ମେ ୬ରୁ ଓଜେଇଇ ପରୀକ୍ଷା, ମାର୍ଚ୍ଚ ୧୫ ଯାଏଁ ଚାଲିବ ରେଜିଷ୍ଟ୍ରେସନ

ଭୁବନେଶ୍ୱର, ୨୫/୧: ଓଜେଇଇ ପରୀକ୍ଷା ପାଇଁ ତାରିଖ ଘୋଷଣା ହୋଇଛି। ଚଳିତ ମେ’ ୬ରୁ ଏହା ଆରମ୍ଭ ହୋଇ ୧୦ ତାରିଖ ପର୍ଯ୍ୟନ୍ତ ଚାଲିବ। ରାଜ୍ୟ ଭିତରେ ୩୦ଟି ଓ ରାଜ୍ୟ ବାହାରେ ୩ଟି କେନ୍ଦ୍ରରେ ଓଜେଇଇ ପରୀକ୍ଷା ହେବ। ଏଥିପାଇଁ ଆଜିଠାରୁ ରେଜିଷ୍ଟ୍ରେସନ୍ ଆରମ୍ଭ ହୋଇଛି। ଆସନ୍ତା ୧୫ ତାରିଖ ପର୍ଯ୍ୟନ୍ତ ରେଜିଷ୍ଟ୍ରେସନ୍ ଚାଲିବ।