Odisha News

ମେ’ ୯ରେ ଓଡିଶା ଆସିବେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ

ଭୁବନେଶ୍ୱର,୨୦/୪: ଆସନ୍ତା ମେ’ ୯ ତାରିଖରେ ଓଡ଼ିଶା ଆସିବେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ। ସେ ବାରିପଦାସ୍ଥିତ ମହାରାଜା ଶ୍ରୀରାମଭଞ୍ଜ ଦେଓ ବିଶ୍ୱବିଦ୍ୟାଳୟର ଦ୍ୱାଦଶତମ ସମାବର୍ତ୍ତନ ଉତ୍ସବରେ ଯୋଗ ଦେବେ। ଏନେଇ ବିଶ୍ୱବିଦ୍ୟାଳୟ କୁଳପତିଙ୍କୁ ରାଷ୍ଟ୍ରପତିଙ୍କ ପ୍ରାଇଭେଟ ସେକ୍ରେଟାରୀଙ୍କ ଚିଠି କରିଛନ୍ତି।
ରାଷ୍ଟ୍ରପତି ହେବା ପରେ ପ୍ରଥମ ଥର ପାଇଁ ସେ ନିଜ ଜିଲ୍ଲାକୁ ଆସିବେ। ତେବେ ତାଙ୍କର ଏହି ଗସ୍ତ ସଂପର୍କିତ ସବିଶେଷ କାର‌୍ୟ୍ୟସୂଚୀ ବିଷୟରେ ସୂଚନା ମିଳିନାହିଁ।
ଏହା ପୂର୍ବରୁ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଗତ ଫେବ୍ରୁଆରୀ ମାସରେ ଓଡ଼ିଶା ଗସ୍ତରେ ଆସିଥିଲେ। ଏହି ଗସ୍ତ ସମୟରେ ସେ ଫେବ୍ରୁଆରୀ ୧୦ ତାରିଖରେ ଭୁବନେଶ୍ୱର ସ୍ଥିତ ରମାଦେବୀ ମହିଳା ବିଶ୍ୱବିଦ୍ୟାଳୟର ସମାବର୍ତ୍ତନ ଉତ୍ସବରେ ଯୋଗ ଦେଇଥିଲେ। ସେହିପରି ଫେବ୍ରୁଆରୀ ୧୧ ତାରିଖରେ କଟକର ବିଦ୍ୟାଧରପୁରସ୍ଥିତ ନ୍ୟାସନାଲ୍ ରାଇସ୍ ରିସର୍ଚ୍ଚ ଇନଷ୍ଟିଚ୍ୟୁଟରେ ଦ୍ୱିତୀୟ ଇଣ୍ଡିଆନ୍ ରାଇସ୍ କଂଗ୍ରେସରେ ଯୋଗ ଦେଇଥିଲେ।

Related Posts

Seo wordpress plugin by www.seowizard.org.