Odisha News

ଭୁବନେଶ୍ୱର ରୂପାଲି ଛକରେ ଉଠା ଦୋକାନକୁ ନେଇ ଯୁବକଙ୍କୁ ହତ୍ୟା,ଘଟଣାରେ ୨ ଅଭିଯୁକ୍ତଙ୍କୁ ଗିରଫ

ଭୁବନେଶ୍ବର, ୩୧/୮: ରାଜଧାନୀରେ ଡିସିପି ଅଫିସ ଆଗରେ ଜଣେ ଦୋକାନୀଙ୍କୁ ନିର୍ମମ ହତ୍ୟା ଘଟଣା ଚାଞ୍ଚଲ୍ୟ ଖେଳାଇଦେଇଛି। ଏହି ମାମଲାରେ ୨ଜଣଙ୍କୁ ଥାନାରେ ଅଟକ ରଖାଯାଇଛି।
ସୂଚନା ଅନୁଯାୟୀ, ସୌମ୍ୟ କୁଣ୍ଡୁ ନାମକ ଜଣେ ପାନ ଦୋକାନୀଙ୍କୁ ୬/୭ ଜଣ ଯୁବକ ସଂଘବଦ୍ଧ ଭାବେ ଆକ୍ରମଣ କରିଥିଲେ। ଏଥିରେ ଘଟଣାସ୍ଥଳରେ ହିଁ ସୌମ୍ୟ କୁଣ୍ଡୁଙ୍କର ମୃତ୍ୟୁ ଘଟିଥିଲା। ସମସ୍ତ ଅଭିଯୁକ୍ତ ପଥରବନ୍ଧ ଅଞ୍ଚଳର ବୋଲି ଜଣାଯାଇଛି।
ସହିଦ ନଗର ପୁଲିସ ଏହି ମାମଲାର ଦୁଇ ଅଭିଯୁକ୍ତଙ୍କୁ ଥାନାରେ ଅଟକ ରଖି ପଚରାଉଚରା କରୁଥିବା ଜଣାଯାଇଛି। ପୂର୍ବ ଶତ୍ରୁତା ଓ ବ୍ୟାବସାୟିକ ବିବାଦରୁ ଏହି ହତ୍ୟାକାଣ୍ଡ ଘଟିଥିବା ପ୍ରାରମ୍ଭିକ ତଦନ୍ତରୁ ଜଣାପଡ଼ିଛି।

Related Posts

Seo wordpress plugin by www.seowizard.org.