Odisha News

ଭିଜିଲାନ୍ସ ଜାଲରେ ଇଡକଲ୍ ଡେପୁଟି ମ୍ୟାନେଜର ଗୟା ସାନ୍ତରା

ଭୁବନେଶ୍ୱର,୨୦/୧୨: ଭିଜିଲାନ୍ସ ଜାଲରେ ଇଡକଲ୍ ଡେପୁଟି ମ୍ୟାନେଜର ଗୟା ସାନ୍ତରା। ଆୟବହିର୍ଭୂତ ସଂପତ୍ତି ଠୁଳ ଅଭିଯୋଗରେ ଇଡକଲ୍ ଅମ୍ପାଭାଲି ଲାଇମ୍ ଷ୍ଟୋନ ମାଇନ୍ସ ଡେପୁଟି ମ୍ୟାନେଜର ଗୟା ସାନ୍ତରାଙ୍କ ଘର ସମେତ ଏକକାଳୀନ ୭ଟି ସ୍ଥାନରେ ଓଡ଼ିଶା ଭିଜିଲାନ୍ସ ଚଢ଼ାଉ କରୁଥିବାର ଖବର ମିଳିଛି। ଭୁବନେଶ୍ୱର, କୋରାପୁଟ, ରାୟଗଡ଼ା ଓ ନୟାଗଡ଼ ସମେତ ୭ଟି ସ୍ଥାନରେ ଚଢ଼ାଉ ଚାଲିଛି।
ସୂଚନା ଅନୁଯାୟୀ, ରାଜଧାନୀର ମଞ୍ଚେଶ୍ୱର ଇଣ୍ଡଷ୍ଟ୍ରିଆଲ୍ ଇଷ୍ଟେଟରେ ଜୋନ୍ ଡିସେକ୍ଟର-ଏରେ ଥିବା ତିନି ମହଲା କୋଠା, ଭୁବନେଶ୍ୱରର ଜୟଦେବ ବିହାରରେ ନିର୍ମାଣାଧୀନ ଚାରିମହଲା କୋଠା, କୋରାପୁଟ ଜିଲ୍ଲାସୁଙ୍କି ଗେଟରେ ଅବସ୍ଥିତ ଭଡ଼ା ଘର, କୋରାପୁଟର ଅମ୍ପାଭାଲି-ସିମାଗୋଡାଠାରେ ଅଫିସ୍ ଚାମ୍ବର,ପ୍ଲଟ୍ ନଂ ୬୩ / ଏ, ସେକ୍ଟର-ଏ, ଜୋନ୍-ଡି, ମଞ୍ଚେଶ୍ୱର ଇଣ୍ଡଷ୍ଟ୍ରିଆଲ୍ ଇଷ୍ଟେଟ୍ ଉପରେ ଅବସ୍ଥିତ ଗ୍ଲୋବାଲ୍ ଇଞ୍ଜିନିୟର୍ସର ବ୍ୟବସାୟ ପରିସର, ନୟାଗଡ଼ର ଓଡ଼ଗାଁ ଥାନା ପାଟନା ସାହି, ପୈତୃକ ଘର ଏବଂ ରାୟଗଡ଼ାର ମୁନିଗୁଡ଼ା ପାଇକ ଛକରେ ଥିବା ଶଶୁର ଘର ଆଦିଠାରେ ଏହି ଚଢ଼ାଉ ଜାରି ରହିଛି।
ଏହି ଚଢ଼ାଉରେ ୭ ଡିଏସପି, ୪ ଜଣ ଇନ୍ସପେକ୍ଟର, ଜଣେ ସବ୍-ଇନ୍ସପେକ୍ଟର ଏବଂ ୭ ଜଣ ଏଏସଆଇ ଏବଂ ଅନ୍ୟ କର୍ମଚାରୀମାନେ ନିୟୋଜିତ ଅଛନ୍ତି ଜ୍ଝ ଏନେଇ ପରବର୍ତ୍ତୀ ରିପୋର୍ଟକୁ ଅପେକ୍ଷା କରାଯାଇଛି।

Related Posts

Seo wordpress plugin by www.seowizard.org.