଦେଇଥିଲେ ।
ଏହା ବ୍ୟତୀତ ଜିଲ୍ଲା ମୁଖ୍ୟଚିକିତ୍ସାଳୟରେ ଯୋଗାଇ ଦିଆଯାଉଥିବା ମାଗଣା ଅଲଟ୍ରାସାଉଣ୍ଡ ସେବା କୁ ଅଧିକ କ୍ରିୟାଶୀଳ କରିବାକୁ ବଇଠାରେ ନିଷ୍ପତି ହୋଇଥିଲା ।
ପୁରୁଷ ତୁଳନାରେ ଝିଅଙ୍କ ସଂଖ୍ୟା କମିବାରେ ଲାଗିଛି । ଏହି ବୈଠକରେ ଅନ୍ୟମାନଙ୍କ ମଧ୍ୟରେ ଜିଲ୍ଲା ମୁଖ୍ୟ ଚିକିତ୍ସାଧିକାରୀ ଡାକ୍ତର ଜୟକୃଷ୍ଣ ମିଶ୍ର, ଜନ ସ୍ବାସ୍ଥ୍ୟ ଅଧିକାରୀ ଡାକ୍ତର ମଦନ ମୋହନ ପ୍ରଧାନ, ଜିଲ୍ଲା ଚିକିତ୍ସା ମୁଖ୍ୟ ଡାକ୍ତର ସଂଘମିତ୍ରା ପଣ୍ଡା ଓ ଜିଲ୍ଲା କାର୍ଯ୍ୟକ୍ରମ ସଂଯୋଜକ ରୂପକ ମହାପାତ୍ର ପ୍ରମୁଖ ଉପସ୍ଥିତ ଥିଲେ ।

Related Posts

Seo wordpress plugin by www.seowizard.org.