Odisha News

ଭୁବନେଶ୍ୱରରୁ ସର୍ବାଧିକ ୯୦ଜଣ କରୋନା ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର,୧୫/୭: ଭୁବନେଶ୍ୱରରୁ ୯୦ଜଣ କୋଭିଡ଼-୧୯ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଭୁବନେଶ୍ବରରେ ୨୪ ଘଣ୍ଟାରେ ସର୍ବାଧିକ ୯୦ଜଣ କୋରୋନା ଆକ୍ରାନ୍ତ ଚିହ୍ନଟ । ସେମାନଙ୍କ ମଧ୍ୟରୁ କ୍ବାରେଣ୍ଟାଇନ୍ରୁ ୬୩ ଜଣ ରହିଥିବା ବେଳେ ସ୍ଥାନୀୟ ଅଞ୍ଚଳରୁ ୨୭ ପଜିଟିଭ୍ ଚିହ୍ନଟ ରହିଛନ୍ତି । ସେହିପରି ୨୪ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ଏନେଇ ଭୁବନେଶ୍ୱର ମହାନଗର ନିଗମ ଟ୍ୱିଟ୍ କରି ସୂଚନା ଦେଇଛି ।
ଭୁବନେଶ୍ୱରରୁ ୯୦ଜଣ କୋଭିଡ଼-୧୯ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଭୁବନେଶ୍ବରରେ ୨୪ ଘଣ୍ଟାରେ ସର୍ବାଧିକ ୯୦ଜଣ କୋରୋନା ଆକ୍ରାନ୍ତ ଚିହ୍ନଟ । ସେମାନଙ୍କ ମଧ୍ୟରୁ କ୍ବାରେଣ୍ଟାଇନ୍ରୁ ୬୩ ଜଣ ରହିଥିବା ବେଳେ ସ୍ଥାନୀୟ ଅଞ୍ଚଳରୁ ୨୭ ପଜିଟିଭ୍ ଚିହ୍ନଟ ରହିଛନ୍ତି । ସେହିପରି ୨୪ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ଏନେଇ ଭୁବନେଶ୍ୱର ମହାନଗର ନିଗମ ଟ୍ୱିଟ୍ କରି ସୂଚନା ଦେଇଛି ।
ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ପାହାଳ ଫାଣ୍ଡି ନିକଟରୁ ୧୦ଜଣ ଚିହ୍ନଟ ହୋଇଥିବା ବେଳେ ସାଲିଆ ସାହି ଶ୍ରୀକୃଷ୍ଣ ନଗର ଲିଙ୍କରୁ ୭ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ସେହିପରି କୋଳଥିଆ ଖଣ୍ଡଗିରି ବିହାରରୁ ୩ଜଣ, ଜାଗମରା ଅଞ୍ଚଳରୁ ଜଣେ , ରସୁଲଗଡ ଅଞ୍ଚଳରୁ ୪ଜଣ , ହଂସପାଳ ଅଞ୍ଚଳରୁ ଜଣେ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି ।
ତେବେ ଆଜି ଭୁବନେଶ୍ୱରରୁ ଚିହ୍ନଟ ହୋଇଥିବା ୯୦ଜଣ କରୋନା ସଂକ୍ରମିତଙ୍କ ମିଶାଇ ରାଜଧାନୀରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୮୫୯ରେ ପହଞ୍ଚିଛି । ବର୍ତ୍ତମାନ ସୁଦ୍ଧା ଭୁବନେଶ୍ୱରେ ୧୧ଜଣ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ହୋଇସାରିଛି । ସେହିପରି ୩୮୫ ସୁସ୍ଥ ହୋଇ ଘରକୁ ଫେରିଥିବା ବେଳେ ୪୬୨ ଚିକିତ୍ସାଧୀନ ରହିଛନ୍ତି ।

Related Posts