Odisha News

ବୌଦ୍ଧ ହରଭଙ୍ଗା ବ୍ଲକ୍ ରେ ଜିଲ୍ଲାପାଳ ଓ ଜିଲ୍ଲା ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଅଭିଯୋଗ ଶୁଣାଣୀ ଶିବିର ଅନୁଷ୍ଠିତ

କମ୍ଭୁଧର କ୍ଷେତିଙ୍କ ରିପୋର୍ଟ
ବୌଦ୍ଧ, ୧୨ /୧୦ : ଲୋକଙ୍କ ସମସ୍ୟାର ତ୍ୱରିତ ସମାଧାନ ଏବଂ ପ୍ରଶାସନିକ ସେବାକୁ ଅଧିକ ଜନମୁଖୀ କରିବା ଲକ୍ଷ୍ୟରେ ବୌଦ୍ଧ ଜିଲ୍ଲା ହରଭଙ୍ଗା ପଞ୍ଚାୟତ ସମିତି କାର୍ଯ୍ୟାଳୟ ସଭାଗୃହରେ ଜିଲ୍ଲାପାଳ ବିଭୂତି ଭୂଷଣ ନାୟକ ଓ ଜିଲ୍ଲା ଆରକ୍ଷୀ ଅଧୀକ୍ଷକ କୁଲଦୀପ ମୀନାଙ୍କ ଯୁଗ୍ମ ଅଭିଯୋଗ ଶୁଣାଣୀ ଓ ସମାଧାନ ଶିବିର ଅନୁଷ୍ଠିତ ହୋଇଥିଲା।
ଶିବିରରେ ବିଭିନ୍ନ ପଞ୍ଚାୟତରୁ ଆସିଥିବା ଶତାଧିକ ଜନସାଧାରଣ ନିଜ ଅଭିଯୋଗ ଉପସ୍ଥାପନ କରିଥିଲେ। ଏହି ଶିବିରରେ ଜିଲ୍ଲା ମୁଖ୍ୟ ଉନ୍ନୟନ ଅଧିକାରୀ ପ୍ରଭାସ ଚନ୍ଦ୍ର ଦଣ୍ଡସନା,ଜିଲ୍ଲା ମୁଖ୍ୟ ଚିକିତ୍ସାଧିକାରୀ ଡଃ ମହେନ୍ଦ୍ର କୁମାର ସାହୁ,ହରଭଙ୍ଗା ବିଡିଓ ତଥା ତହସିଲଦାର କର୍ଣ୍ଣ ସୁନା,ଡେପୁଟି କଲେକ୍ଟର ଜ୍ୟୋତି ରଞ୍ଜନ ଭୁଏ, ରଶ୍ମିରେଖା ନାୟକ ପ୍ରମୁଖ ଉପସ୍ଥିତ ଥିଲେ ।
ସମସ୍ତ ଜିଲ୍ଲା ସ୍ତରୀୟ ଅଧିକାରୀ ଉପସ୍ଥିତ ରହି ଅଭିଯୋଗ ଶୁଣାଣିରେ ସହଯୋଗ କରିଥିଲେ। ମୋଟ ୮୬ ଟି ଅଭିଯୋଗ ମଧ୍ୟରୁ ୮୧ଟି ବ୍ୟକ୍ତିଗତ ଏବଂ ୦୫ ଟି ଗୋଷ୍ଠୀଗତ ଅଭିଯୋଗ ଗ୍ରହଣ କରାଯାଇଥିଲା।
୬ ଜଣ ଅସହାୟ ବ୍ୟକ୍ତିଙ୍କୁ ଜିଲ୍ଲା ରେଡକ୍ରସ ପାଣ୍ଠିରୁ ୩୩ ହଜାର ଟଙ୍କା ଆର୍ଥିକ ସହାୟତା ଯୋଗାଇ ଦିଆ ଯାଇଥିଲା ।ସମସ୍ତ ଅଭିଯୋଗ ଗୁଡ଼ିକର ତୁରନ୍ତ ସମାଧାନ କରିବାକୁ ଜିଲ୍ଲାପାଳ ସମ୍ପୃକ୍ତ ଅଧିକାରୀଙ୍କୁ ନିର୍ଦ୍ଦେଶ ଦେଇଥିଲେ।
ଶିବିରରେ ଜିଲ୍ଲାର ସମସ୍ତ ବିଭାଗୀୟ ଅଧିକାରୀ, ବିଭିନ୍ନ ଲାଇନ ବିଭାଗର ଯନ୍ତ୍ରୀ, ବ୍ଲକ ସ୍ତରୀୟ କର୍ମଚାରୀ, ଜିଲ୍ଲା ସୂଚନା ଓ ଲୋକସମ୍ପର୍କ ଅଧିକାରୀ ବିଦ୍ୟାପତି ପଣ୍ଡା ଏବଂ ବିଭିନ୍ନ ଗଣମାଧ୍ୟମର ପ୍ରତିନିଧି ଉପସ୍ଥିତ ଥିଲେ।

Related Posts