Odisha News

ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ନୂଆ ମନ୍ତ୍ରିମଣ୍ଡଳ, ଶପଥ ନେଲେ ୨୧ ମନ୍ତ୍ରୀ

ଭୁବନେଶ୍ବର, ୫/୬: ରବିବାର ଦିନ ପୂର୍ବାହ୍ନ ୧୧ଟା ୪୫ରେ ନୂଆ ମନ୍ତ୍ରିମଣ୍ଡଳର ଶପଥ ଗ୍ରହଣ ଉତ୍ସବ ଅନୁଷ୍ଠିତ ହୋଇଛି। ଲୋକସେବା ଭବନର କନ୍ଭେନସନ୍ ହଲରେ ଏଥିପାଇଁ ଭବ୍ୟ ଆୟୋଜନ କରାଯାଇଥିଲା।
ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନ୍ୟାକଙ୍କ ଉପସ୍ଥିତିରେ ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ ମନ୍ତ୍ରୀମାନଙ୍କୁ ପଦ ଓ ଗୋପନୀୟତାର ଶପଥ ପାଠ କରାଇଛନ୍ତି। ଆଜି ମୋଟ ୨୧ଜଣ ଜଣ ବିଧାୟକ ମନ୍ତ୍ରୀ ଭାବେ ଶପଥ ନେଇଛନ୍ତି।
ଏଥିରେ ୧୩ଜଣ କ୍ୟାବିନେଟ୍ ଓ ୮ଜଣ ରାଷ୍ଟ୍ରମନ୍ତ୍ରୀ ପାହ୍ୟା ଅଛନ୍ତି। ଏହି ନୂଆ ମନ୍ତ୍ରିମଣ୍ଡଳରେ ୫ ଜଣ ମହିଳାଙ୍କୁ ମଧ୍ୟ ମନ୍ତ୍ରୀ ପଦ ମିଳିଛି। ଏମାନଙ୍କ ଭିତରୁ ୩ଜଣଙ୍କୁ କ୍ୟାବିନେଟ୍ ଓ ୨ଜଣଙ୍କୁ ରାଷ୍ଟ୍ରମନ୍ତ୍ରୀ ପାହ୍ୟା ମିଳିଛି।
ପ୍ରଥମେ ଜଗନ୍ନାଥ ସାରକା କ୍ୟାବିନେଟ୍ ମନ୍ତ୍ରୀ ଭାବେ ଶପଥ ଗ୍ରହଣ କରିିଥିଲେ। ତା’ପରେ ନିରଞ୍ଜନ ପୂଜାରୀ, ରଣେନ୍ଦ୍ର ପ୍ରତାପ ସ୍ୱାଇଁ, ପ୍ରମିଳା ମଲ୍ଲିକ, ଉଷା ଦେବୀ, ପ୍ରଫୁଲ୍ଲ ମଲ୍ଲିକ, ପ୍ରତାପ ଦେବ, ଅତନୁ ସବ୍ୟସାଚୀ ନାୟକ, ପ୍ରଦୀପ ଅମାତ, ନବକିଶୋର ଦାସ, ଅଶୋକ ଚନ୍ଦ୍ର ପଣ୍ଡା, ଟୁକୁନି ସାହୁ ଓ ରାଜେନ୍ଦ୍ର ଢୋଲକିଆ କ୍ୟାବିନେଟ୍ ମନ୍ତ୍ରୀ ଭାବେ ଶପଥ ଗ୍ରହଣ କରିିଥିଲେ।
ଏହାପରେ ରାଷ୍ଟ୍ରମନ୍ତ୍ରୀମାନଙ୍କୁ ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ ପଦ ଓ ଗୋପନୀୟତାର ଶପଥ ପାଠ କରାଇଥିଲେ। ରାଷ୍ଟ୍ରମନ୍ତ୍ରୀ ଭାବେ ପ୍ରଥମେ ସମୀରରଞ୍ଜନ ଦାଶ ଶପଥ ଗ୍ରହଣ କରିିଥିଲେ। ତାପରେ ଅଶ୍ୱିନୀ କୁମାର ପାତ୍ର, ପ୍ରୀତିରଞ୍ଜନ ଘଡ଼େଇ, ଶ୍ରୀକାନ୍ତ ସାହୁ, ତୁଷାରକାନ୍ତି ବେହେରା, ରୋହିତ ପୂଜାରୀ, ରୀତା ସାହୁ ଓ ବାସନ୍ତୀ ହେମ୍ବ୍ରମ ଶପଥ ଗ୍ରହଣ କରିଥିଲେ।
ଏହି ଶପଥ ଗ୍ରହଣ ଉତ୍ସବରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଉପସ୍ଥିତ ଥିଲେ। ଏହାଛଡ଼ା କେତେକ ବିଧାୟକ, ସାଂସଦ, ମୁଖ୍ୟ ଶାସନ ସଚିବ ଓ ପୁଲିସ୍ ମହାନିର୍ଦେଶକ ପ୍ରମୁଖ ମଧ୍ୟ ନୂଆ ମନ୍ତ୍ରିମଣ୍ଡଳର ଶପଥ ଗ୍ରହଣ ଉତ୍ସବରେ ଦେଖିବାକୁ ମିଳିିଥିଲା।

Related Posts

Seo wordpress plugin by www.seowizard.org.