Odisha News

ରାଜ୍ୟରେ ଆଉ ୨ଜଣ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ

ଭୁବନେଶ୍ବର,୩/୭ : ଗୁରୁବାର ଦିନ ରାଜ୍ୟରେ ଆଉ ୨ଜଣ ବ୍ୟକ୍ତିଙ୍କ କରୋନା ଯୋଗୁଁ ମୃତ୍ୟୁ ହୋଇଛି। ଏହାକୁ ମିଶାଇ ରାଜ୍ୟରେ ବର୍ତ୍ତମାନ ପର‌୍ୟ୍ୟନ୍ତ ୨୯ ଜଣଙ୍କ ଜୀବନ ଗଲାଣି । ଏ ନେଇ ରାଜ୍ୟ ସ୍ବାସ୍ଥ୍ୟ ଏବଂ ପରିବାର କଲ୍ୟାଣ ବିଭାଗ ଓ୍ବେବସାଇଟ୍ରେ ସୂଚନା ପ୍ରଦାନ କରାଯାଇଛି ।
ମୃତକଙ୍କ ମଧ୍ୟରୁ ୬୬ବର୍ଷର ଜଣେ ପୁରୁଷ ହୋଇଥିବା ବେଳେ ଅନ୍ୟ ଜଣେ ୪୦ ବର୍ଷର ପୁରୁଷ ଉଭୟେ ଗଞ୍ଜାମ ଜିଲ୍ଲାର । ଏମାନଙ୍କ ଭିତରୁ ପ୍ରଥମ ସଂକ୍ରମିତଜଣକ ଉଚ୍ଚ ରକ୍ତଚାପ ରୋଗରେ ପୀଡ଼ିତ ଓ ଆରଜଣକ ମଧୁମେହ ରୋଗରେ ପୀଡ଼ିତ ଥିବା ସୂଚନା ମିଳିଛି।

Related Posts

Seo wordpress plugin by www.seowizard.org.